Ganes Puja 2024: ଆଜି ପବିତ୍ର ଗଣେଶ ପୂଜା; ସବୁଠି ଚାଲିଛି ବିଘ୍ନ ବିନାଶକଙ୍କ ଉପାସନା

ଆଜି ପବିତ୍ର ଗଣେଶ ପୂଜା । ସବୁଠି ଚାଲିଛି ବିଘ୍ନ ବିନାଶକଙ୍କ ପୂଜା । ଭାଦ୍ରବ ଶୁକ୍ଳପକ୍ଷ ଚତୁର୍ଥୀ ତିଥିରେ ପାଳନ କରାଯାଏ ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ପୂଜା। ଓଡ଼ିଶାର ପୁରପଲ୍ଲୀରେ ଏହି ପୂଜା ପରମ୍ପରା ଓ ବିଧିବିଧାନ ଅନୁସାରେ ପାଳିତ ହୋଇଥାଏ । ବିଶେଷକରି ଶିକ୍ଷାନୁଷ୍ଠାନମାନଙ୍କରେ ଗଣେଶ ଚତୁର୍ଥୀ ମହାଆଡ଼ମ୍ବରରେ ପାଳନ କରାଯାଏ।ଶାସ୍ତ୍ର ଅନୁସାରେ, ଭଗବାନ ଶ୍ରୀଗଣେଶ ବିଦ୍ୟା ଓ ବୁଦ୍ଧି ଦାତା, ବିଘ୍ନ ବିନାଶକ ଓ ମଙ୍ଗଳକାରୀ। କଳା, ବିଜ୍ଞାନ ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ହିନ୍ଦୁ ଘରର ପ୍ରତ୍ୟେକ ମାଙ୍ଗଳିକ କାର୍ଯ୍ୟରେ ଖୋଜାପଡ଼େ ଅଗ୍ରପୂଜ୍ୟ ବକ୍ରତୁଣ୍ଡଙ୍କୁ,କାରଣ ପୁରାଣ ମତ ଦିଏ ସେ ଅଗ୍ରପୂଜ୍ୟ ଏବଂ ଗଣମାନଙ୍କର ସେନାପତି ଓ ପ୍ରତ୍ୟେକ ମାଙ୍ଗଳିକ କାର୍ଯ୍ୟ ଆରମ୍ଭ ପୂର୍ବରୁ ତାଙ୍କୁ ଆରାଧନା କରିବାଦ୍ବାରା ସେ କାର୍ଯ୍ୟ ବିନା ବାଧାବିଘ୍ନରେ ସୁଚାରୁରୂପେ ସମ୍ପାଦନ ହୋଇଥାଏ। ତାଙ୍କୁ ପଞ୍ଚଦେବତାମାନଙ୍କ ମଧ୍ୟରୁ ଜଣେ ବୋଲି କୁହାଯାଏ।

