ଉପନିର୍ବାଚନ ପୂର୍ବରୁ ପିପିଲି ପାଇଁ ପ୍ରକଳ୍ପର ବର୍ଷା, ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆଜି ପିପିଲି-ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି ।

ଭୁବନେଶ୍ବର: ଆଜି ପିପିଲି-ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି । ଏଥିରେ ରାସ୍ତାଘାଟ ଠାରୁ ଆରମ୍ଭ କରି ଜଳସେଚନ, ଷ୍ଟାଡିୟମ, ସେତୁ, ବସଷ୍ଟାଣ୍ଡ ଆଦି ବିଭିନ୍ନ ବିକାଶ କାମ କରାଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ସବୁବେଳେ ଗାଁ ର ବିକାଶ ଉପରେ ଫୋକସ୍ କରିଆସିଛନ୍ତି । ମହିଳା ଓ ଚାଷୀ ଭାଇଙ୍କ କଲ୍ୟାଣ ଉପରେ ଫୋକସ୍ କରିଆସିଛନ୍ତି । ଗରିବ ଲୋକଙ୍କ ମୁହଁରେ ହସ ହିଁ ତାଙ୍କୁ ସବୁଠାରୁ ଅଧିକ ସନ୍ତୋଷ ଦେଇଥାଏ ବୋଲି ସେ କହିଥିଲେ ।
କରୋନା ଲକଡାଉନ ସମୟରେ ମିଶନ ଶକ୍ତି ଓ ଚାଷୀଭାଇଙ୍କ କାର୍ଯ୍ୟକ୍ରମକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ସମୟରେ ଆମର ମିଶନ ଶକ୍ତିର ମା' ମାନେ ବହୁତ ଭଲ କାମ କରିଛନ୍ତି। ଆମର ଚାଷୀ ଭାଇମାନେ ମଧ୍ୟ ଲକ୍ ଡାଉନ ସମୟରେ କରୋନାକୁ ଭୟ ନ କରି ଚାଷ କାମ ଜାରି ରଖିଥିଲେ । ଚାଷୀ ଭାଇର ପରିଶ୍ରମ ଯୋଗୁ ଦେଶର ଅର୍ଥନୀତି ଆଜି ବଞ୍ଚି ରହିଛି ବୋଲି ସେ ପ୍ରକାଶ କରିଥିଲେ ।

Naveen Patnaik

ଏହି ଅବସରରେ ପୂର୍ବତନ ମନ୍ତ୍ରୀ ତଥା ପିପିଲି-ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସ୍ୱର୍ଗତଃ ପ୍ରଦୀପ ମହାରଥୀଙ୍କ ସ୍ମୃତି ଚାରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦୁଃଖର କଥା, ଆପଣଙ୍କର ପ୍ରିୟ ବିଧାୟକ ପ୍ରଦୀପ ବାବୁ ଆଜି ଆମ ଭିତରେ ନାହାନ୍ତି । ଗତ ୩୦ ବର୍ଷରୁ ଅଧିକ ସମୟ ଧରି ପିପିଲି-ଡେଲାଙ୍ଗର ବିକାଶ ସହ ସେ ଯୋଡି ହୋଇ ରହିଥିଲେ । ଆପଣମାନଙ୍କ ଭଲମନ୍ଦ, ସୁଖଦୁଃଖ ସବୁଥିରେ ସେ ଆପଣମାନଙ୍କ ସାଥିରେ ରହିଥିଲେ । ପିପିଲି-ଡେଲାଙ୍ଗର ବିକାଶ ପାଇଁ ସେ ସାରା ଜୀବନ କାମ କରିଯାଇଛନ୍ତି। ଏହି ଅବସରରେ ପ୍ରଦୀପ ମହାରଥୀଙ୍କ ସ୍ମୃତି ପ୍ରତି ସେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+