Get Updates
Get notified of breaking news, exclusive insights, and must-see stories!

ସ୍ନାନ ପୂର୍ଣ୍ଣିମା: କେଉଁଠୁ ଆସେ ୧୦୮ ଗରା ପାଣି ? ଜାଣନ୍ତୁ, କେଉଁ ଦିଅଁଙ୍କ ଲାଗି କେତେ ଗରା

ସ୍ନାନ ପୂର୍ଣ୍ଣିମା: ପବିତ୍ର ରଥଯାତ୍ରା ପୂର୍ବରୁ ଆସନ୍ତାକାଲି ହେବ ଦେବସ୍ନାନ ପୂର୍ଣ୍ଣିମା । ରତ୍ନବେଦୀ ଛାଡ଼ି ସ୍ନାନବେଦୀରେ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି । ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ ଗରା ଜଳରେ ସ୍ନାନ କରିବେ ଦିଅଁ ।

ତେବେ ଆପଣ ଜାଣିଛନ୍ତି କି, ଏହି 108 ଗରା ଜଳ କେଉଁଠୁ ଆସେ ? ଏ ଜଳକୁ କେମିତି ପ୍ରସ୍ତୁତ କରାଯାଏ ? କେଉଁ ଦିଅଁଙ୍କ କେତେ ଗରା ଜଳରେ ସ୍ନାନ କରନ୍ତି ?

ଦେବସ୍ନାନ ପୂର୍ଣ୍ଣିମାର କିମ୍ବଦନ୍ତୀ

ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ପୂଜା ବିଧି ।

snan purnima

ଦାରୁବ୍ରହ୍ମଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତ ଭୂମିର ଲୀଳା । ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବରୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ । ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନଲୀଳା କରାଇଥିଲେ ମହାରାଜା ଇନ୍ଦ୍ରଦ୍ୟୁମ । ସେତେବେଳେ ସ୍ନାନମଣ୍ଡପ ନଥିବାରୁ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହା ଉପରେ ସ୍ନାନବିଧି ସମାପନ ହୋଇଥିଲା । ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି ।

କେଉଁଠୁ ଆସେ ୧୦୮ ଗରା ଜଳ?

ଦେବସ୍ଥାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରିଥାନ୍ତି ଚତୁର୍ଦ୍ଧାମୂର୍ତ୍ତି । ଏହା ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଯେପରି ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ 'ପ୍ରଣୀତାକୂପ' ବୋଲି କୁହାଯାଏ ।

ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ ।

ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ଜଳରେ ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ "ପ୍ରତ୍ୟେକ୍ଷ ଅବକାଶ" କହନ୍ତି । ପ୍ରଭୁଙ୍କୁ ଏହି ଦିନ ଗଜାନନ ବେଶ କରାଯାଏ ।

ସୂଚନାଯୋଗ୍ୟ, ଶାସ୍ତ୍ର ମତରେ ଜ୍ୟୋଷ୍ଠ ପୂର୍ଣ୍ଣିମା ଦିବସରେ ମହାପ୍ରଭୁଙ୍କ ଆବିର୍ଭାବ ହୋଇଥିଲା । ଜ୍ୟୋଷ୍ଠମାସ ପୂର୍ଣ୍ଣମୀରେ ମହାପ୍ରଭୁଙ୍କ ପ୍ରଥମ ସ୍ଥାନଲୀଳା ଜାତି, ବର୍ଣ୍ଣ, ନିର୍ବଶେଷରେ ସମସ୍ତେ ଦର୍ଶନ କରିଥିବାରୁ ଏହି ଲୀଳାକୁ ପତିତପାବନ ଲୀଳା କୁହାଯାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+