ଦୁର୍ଗାପୂଜା: କାହିଁକି ପୂଜା ପାଆନ୍ତି ମା' ଦୁର୍ଗା, ଏମିତି କିଛି ରହିଛି ମହତ୍ୱ
ଭାରତରେ ପ୍ରତିବର୍ଷ ଦୁଇଥର ଦେବୀ ଦୁର୍ଗାଙ୍କର ପୂଜା ଅନୁଷ୍ଠିତ ହୁଏ । ଶରତ ଋତୁରେ ଆଶ୍ୱିନ ମାସ ଶୁକ୍ଳ ପକ୍ଷର ପୂଜାକୁ 'ଦେବୀ ପୂଜା' ଏବଂ ବସନ୍ତ ଋତୁରେ ଚୈତ୍ରମାସ ଶୁକ୍ଳ ପକ୍ଷର ପୂଜାକୁ 'ବାସନ୍ତୀ ପୂଜା' କୁହାଯାଏ । ଯେଉଁ ମା'ର ଶସ୍ୟ ଆହାର କରି ମାନବ ଜୀବିକା ନିର୍ବାହ କରେ, ସେହି ଧରିତ୍ରୀ ରାଣୀର ବୟଃପ୍ରାପ୍ତିରେ ଉତ୍ଫୁଲ୍ଲ ହୋଇ ଜନ-ମାନସ ବାସନ୍ତୀ ଦୁର୍ଗାଙ୍କ ପୂଜାର ଆୟୋଜନ କରେ, ମାତ୍ର ଏକ ସାର୍ବଜନୀନ ପୂଜା ରୂପେ ଶାରଦୀୟ ଦେବୀପୂଜା ହିଁ ଅଧିକ ଲୋକପ୍ରିୟତା ଅର୍ଜନ କରିଅଛି ।

ଏହି ଶାରଦୀୟ ପର୍ବ ଭାରତର ପୁରପଲ୍ଲୀରେ ଦଶହରା ପର୍ବରୂପେ ପାଳନ କରାଯାଏ । ଏହି ପର୍ବର ମୂଳ ଲକ୍ଷ୍ୟ ହେଉଛି ଦେବୀ ଉପାସନା । ଦୁର୍ଗାପୂଜା ପରି ଦଶହରା ପର୍ବ ମଧ୍ୟ ବର୍ଷକରେ ଦୁଇଥର ପାଳନ କରାଯାଏ । ଜ୍ୟେଷ୍ଠମାସ ଶୁକ୍ଳଦଶମୀ ହେଉଛି ଗଙ୍ଗାମାତାଙ୍କର ଜନ୍ମଦିବସ । ଏହିଦିନ ଗଙ୍ଗାପୂଜା କରି ଗଙ୍ଗାନଦୀରେ ସ୍ନାନ କଲେ ତ୍ରିବିଧ ପାପ ଖଣ୍ଡନ ହୁଏ ବୋଲି ଏହି ତିଥିକୁ 'ଦଶହରା' ବା 'ଦଶବିଧ' ପାପହରଣ ଦିବସ କୁହାଯାଏ । ଏହି ତିଥିଟି ଲୋକମୁଖରେ 'ଗଙ୍ଗା ଦଶହରା' ନାମରେ ପରିଚିତ । ଅନ୍ୟ ଦଶହରା ପର୍ବଟି ଆଶ୍ୱିନ ମାସ ଶୁକ୍ଳପକ୍ଷ ଦଶମୀ ତିଥିରେ ପାଳିତ ହୁଏ । ଏହି ଦୁର୍ଗାପୂଜାର ଶେଷ ଦିବସ ।
ଏହି ଦଶହରା ପର୍ବ ଭାରତରେ ସର୍ବଜନବିଦିତ ପର୍ବ । ତେଣୁ 'ଦଶହରା' କହିଲେ ସମସ୍ତେ ଆଶ୍ୱିନ ଶୁକ୍ଳ ଦଶମୀକୁ ହିଁ ବୁଝନ୍ତି । ଏହି ଦଶହରା ଦିବସରେ ରାମଚନ୍ଦ୍ର ମାତୃଶକ୍ତି ବନଦୁର୍ଗାଙ୍କୁ ସ୍ତୁତି କରି ରାବଣର ନିଧନ ଉଦ୍ଦେଶ୍ୟରେ ଲଙ୍କା ଅଭିମୁଖେ ବିଜୟଯାତ୍ରା କରିଥିବାରୁ ଏହି ତିଥିକୁ 'ବିଜୟା ଦଶମୀ' କୁହାଯାଏ । ପୁଣି ଏହି