ଆଜି ଧନୁ ସଂକ୍ରାନ୍ତି : ଶ୍ରୀମନ୍ଦିରରେ ଆରମ୍ଭ ହେଲା ପହିଲି ଭୋଗ ନୀତି
ଧନୁ ସଂକ୍ରାନ୍ତି ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି ।
ପୁରୀ : ଆଜି ଧନୁ ସଂକ୍ରାନ୍ତି । ଆଉ ଏହି ଧନୁ ସଂକ୍ରାନ୍ତି ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପହିଲି ଭୋଗ ନୀତି । ଆଜି ଠାରୁ ଏକ ମାସ ଯାଏଁ ମହାପ୍ରଭୁଙ୍କ ପାଖରେ ପହିଲି ଭୋଗ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତିକାନ୍ତି ପ୍ରସ୍ତୁତ କରାଯାଇଛି । ଆଜି ଠାରୁ ଅର୍ଥାତ ଧନୁ ସଂକ୍ରାନ୍ତି ଠାରୁ ଜାନୁଆରୀ 14 ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଏହି ପହିଲି ଭୋଗ ନୀତି ପାଳନ କରାଯିବ ।

ସକାଳୁ ଏହି ନୀତି ହେବ । ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ସେବାୟତଙ୍କ ସହ ମନ୍ଦିର ପ୍ରଶାସନ ଆଲୋଚନା କରିଛି ।
ଏଠାରେ କହି ରଖୁଛୁ ଏହି ପହିଲି ଭୋଗରେ ଗୁଆ-ଘିଅରେ ଖେଚେଡି, ଫଳ ସହ ଅନ୍ୟାନ ଭୋଗ ମହାପ୍ରଭୁଙ୍କୁ ଅର୍ପଣ କରାଯିବ । କିମ୍ବଦନ୍ତୀ ଅନୁସାରେ ମା ଲକ୍ଷ୍ମୀ ଏହି ସମୟରେ ବାପଘରକୁ ଯାଇଥିବାରୁ ଯଶୋଦା ଆଗ୍ରହର ସହ ଶ୍ରୀକୃଷ୍ଣଙ୍କ ପାଇଁ ସ୍ୱାଦିଷ୍ଟ ପିଠା ତିଆରି କରି ପରସିଦେଇଥାନ୍ତି । ଏହି କିମ୍ବଦନ୍ତୀ ଅନୁସାରେ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି ଅନୁଷ୍ଠିତ ହେଉଛି ।
More From
-
ଆଉ ଆଲୋଚନା ନୁହେଁ, ଆମେ ପାକିସ୍ତାନଠାରୁ ପ୍ରତିଶୋଧ ନେବୁ... କାବୁଲରେ ଆକ୍ରମଣ ପରେ ତାଲିବାନ କଲା ଘୋଷଣା -
ମହାପ୍ରଭୁଙ୍କ ଦର୍ଶନ କଲେ ଦିଲୀପ ରାୟ: କହିଲେ… -
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
ଇରାନ-ଆମେରିକା ଯୁଦ୍ଧ, ଗିରଫ ହେଲେ ୧୯ ଭାରତୀୟ -
Rajya Sabha Election : ୪ ବିଜୟୀ ନେତାଙ୍କୁ ମିଳିଲା ସାର୍ଟିଫିକେଟ୍ -
ଗୁଜୁରାଟ ମୁନ୍ଦ୍ରା ବନ୍ଦରରେ ପହଞ୍ଚିଲା ଶିବାଲିକ୍ ଏଲ୍ପିଜି ଟ୍ୟାଙ୍କର -
ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଲେ ମୋକିମ୍, କହିଲେ...... -
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଶୀଘ୍ର କରନ୍ତୁ ଏହି କାମ -
ଭୁବନେଶ୍ବରରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ -
ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ! -
Odisha Weather: ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ











Click it and Unblock the Notifications