ନୂଆଦିଲ୍ଲୀ : ଦେଶରେ ସାମ୍ଭାବ୍ୟ କରୋନା ଭାଇରସର ତୃତୀୟ ଲହର ଆଶଙ୍କା ମଧ୍ୟରେ ଦୈନିକ ସଂକ୍ରମଣ ମାମଲାରେ ପ୍ରତିଦନ ବୃଦ୍ଧି ହେଉଥିବା ପରିଲକ୍ଷିତ ହେଉଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଆଜି ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ 24 ଘଣ୍ଟା ମଧ୍ୟରେ ଦେଶରେ 45 ହଜାର 352 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ 24 ଘଣ୍ଟା ମଧ୍ୟରେ କରୋନା ଯୋଗୁଁ 366 ଜଣଙ୍କର ମୃତ୍ୟୁ ହୋଇଛି । ମୋଟ 4 ଲକ୍ଷ 39 ହଜାର 895 ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି ।
Advertisement