Get Updates
Get notified of breaking news, exclusive insights, and must-see stories!

ଆଜି ଶିଶୁ ଦିବସ: ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୟନ୍ତୀ, କେବେଠାରୁ ଆରମ୍ଭ ହେଲା ଶିଶୁ ଦିବସ ପାଳନ ?

ଆଜି ହେଉଛି ନଭେମ୍ବର ୧୪ ଅର୍ଥାତ ଶିଶୁ ଦିବସ। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୟନ୍ତୀ। ସେ ଶିଶୁମାନଙ୍କୁ ଖୁବ୍ ଭଲ ପାଉଥିବାରୁ ତାଙ୍କ ଜନ୍ମଦିନକୁ ଦେଶବ୍ୟାପୀ ଶିଶୁ ଦିବସ ଭାବେ ପାଳନ କରାଯାଉଛି। ନେହରୁଙ୍କ ଜନ୍ମ ୧୮୮୯ ମସିହାରେ ଆଲ୍ଲାବାଦରେ ହୋଇଥିଲା । ନେହେରୁଙ୍କ ଛୋଟ ପିଲାଙ୍କ ପ୍ରତି ବହୁତ ଭଲପାଇବା, ସ୍ନେହ ଓ ଶ୍ରଦ୍ଧା ଥିଲା, ଯେଉଁଥିପାଇଁ ପ୍ରତିବର୍ଷ ନଭେମ୍ବର ୧୪ ତାରିଖକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ସେ ଦେଶର ଭବିଷ୍ୟତକୁ ଶିଶୁମାନଙ୍କ ଆଖିରେ ଦେଖୁଥିଲେ। ନେହେରୁଙ୍କୁ ସମସ୍ତେ ଶ୍ରଦ୍ଧାରେ ଚାଚା ନେହେରୁ ଓ ଚାଚାଜୀ ବୋଲି ସମ୍ବୋଧନ କରୁଥିଲେ । ନେହେରୁ ଜଣେ ଏଭଳି ମଣିଷ ଥିଲେ ତାଙ୍କୁ ସମସ୍ତେ ଭଲପାଉଥିଲେ ଆଉ ସେ ପିଲାମାନଙ୍କୁ ବହୁତ ସ୍ନେହ, ଆଦର କରୁଥିଲେ ଏବଂ ସଦଗତିରେ ଯିବା ପାଇଁ ପରାମର୍ଶ ମଧ୍ୟ ଦେଉଥିଲେ । ତେଣୁ ନେହେରୁଙ୍କ ଜନ୍ମଦିନକୁ ଶିଶୁ ଦିବସ ଭାବେ ପାଳନ କରାଯାଉଛି।

ଏନେଇ ଦେଶର କୋଣଅନୁକୋଣରେ , ପଲ୍ଲୀ ଠୁ ଦିଲ୍ଲୀ ସବୁଠି ଶିଶୁଦିବସକୁ ଆନନ୍ଦର ସହ ପାଳନ କରାଯାଉଛି । ଶିଶୁଙ୍କ ଅଧିକାର, ଦାୟିତ୍ୱ ଓ ଶିକ୍ଷା ବିଷୟରେ ସଚେତନ କରିବା ଉଦ୍ଦେଶ୍ୟରେ ସାର ଦେଶ ପାଳୁଛି ଏହି ମହାନ ଦିବସ । ଆଜିର ଶିଶୁ ଆସନ୍ତାକାଲିର ନାଗରିକ । ଦେଶ ନିର୍ମାଣରେ ଶିଶୁର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହୁଛି । ଏହି କଥାକୁ ମର୍ମେ ମର୍ମେ ହୃଦୟଙ୍ଗମ କରିଥିଲେ ନେହେରୁ । ଛୋଟ ପିଲାଙ୍କୁ ଆଦରକରୁଥିବା, ସ୍ନେହ କରୁଥିବା ମହାନ ବ୍ୟକ୍ତି ହେଉଛନ୍ତି ଚାଚା ନେହେରୁ । ଫୁଲ ଭଳି ଛୋଟ ପିଲାଙ୍କ ସ୍ନେହ କରୁଥିଲେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ନେହେରୁ । ପ୍ରତି ମୁହୁର୍ତ୍ତରେ ତାଙ୍କ କଥା ଚିନ୍ତା କରୁଥିଲେ । ଦେଶର ଗୌରବ , ଦେଶ ନିର୍ମାଣରେ ତାଙ୍କ ଭୂମିକା ଓ ଅଙ୍ଗୀକାରବଦ୍ଧତାକୁ ବୁଝିଥିଲେ ସିଏ ।

