ଆଜି ପୀଠେ ସପ୍ତମୀ, ମଣ୍ଡପରେ ଷଷ୍ଠୀ ପୂଜା; ଏମିତି ମା'ଙ୍କୁ କରିବେ ପୂଜା

ଆସୁଛନ୍ତି ମା' । ଉତ୍ସବମୁଖର ସାରା ଦେଶ । ଆଜି ପୀଠେ ସପ୍ତମୀ, ମଣ୍ଡପରେ ଷଷ୍ଠୀ ପୂଜା । ବେଲଗଛ ମୂଳେ ଷଷ୍ଠୀ ପୂଜା କରାଯିବା ପରେ ମା'ଙ୍କୁ ମଣ୍ଡପକୁ ଆବାହନ କରାଯିବ । ଏହି ସମୟରେ ବ୍ରତପୂଜା କରିବାର ବିଧି ରହିଛି ।

ଚାରିଆଡେ ସୁସଜ୍ଜିତ ତୋରଣ । ଆଉ କଟକର ଦଶହରା ସବୁଠୁ ନିଆରା । ସମସ୍ତେ ଭାରି ଖୁସ୍ । ଗାଁରୁ ସହର ସବୁଠି ମାଆଙ୍କ ଆରାଧନା କରାଯାଉଛି ।

ଷଷ୍ଠୀ: ଅଧିବାସ, ବିଲ୍ୱବରଣ, ମା'ଙ୍କୁ ସ୍ୱାଗତ କରିବାକୁ ଯାଇ ଷଷ୍ଠୀ ପୂଜାରେ ବେଲବରଣୀ କରାଯାଏ । ବେଲଗଛ ପାଖରେ ଏହି ପୂଜା ସମ୍ପନ୍ନ କରାଯାଏ । ଶେଷରେ ରାତ୍ରୀ କାଳରେ ଦେବୀ ପ୍ରତିମାର ଚକ୍ଷୁରେ ରଙ୍ଗ ଦେଇ ଚକ୍ଷୁଦାନ ସମ୍ପନ୍ନ ହୁଏ ଓ ମନ୍ତ୍ରଦ୍ୱାରା ପ୍ରାଣ ପ୍ରତିଷ୍ଠା କରାଯାଏ ।

ସପ୍ତମୀ: ସପ୍ତମୀରେ ନବପତ୍ରିକା ପୂଜା କରାଯାଏ, ଯେଉଁ ଥିରେ କଦଳୀ, ସାରୁ, ମାଣସାରୁ, ହଳଦୀ, ଅଶୋକ, ଡାଳିମ୍ବ, ବେଲ, ଜୟନ୍ତି ଓ ଧାନ ଏହି ନଅ ଜାତି ପତ୍ରଦ୍ୱାରା ଦୁର୍ଗାଙ୍କର ଗୋଟିଏ ମୁର୍ତ୍ତି ଗଠନ କରି ପୂଜା କରିବାର ବିଧି । ଏହା ପରେ ମହାସ୍ନାନ ବିଧି ସମ୍ପନ୍ନ ହୁଏ । ଚଣ୍ଡିପାଠହୋମ: ଦେବୀମାହାତ୍ମ୍ୟ (ମାର୍କଣ୍ଡେୟ ପୂରାଣାନ୍ତର୍ଗତ ଦୁର୍ଗାଙ୍କ ବିଷୟ ବର୍ଣ୍ଣନାତ୍ମକ ଗ୍ରନ୍ଥ) ଗ୍ରନ୍ଥର ଆବୃତ୍ତି ସହ ହୋମ ଓ ପୁଷ୍ପାଞ୍ଜଳୀ ପ୍ରଦାନ କରାଯାଏ ।

