ଆଜି ପବିତ୍ର ବିଜୟା ଦଶମୀ, ମଣ୍ତପରେ ଚାଲିଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି
ଆଜି ପବିତ୍ର ବିଜୟା ଦଶମୀ
ଭୁବନେଶ୍ୱର: ଆଜି ପବିତ୍ର ବିଜୟା ଦଶମୀ । ଆଜି ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ । ଅଧର୍ମ ଉପରେ ହେବ ଧର୍ମର ବିଜୟ । ମଣ୍ତପରେ ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ । ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା ଜଗତଜନନୀଙ୍କ ପୂଜା । ବିଜୟା ଦଶମୀ ଅବସରରେ ପୂଜା ମଣ୍ଡପ ଗୁଡିକରେ ଭାବ ଓ ଭକ୍ତିମୟ ପରିବେଶ ଦେଖିବାକୁ ମିଳୁଛି । ମାନ୍ୟତା ରହିଛି ଆଜିର ଦିନରେ ମାାଙ୍କ ପୂଜା କଲେ ଦଶ ଜନ୍ମର ପାପରୁ ଉଦ୍ଧାର ମିଳିଥାଏ ।

ପୁରାଣରେ ବର୍ଣ୍ଣିତ ଅଛି ଯେ, ମିହଷାସୁରର ଅତ୍ୟାଚାରରେ ଦେବତାମାନେ ଯେତେବେବେଳେ ତ୍ରାହି ତ୍ରାହି ଡାକିଲେ ଏବଂ ପୃଥିବୀ ଭୟରେ ଥରହର ହେଉଥିଲା ସେହି ସମୟରେ ମହାଦେବ ଓ ଦେବଗଣଙ୍କ ତେଜ ରଶ୍ମିରୁ ଆର୍ବିଭୂତା ହୋଇଥିଲେ ମା' ଦୁର୍ଗତିନାଶିନୀ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ । ଶେଷରେ ଦେବୀ ସିଂହବାହିନୀ ମହିଷାସୁର ସହ ଯୁଦ୍ଧ କରିଥିଲେ । ଦେବୀ ଶୂଳଦ୍ବାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଡଦ୍ବାରା ଶିରଚ୍ଛେଦ କଲେ । ପାପୀ ମହିଷାସୁରକୁ ବଦ୍ଧ କରି ବ୍ରାହ୍ମଣ୍ଡରେ ଶାନ୍ତି ପ୍ରତିଷ୍ଠା କରିଥିଲେ ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications