Get Updates
Get notified of breaking news, exclusive insights, and must-see stories!

Diwali 2025: କାହିଁକି ପାଳନ କରାଯାଏ ଆଲୋକର ପର୍ବ ଦୀପାବଳି ? କଣ ରହିଛି ମାହାତ୍ମ୍ୟ ?

ଆଲୋକର ପର୍ବ ହେଉଛି ଦୀପାବଳି । ହସ ଓ ଉଲ୍ଲାସର ସହ ଏହି ପର୍ବ ପ୍ରତି ଘରେ ପାଳିତ ହୁଏ । କାର୍ତ୍ତିକ ମାସର ଅମାବାସ୍ୟାରେ ଏହି ପର୍ବ ପାଳିତ ହୋଇଥାଏ । ଦୀପାବଳି ପୁରପଲ୍ଲୀ, ସହର ବଜାର ସବୁଠାରେ ଖୁବ୍‌ ଧୁମ୍‌ଧାମରେ ପାଳନ କରାଯାଇଥାଏ । ଓଡ଼ିଶାରେ ଏହିଦିନ ପିତୃପୁରୁଷଙ୍କୁ କାଉଁରିଆ କାଠି ଜଳାଇ ମନେପକାଯାଇଥାଏ । ଏହି ଦିନ ମା' କାଳୀଙ୍କୁ ଆରାଧନା କରାଯାଏ । ଦୋକାନ ପତ୍ର, ଘର ଦୁଆର ଆଦି ପୂଜା ହୋଇଥାଏ ।

ବଙ୍ଗଳା, ଆସାମ, ଓଡ଼ିଶା ଓ ବିହାରରେ ଦୀପାବଳୀରେ ମା କାଳୀଙ୍କ ପୂଜା କରାଯାଏ । କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ମଧ୍ୟ ରାତ୍ରୀରୁ ତାନ୍ତ୍ରିକ ଓ ଶାକ୍ତ ମତରେ ଦେବୀଙ୍କର ପୂଜା ହୁଏ । ମାଟିରେ ତିଆରି ମୂର୍ତ୍ତି ସହ ବିଭିନ୍ନ ଶକ୍ତି ପୀଠରେ ଏହା ପାଳିତ ହୁଏ । ହେଲେ ଏହାର ବିଭିନ୍ନ ଶାସ୍ତ୍ରୀୟ କିମ୍ବଦନ୍ତୀ ରହିଛି । ଉତ୍ତର ଭାରତରେ ମହାଲକ୍ଷ୍ମୀଙ୍କ ରୂପରେ ଦେବୀଙ୍କ ଆରାଧନା କରାଯାଏ । ଏହା ଏହି ସବୁ ଅଞ୍ଚଳରେ ଦୀପାବଳୀଏକ ମୁଖ୍ୟ ପର୍ବ ରୂପେ ପାଳିତ ହୁଏ । ମିଥିଳା ଓ ନେପାଳରେ ଏହି ପର୍ବରେ ମହାନିଶାଙ୍କ ପୂଜା କରାଯାଏ ।

ଏହି ପର୍ବ ପ୍ରାୟ ସମସ୍ତ୍ରେ ପାଳନ କରନ୍ତି । ଘରେ ଘରେ ଦୀପ ଜଳେ, ବାଣ ଫୁଟାଯାଏ । ଶ୍ରାଦ୍ଧ କରାଯାଏ । ପିଠାପଣା ହୁଏ । ଦୀପାବଳୀ ଉତ୍ସବ ପାଳନ ବିଷୟରେ ନାନାପ୍ରକାର ପୁରାଣ ଓ ଲୋକକଥା ଶୁଣାଯାଏ । ଏହି ଦୀପାବଳୀ ଅମାବାସ୍ୟାକୁ ଲୋକାକ୍ତିରେ ପୟାଅମାବାସ୍ୟା କହନ୍ତି ।

Diwali 2025 Why is the festival of lights celebrated

କାହିଁକି ପାଳନ ହୁଏ ଦୀପାବଳି ?