DURGA_PUJA

ଅଷ୍ଟମୀ: ଅଷ୍ଟମୀରେ ହୁଏ ମା'ଙ୍କ ମୂଖ୍ୟ ସନ୍ଧିପୂଜା । ମହାଷ୍ଟମୀର ଶେଷ ଦଣ୍ଡ ଓ ମହାନବମୀର ଆଦ୍ୟ ଦଣ୍ଡର ମଧ୍ୟକାଳୀନ ସମୟକୁ ସନ୍ଧି ସମୟ କୁହାଯାଏ । ଶାସ୍ତ୍ର ବିଧି ଅନୁସାରେ ଶାରଦୀୟ ଓ ବାସନ୍ତୀ ଦୁର୍ଗାପୂଜାରେ ଏହି ସନ୍ଧି କାଳହିଁ ଦେବୀଙ୍କୁ ବଳି ଦେବର ପ୍ରଶସ୍ତ ସମୟ । ଏହି ସମୟରେ ମା'ଙ୍କ ପାଖରେ ବଳି ଦିଆଯାଏ । ପୂର୍ବରୁ ଜୀବମାନଙ୍କୁ ବଳି ଦିଆଯାଉଥିଲା, ଆଜିକାଲି ଲାଉ, ପାଣିକଖାରୁ ଓ ବୋଇତିକଖାରୁ ବଳି ଦିଆଯାଉଛି । ଓଡ଼ିଶାରେ ଏହିଦିନ ମହିଳାମାନେ ଶାଢ଼ୀ, ଫେଣୀ ଇତ୍ୟାଦି ଆଣି ମା'ଙ୍କ ପାଖରେ ଭୋଗ କରିସାରିବା ପରେ ନୂଆ ବସ୍ତ୍ର ପରିଧାନ କରିଥାନ୍ତି ।

ନବମୀ: ନବମୀ ପୂଜାରେ ମା'ଙ୍କ ପୀଠରେ ମାଛ ଭୋଗ ହେଇଥାଏ।କଟକର ଅଲିଶାବଜାର, ଚାନ୍ଦିନୀ ଚୌକ ପ୍ରଭୃତି କେତେକ ପୂଜା କମିଟି ନବମୀ ପୂଜାରେ ବଡ଼ ଧରଣର ମାଛଭୋଗ କରିଥାନ୍ତି ।

ଦଶମୀ: ଘଟ ବିସର୍ଜନ ଓ ଭସାଣି । ଦଶମୀ ପୂଜା ମା'ଙ୍କ ଅନ୍ତିମ ପୂଜାର୍ଚ୍ଚନା ଅପରାଜିତା ପୂଜା ଏହି ଦିବସର ସ୍ୱାତନ୍ତ୍ର । ଓଡ଼ିଶାର କେତେକ ଅଞ୍ଚଳରେ ଅପରାଜିତା ଫୁଲରେ ମା'ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦେବାକୁ ଯାଇ ସାହିର ମହିଳାମାନେ ଝିଅ ବିଦାକଲା ଭଳି କାନ୍ଦବୋବାଳି କରିଥାନ୍ତି । ଏହା ସହିତ ମହିଳାମାନେ ସିନ୍ଦୁର ଖେଳ କରିଥାନ୍ତି । ଅନେକ ସ୍ଥାନରେ ସିନ୍ଦୁର ଖେଳ ପ୍ରତିଯୋଗିତା ହୁଏ । ଏହି ଦିବସର ପ୍ରମୁଖ ଭୋଗ ଦହି ପଖାଳ ।

ଜନ୍ମାଷ୍ଟମୀ ଅବସରରେ ନଦୀରୁ ମାଟି ଉଦ୍ଧାର କରାଯାଏ,ଯାହା ଦଶହରାର ପ୍ରଥମ ବିଧି । ଏହା ପରେ କାରିଗରମାନେ ମୂର୍ତ୍ତି ଗଠନରେ ବ୍ୟସ୍ତ ରହନ୍ତି । ପବିତ୍ର ମହାଳୟା ଅବସରରେ ମା'ଙ୍କ ମୃଣ୍ମୟ ମୂର୍ତ୍ତିରେ ଖଡ଼ି ଚଢାଯାଏ । ମହାଳୟାଠାରୁ ପ୍ରକୃତ ଦୁର୍ଗାପୂଜା ଆରମ୍ଭ ହୁଏ । କାରଣ ଏହି ଦିନଠାରୁ ଦୁର୍ଗାପୂଜା ମଧ୍ୟରେ ୧୦ ଦିନ ସମୟ ରହିଥାଏ, ଯାହା ପୁରାଣ ଶାସ୍ତ୍ରରେ ଦଶହରା ବୋଲି କୁହାଯାଇଛି । ପ୍ରକୃତ ପୂଜାବିଧି ଷଷ୍ଠୀଠାରୁ ଦଶମୀ ପର୍ଯ୍ୟନ୍ତ ଦେଖିବାକୁ ମିଳେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+