ଭାରତରେ କେବେଠାରୁ ଆରମ୍ଭ ହେଲା ଶିଶୁ ଦିବସ ପାଳନ
ଭାରତରେ ପ୍ରତ୍ୟେକ ବର୍ଷ ୧୪ ନଭେମ୍ବରରେ ବଡ ଧୂମଧାମର ସହ ଶିଶୁ ଦିବସ ସହ ପାଳନ କରାଯାଇଥାଏ। ପିଲାମାନଙ୍କ ପ୍ରତି ଜବାହାରଲାଲ ନେହେରୁଙ୍କ ଭଲପାଇବା ଏବଂ ସ୍ନେହକୁ ଦେଖି ତାଙ୍କ ଜନ୍ମଦିନକୁ ହିଁ ଶିଶୁ ଦିବସ ରୂପେ ପାଳନ କରାଯାଇଥାଏ। ୨୭ ମେ ୧୯୬୪ ମସିହାରେ ପଣ୍ଡିତ ଜବାହାରଲାଲ୍‌ ନେହେରୁଙ୍କ ମୃତ୍ୟୁ ପରେ ପିଲାମାନଙ୍କ ପ୍ରତି ତାଙ୍କ ଭଲପାଇବାକୁ ଦେଖି ପ୍ରତ୍ୟେକ ବର୍ଷ ୧୪ ନଭେମ୍ବରରେ ଚାଚା ନେହେରୁଙ୍କ ଜନ୍ମଦିବସରେ ଶିଶୁ ଦିବସର ଆୟୋଜନ କରାଯିବା ନେଇ ସର୍ବସମ୍ମତି ଦ୍ୱାରା ଏହା ନିଷ୍ପତ୍ତି ହୋଇଥିଲା।

Children s Day

ଶିଶୁ ଦିବସର ଇତିହାସ
୧୯୨୫ ମସିହାରୁ ହିଁ ଶିଶୁ ଦିବସ ପାଳନ କରାଯାଉଛି କିନ୍ତୁ ୟୁଏନ ୨୦ ନଭେମ୍ବର ୧୯୫୪ ମସିହାରେ ଶିଶୁ ଦିବସ ପାଳନ କରିବା ପାଇଁ ଘୋଷଣା କରାଯାଇଥିଲା। ବିିଭିନ୍ନ ଦେଶରେ ଭିନ୍ନ ଭିନ୍ନ ତାରିଖରେ ଶିଶୁ ଦିବସ ପାଳନ କରାଯାଇଥାଏ। ଭାରତରେ ଶିଶୁ ଦିବସ ୧୯୬୪ରେ ପ୍ରଧାନମନ୍ତ୍ରୀ ଜବାହାରଲାଲ୍‌ ନେହେରୁଙ୍କ ନିଧନ ପରେ ପାଳନ କରାଯାଇଥିଲ। ଏହି ଦିନକୁ ପାଳନ କରିବାକୁ ବିଦ୍ୟାଳୟଗୁଡ଼ିକ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ , କୁଇଜ୍ ପ୍ରତିଯୋଗିତା ଏବଂ ଅନ୍ୟାନ୍ୟ କାର୍ଯ୍ୟକଳାପ ଆୟୋଜନ କରନ୍ତି । ଏହି ଦିନକୁ ସ୍ୱତନ୍ତ୍ର କରିବା ପାଇଁ ପିଲାମାନଙ୍କୁ ଖେଳନା, ମିଠା ଏବଂ ଉପହାର ସହିତ ଉପସ୍ଥାପିତ କରାଯାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+