Ganes Puja 2024

ପୌରଣିକ ଗାଥା

ଶିବ ପୁରାଣ ଅନୁଯାୟୀ, ଦେବୀ ପାର୍ବତୀ ନିଜ ଦେହରୁ ନିର୍ଗତ ମଇଳାରୁ ଏକ ମୂର୍ତ୍ତି ଗଠନ କଲେ ଏବଂ ତାକୁ ଜୀବଦାନ ଦେଲେ। ପାର୍ବତୀ ଗଣେଶଙ୍କୁ ଦ୍ୱାର ଜଗାଇ ଭିତରକୁ କାହାକୁ ପ୍ରବେଶ ନ କରେଇବା ପାଇଁ ଆଦେଶ ଦେଇ ସ୍ନାନ କରିବାକୁ ଗଲେ। ଠିକ୍‌ ସେହି ସମୟରେ ମହାଦେବ ସେଠାକୁ ଆସି ଭିତରକୁ ପ୍ରବେଶ କରିବାରୁ ବାଳକ ଗଣେଶ ନିଜ ପିତାଙ୍କୁ ଚିହ୍ନି ନ ପାରି ବାଟ ଛାଡ଼ିଲେ ନାହିଁ। ମହାଦେବ ବୁଝାଇବାକୁ ଚେଷ୍ଟା କରି ବିଫଳ ହେବା ପରେ କ୍ରୋଧ ଜର୍ଜରିତ ହୋଇ ଗଣେଶଙ୍କ ଶିରଚ୍ଛେଦନ କଲେ। ପରେ ପାର୍ବତୀଙ୍କ ନିକଟରୁ ଶ୍ରୀଗଣେଶଙ୍କ ପରିଚୟ ପାଇ ଫେରି ଆସି ଦେଖିଲା ବେଳକୁ ମୁଣ୍ଡହୀନ ଗଣ୍ଡିଟି ପଡ଼ିଛି। ଏହା ଦେଖି ମାତା ପାର୍ବତୀ ଅଧୀର ହୋଇ ପଡିଥିଲେ। ପାର୍ବତୀ ଉତ୍ତେଜିତ ହୋଇ ଉଗ୍ରରୂପ ଧାରଣ କରିଥିଲେ। ସୃଷ୍ଟିକୁ ଧ୍ବଂସ କରି ଦେବାକୁ କହିଥିଲେ। ପାର୍ବତୀଙ୍କୁ ସୃଷ୍ଟି କର୍ତ୍ତା ବ୍ରହ୍ମା ବୁଝାଇବାକୁ ଚେଷ୍ଟା କରିଥିଲେ । ତାଙ୍କ ସମ୍ମୁଖରେ ପାର୍ବତୀ ଦୁଇଟି ସର୍ତ୍ତ ରଖିଥିଲେ। ପ୍ରଥମେ ଗଣେଶଙ୍କୁ ଜୀବଦାନ ଦିଆଯିବ ଏବଂ ଅନ୍ୟଟି ସେ ଅଗ୍ରପୂଜ୍ୟ ହେବେ । ଏଥିରେ ବ୍ରହ୍ମା ରାଜି ହୋଇଥିଲେ। ଅପରପକ୍ଷରେ ଶିବ ଗଣେଶଙ୍କୁ ଜୀବଦାନ ଦେବା ପାଇଁ ତାଙ୍କ ଅନୁଚରଙ୍କୁ ପଠାଇ ଯେଉଁ ପ୍ରାଣୀକୁ ପ୍ରଥମେ ଦେଖିବ, ଯିଏକି ଉତ୍ତର ଦିଗକୁ ମୁଣ୍ଡ ଦେଇ ଶୋଇଥିବ ତା'ର ଶିର ଛେଦନ କରି ନେଇ ଆସିବ ବୋଲି କହିଥିଲେ। ଶିବଦୂତ ଏକ ହାତୀ ମୁଣ୍ଡ ଆଣି ଆସିଥିଲେ। ଗଣେଶଙ୍କ ମୁଣ୍ଡରେ ହାତୀ ମୁଣ୍ଡଟିକୁ ଲଗାଇ ତାଙ୍କୁ ଜୀବନ୍ୟାସ ପ୍ରଦାନ କରାଯାଇଥିଲା। ଏହାପରେ ସେ ଗଜାନନ ନାମରେ ନାମିତ ହୋଇଥିଲେ ଓ ଅଗ୍ରପୂଜ୍ୟ ଭାବେ ପୂଜା ପାଇଥିଲେ । ପୌରାଣିକ ମତେ ଗଣେଶ ବ୍ୟାସୋକ୍ତ ମହାଭାରତର ଲେଖକ। ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ଦିନ ଗଣେଶଙ୍କର ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଏ। ଗଣେଶଙ୍କୁ ମୁଖ୍ୟତଃ ରାଶିଲଡ଼ୁ, ମୋଦକ, କଦଳୀ ଆଦି ଭୋଗ ଲାଗି ହୋଇଥାଏ ।

ଗଣେଶଙ୍କର ଅନେକ ନାମ ଅଛି, କିନ୍ତୁ ୧୨ଟି ନାମ ପ୍ରସିଦ୍ଧ : ସୁମୁଖ, ଏକଦନ୍ତ, କପିଳ, ଗଜକର୍ଣ୍ଣକ, ଲମ୍ବୋଦର, ବିକଟ, ବିଘ୍ନନାଶକ, ବିନାୟକ, ଧୂମ୍ରକେତୁ, ଗଣାଧ୍ୟକ୍ଷ, ଭାଲଚନ୍ଦ୍ର ଓ ଗଜାନନ। ଗଣେଶ ଚତୁର୍ଥୀ ଦିନ ପିଲା ଖଡ଼ି ଧରିବା ଆରମ୍ଭ କରନ୍ତି। ସମୂହ ଖଡ଼ିଛୁଆଁ କାର୍ଯ୍ୟକ୍ରମ ବିଭିନ୍ନ ମନ୍ଦିର ଓ ପୂଜାମଣ୍ଡପମାନଙ୍କରେ ଆୟୋଜିତ ହୁଏ। ଏହି ଦିନ ଶ୍ରୀମନ୍ଦିରରେ ସନ୍ଧ୍ୟାଧୂପ ସରିବା ପରେ ବଟ ଗଣେଶ, ନୃତ୍ୟ ଗଣପତି, ଭଣ୍ଡ ଗଣେଶଙ୍କ ମନ୍ଦିରରେ ଶୀତଳ ଭୋଗ ଓ ବନ୍ଦାପନା ନୀତି ହୋଇଥାଏ। ମୁଳିଆ ସୁଆଁସିଆ ଦେଇଥିବା ଭଦ୍ରାସନ ଉପରେ ବେହେରା କରଣମାନଙ୍କ ମାଦଳାପାଞ୍ଜି ରଖା ଯାଇ ତହିଁ ଉପରେ ପତନି ଓ ପୁଷ୍ପମାଲ୍ୟ ଲାଗି ପୂର୍ବକ ଶୀତଳ ଭୋଗ ଓ ବନ୍ଦାପନା ସରିବା ପରେ ପ୍ରଶାସନ ପକ୍ଷରୁ ଯୋଗାଇଥିବା ୨୨ଟି ନଡ଼ିଆ ଉକ୍ତ ବେହେରା କରଣମାନେ ଭାଙ୍ଗିଥାନ୍ତି ଓ ଏହାକୁ ପ୍ରସାଦ ରୂପେ ସେବନ ମଧ୍ୟ କରାଯାଇଥାଏ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+