ପ୍ରଭୁ ରାମଚନ୍ଦ୍ର ଲଙ୍କପତି ରାବଣକୁ ମାରି ମା' ସୀତାଙ୍କୁ ଉଦ୍ଧାର କରି ଅଯୋଧ୍ୟା ଫେରିଥିଲେ । ଅଯୋଧ୍ୟାର ସମସ୍ତ ନରନାରୀ ଶ୍ରୀରାମଙ୍କ ଅସତ୍ୟ ଉପରେ ସତ୍ୟର ବିଜୟ ନିମନ୍ତେ ଆନନ୍ଦରେ ବିଭିନ୍ନ ପ୍ରକାର ଆଲୋକ ଜଳେଇଥିଲେ । ସେହି ଦିନରୁ ଏହି ଉତ୍ସବ ପାଳନ କରାଯାଉଛି । ଉତ୍ତର ଭାରତରେ ଏହିଦିନ ଟିକୁ ବହୁ ଯାକଜମକରେ ପାଳନ କରନ୍ତି । ସେବେଠାରୁ ଦୀପାବଳୀ ପାଳନ ହେଉଥିବା ମାନ୍ୟତା ରହିଛି ।

ସେହିପରି ଦ୍ୱାପରଯୁଗରେ ଶ୍ରୀକୃଷ୍ଣ ରାକ୍ଷସ ନରକାସୁରକୁ ମାରି ଚଉଷଠିସହସ୍ର ରାଜକନ୍ୟାଙ୍କୁ ଉଦ୍ଧାରକଲା ପରେ ଇନ୍ଦ୍ରମାତାଙ୍କୁ ନରକାଦ୍ୱାରା ଅପହୃତ ମଣିକୁଣ୍ଡଳକୁ ଫେରାଇବାକୁ ସତ୍ୟଭାମାଙ୍କୁ ନେଇ ସ୍ୱର୍ଗକୁ ଯାଇଥିଲେ । ଦ୍ୱାପରଯୁଗରେ ଶ୍ରୀକୃଷ୍ଣ ରାକ୍ଷସ ନରକାସୁରକୁ ମାରି ଚଉଷଠିସହସ୍ର ରାଜକନ୍ୟାଙ୍କୁ ଉଦ୍ଧାରକଲା ପରେ ଇନ୍ଦ୍ରମାତାଙ୍କୁ ନରକାଦ୍ୱାରା ଅପହୃତ ମଣିକୁଣ୍ଡଳକୁ ଫେରାଇବାକୁ ସତ୍ୟଭାମାଙ୍କୁ ନେଇ ସ୍ୱର୍ଗକୁ ଯାଇଥିଲେ ।

ସେପଟେ ପଶ୍ଚିମ ଭାରତରେ ଏହି ଉତ୍ସବ ଭଗବାନ ବିଷ୍ଣୁ ଓ ରାଜା ବଳିଙ୍କ କାହାଣୀ ଉପରେ ଆଧାରିତ । ବଳିଙ୍କ ଅପାର ଶକ୍ତି ଦେବତାମାନଙ୍କ ପାଇଁ ବିପଦ ପାଲଟିଥିଲା । ତେଣୁ ବିଷ୍ଣୁ ତାଙ୍କୁ ଏହି କାର୍ତ୍ତିକ ଅମବାସ୍ୟା ଦିନ ପାତାଳି କରିଥିଲେ ।

ଦୈତ୍ୟରାଜ ବଳି ମହାଦାନୀ ଥିଲେ । ସେ ଏପରି ଦାନ କଲେ ଯେ ସ୍ୱର୍ଗରେଭାଳେଣି ପଡ଼ିଗଲା , କାରଣ ତାଙ୍କର ପୂଣ୍ୟ ହେତୁ ସେ ସ୍ୱର୍ଗପୁରର ଅଧିକାରୀ ହେଇପାରନ୍ତି । ଏହା ପରେ ଭଗବାନ ବିଷ୍ଣୁ ବାମନ ଅବତାର ଗ୍ରହଣ କରି ବଳିରାଜଙ୍କ ପାଖରେ ପହଞ୍ଚି ତାଙ୍କୁ ତିନିପାଦ ଭୂମି ମାଗିଥିଲେ । ଗୋଟିଏ ପାଦରେ ପୃଥିବୀ, ଗୋଟିଏ ପାଦରେ ସ୍ୱର୍ଗ ଏବଂ ତୃତୀୟ ପାଦରେ ବଳିଙ୍କୁ ପାତାଳକୁ ଚାପିଦେଲେ । ତେଣୁ ସେ ପାତାଳ ପୁରକୁ ଚାଲିଗଲେ । ବର୍ଷକରେ ଥରେ ମର୍ତ୍ତ୍ୟପୁରକୁ ଆସି ପ୍ରଜାମାନଙ୍କୁ ଦେଖିବାକୁ ବଳି ବର ମାଗିଥିଲେ । ବିଷ୍ଣୁ ଏଥିରେ ସମ୍ମତି ଜଣାଇ କାର୍ତ୍ତିକ ଶୁକ୍ଲ୍ଲ ପ୍ରତିପଦା ଦିନ ଦିନ ବଳି ମର୍ତ୍ତ୍ୟକୁ ଆସିବାକୁ ତଥାସ୍ତୁ କହିଲେ । ତେଣୁ ସେ ଦିନକୁ ମର୍ତ୍ତ୍ୟବାସୀ ଆନନ୍ଦର ଦୀପ ଜାଳି ଆଲୋକିତ କରନ୍ତି ।