ଦିବସର ଅବ୍ୟବହିତ ପୂର୍ବରୁ ସିଂହବାହିନୀ ଆଦ୍ୟା ଶକ୍ତି ଦୁର୍ଗା ଦୁର୍ଦ୍ଦମନୀୟ ମହିଷାସୁରକୁ ବଧ କରି ଦେବତାମାନଙ୍କର ମଙ୍ଗଳ ବିଧାନ କରିଥିଲେ । ଦେବୀଙ୍କ ସହ ଦାନବମାନଙ୍କର ଯୁଦ୍ଧ କନ୍ୟାମାସ ବା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀଠାରୁ ଶୁକ୍ଳପକ୍ଷ ନବମୀ ପର୍ଯ୍ୟନ୍ତ ଷୋଳଦିନ ଧରି ଚାଲିଥିଲା ।
ଶୁକ୍ଳ ଅଷ୍ଟମୀ ଓ ନବମୀ ତିଥିରେ ମହାମାରୁ ହୋଇଥିଲା । ମହିଷାସୁର ସମେତ ସମସ୍ତ ଅସୁର ବଂଶ ନିପାତ ହେଲେ । ମହାମାରୁ ନବମୀ ରାତିର ଅନ୍ଧକାର ସହ ତ୍ରୈଲୋକ୍ୟରୁ ଅମଙ୍ଗଳର ଛାୟା ଅପସରି ଗଲା, ଶୁକ୍ଳ ଦଶମୀରେ ସବୁପ୍ରକାର ଶୁଭକାର୍ଯ୍ୟର ଆରମ୍ଭ ହେଲା । ଏହିଦିନ ଜଗତର ଦୁଃଖ ହରଣ ହୋଇଥିବାରୁ ଏହା 'ଦୁଃଖହା ଦଶମୀ' ନାମରେ ଖ୍ୟାତି ଲାଭ କରିଅଛି ବୋଲି ଆଦିକବି ଶୂଦ୍ରମୁନି ସାରଳା ଦାସ 'ଚଣ୍ଡୀପୁରାଣ'ରେ ଲେଖିଛନ୍ତି । 'ଦୁଃଖହା ଦଶମୀ' ଦିନ ମହାଦଶାରୁ ଉଦ୍ଧାର ପାଇ ଦେବତାମାନେ ମହାଶକ୍ତି ବ୍ରହ୍ମମୟୀ ଦୁର୍ଗତିନାଶିନୀ ଦୁର୍ଗାଙ୍କୁ ସ୍ତୁତି କରିଥିବାରୁ ଏହି ତିଥିରେ ଦୁର୍ଗାଙ୍କର ଆରାଧନା କରାଯାଏ
-
ମାର୍ଚ୍ଚ ଶେଷ ସପ୍ତାହରେ ପ୍ରଳୟ କରିବ କାଳବୈଶାଖୀ -
ନିର୍ବାଚନ ସରିଲେ ବାହାହେବେ ବିଜୟ -
ଘରୋଇ ବସ୍ରେ ଅଗ୍ନିକାଣ୍ଡ, ବିଧାୟକ ମଙ୍ଗୁ ଖିଲଙ୍କ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର -
ନାଟୋ'କୁ ଭୀରୁ କହି ବର୍ଷିଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ -
Zomatoରୁ ଖାଇବା ଅର୍ଡର କରିବା ହେଲା ମହଙ୍ଗା, ବଢ଼ିଲା ପ୍ଲାଟଫର୍ମ ଫିସ୍ -
ଓଡ଼ିଆ ଖାଦ୍ୟ ପଖାଳକୁ ମିଳିଲା ଅନ୍ତର୍ଜାତୀୟ ପରିଚୟ -
ଆଜି ପବିତ୍ର ଇଦ୍-ଉଲ୍-ଫିତର୍, ଆଲିଙ୍ଗନ କରି ଜଣାଉଛନ୍ତି ଶୁଭେଚ୍ଛା





Click it and Unblock the Notifications