କେହି କେହି ମତ ଦିଅନ୍ତି, ରାକ୍ଷସମାନଙ୍କୁ ବଧ କରିବା ପରେ ଯେତେବେଳେ ମହାକାଳୀଙ୍କ କ୍ରୋଧ ଶାନ୍ତ ହୋଇ ନ ଥିଲା ଏବଂ ସେ ଉଗ୍ର ରୂପ ଧାରଣ କରି ସୃଷ୍ଟି ସଂହାର ଉଦ୍ଦେଶ୍ୟରେ ବାହାରିଥିଲେ । ସେତେବେଳେ ପ୍ରଭୁ ଶିବ ତାଙ୍କୁ ଅଟକାଇବା ପାଇଁ ତଳେ ଶୋଇ ପଡିଥିଲେ । ଏହାପରେ ତତ୍‌କ୍ଷଣାତ୍‌ ମହାକାଳୀ ଶାନ୍ତ ହୋଇ ଯାଇଥିଲେ । ତେଣୁ କାଳୀଙ୍କ ଶାନ୍ତ ରୂପ ମହାଲକ୍ଷ୍ମୀଙ୍କୁ ଏହି ଦିନଠାରୁ ପୂଜା ଆରମ୍ଭ କରାଯିବା ସହ ଦୀପାବଳି ରାତିରେ କାଳୀଙ୍କ ଉଗ୍ରରୂପକୁ ମଧ୍ୟ ପୂଜା କରାଯାଇଥାଏ। ତେଣୁ ଶାସ୍ତ୍ରୀୟ ମତରେ ବିଭିନ୍ନ କାରଣକୁ ନେଇ ଏହି ଦୀପାବଳି ଉତ୍ସବ ପାଳନ କରାଯିବାର ବିଧି ରହିଛି ।

ଦୀପାବଳି ଭାରତ, ନେପାଳ, ଶ୍ରୀଲଙ୍କା, ମିଆଁମାର, ମରିସସ, ଗୁଏନା, ତ୍ରିନିଦାଦ ଓ ଟବାଗୋ, ସୁରିନେମ, ମାଲେସିଆ, ସିଙ୍ଗାପୁର, ଓ ଫିଜିରେ ଏକ ସରକାରୀ ଛୁଟିଦିନ ଭାବରେ ଘୋଷିତ ହୋଇଛି ।

ଓଡ଼ିଶାରେ ଏହି ଦିନ ବଡ଼ବଡୁଆ ଉଦ୍ଦେଶ୍ୟରେ ପିଣ୍ଡ ଦେଇସାରି କାଉଁରିଆ କାଠି ଜାଳନ୍ତି । କାଉଁରିଆ କାଠି ଜାଳିବାବେଳେ ଉଚ୍ଚାରଣ କରନ୍ତି:

ବଡ଼ବଡୁଆ ହୋ
ଅନ୍ଧାରରେ ଆସ ଆଲୁଅରେ ଯା',
ପୁରୁଷୋତ୍ତମରେ ମହାପ୍ରସାଦ ଖାଇ
ବାଇଶି ପାବଛେ ଗଡ଼ଗଡାଉ ଥା' ।

ପିତୃ ପୁରୁଷଙ୍କୁ ଆଲୋକ ଦେଖାଇ ସ୍ୱର୍ଗ ଲୋକକୁ ଫେରିଯିବା ପାଇଁ ପ୍ରାର୍ଥନା କରନ୍ତି । ଅସଂଖ୍ୟ ଭକ୍ତ ସେଦିନ ବାଇଶି ପାହାଚରେ ପିଣ୍ଡଦାନ କରି କାଉଁରିଆ କାଠି ବି ଜାଳନ୍ତି । ପିତୃଗଣଙ୍କ ଆଶୀର୍ବାଦ କାମନା କରନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+