Get Updates
Get notified of breaking news, exclusive insights, and must-see stories!

ଗଣେଶ ପୂଜା ୨୦୨୪: ବାସ୍ତୁଶାସ୍ତ୍ରରେ ପ୍ରଭୁ ଶ୍ରୀଗଣେଶଙ୍କ ସ୍ଥାନ ଖୁବ ଗୁରୁତ୍ୱପୂର୍ଣ୍ଣ, ଘରକୁ ଆସିଥାଏ ସୁଖସମୃଦ୍ଧି

ପ୍ରଥମ ପୂଜ୍ୟ ଶ୍ରୀଗଣେଶ । ନୂତନ ଘରେ ପ୍ରବେଶ ହେଉ ଅବା ଶୁଭ କାର୍ଯ୍ୟ , ସର୍ବ ପ୍ରଥମେ ଲୋଡା ହୁଅନ୍ତି ସେ। କାରଣ ତାଙ୍କୁ ପୂଜା କଲେ ସବୁକିଛି ମଙ୍ଗଳ ହୋଇଥାଏ। ବାସ୍ତୁଶାସ୍ତ୍ରରେ ମଧ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ସ୍ଥାନ ଖୁବ ଗୁରୁତ୍ୱପୂର୍ଣ୍ଣ। ଏହାକୁ ଅନୁସରଣ କରି ପ୍ରଭୁଙ୍କ ପ୍ରତିମାର ଠିକ ସ୍ଥାପନ କରି ପାରିଲେ ଘରକୁ ସୁଖସମୃଦ୍ଧି ଆସିଥାଏ।

  • ଯଦି ଘରର ମୂଖ୍ୟ ଦ୍ୱାର ଦକ୍ଷିଣ ଦିଗକୁ ଖୋଲୁଥାଏ, ତେବେ ସେହି ଦ୍ୱାରର ଉପରେ (ତାହା ଘର ଭିତରେ ହେଉ ଅବା ବାହାରେ) ଗଣେଶଙ୍କର ଛୋଟିଆ ପ୍ରତିମା ଲଗାଇଲେ ଘରର ଦକ୍ଷିଣମୁଖୀ ଦୋଷ କଟିଯାଏ।
  • ଘରେ ପ୍ରବେଶ କରିବା ମାତ୍ରେ ଯଦି କିଛି ଅଜଣା ନକାରାତ୍ମକ ଭାବ ଉତ୍ପନ ହେଇଥିବା ମନେହୁଏ ତେବେ ଘରଭିତରେ ପ୍ରବେଶ ଦ୍ୱାରକୁ ମୁହଁ କରି ଅନାଇବା ଭଳି ୯ ଇଞ୍ଚର ଏକ ଗଣେଶ ପ୍ରତିମା ସ୍ଥାପନା କରିବା ଭଲ।
  • ଘରର ଯେ କୈଣସି ଦିଗରେ ଭଗବାନ ଗଣେଶଙ୍କ ପ୍ରତିମା ସ୍ଥାପନା କରିବା ଉଚିତ ନୁହେଁ। ବରଂ ଗଣେଶଙ୍କ ଫୋଟ ଓ ପ୍ରତିମାକୁ ଏଭଳି ରଖିବା ଜରୁରୀ ଯେମିତିକି ତାଙ୍କୁ ପ୍ରଣାମ କରିବା ବେଳେ ଆମର ମୁହଁ ପୂର୍ବ କିମ୍ବା ଉତ୍ତର ଦିଗକୁ ରହିବ। ଅର୍ଥାର ଶ୍ରୀଗଣେଶଙ୍କ ମୁଖ ସର୍ବଦା ଦକ୍ଷିଣ କିମ୍ବା ପଶ୍ଚିମାଭିମୁଖୀ ରହିବା ଉଚିତ।
  • ଘରର ମଧ୍ୟଭାଗ ଅର୍ଥାତ ବ୍ରହ୍ମାସ୍ଥଳରେ ତୁଳସୀ ଗଛ ସହିତ ଶ୍ରୀଗଣେଶଙ୍କ ପୂଜା କଲେ ସମ୍ପୁର୍ଣ୍ଣ ଘରକୁ ସକାରାତ୍ମକ ଊର୍ଜା ମିଳିଥାଏ।
  • ଘରେ ଶ୍ରୀଗଣେଶଙ୍କର ବସିଥିବା ତଥା ଆଶୀର୍ବାଦ ଦେଉଥିବା ପ୍ରତିମା ପୂଜା କରିବାବେଳେ ବ୍ୟବସାୟିକ ପରିସରରେ ଭଗବାନଙ୍କର ଅନ୍ୟ ମୁଦ୍ରାର ପ୍ରତିମା ତଥା ଫୋଟ ରଖିବା ଭଲ।
  • ଶ୍ରୀଗଣେଶଙ୍କର ଫୋଟ କିମ୍ବା ମୂର୍ତ୍ତି ଏପରି ସ୍ଥାନରେ ରଖନ୍ତୁ ନାହିଁ ଯାହାର ପଛପଟେ କିମ୍ବା ଆଗରେ ଶୌଚାଳୟ ଥିବ।
    Ganesha Puja 2024

ଶିବ ପୁରାଣ ଅନୁଯାୟୀ ଦେବୀ ପାର୍ବତୀ ନିଜଦେହରୁ ନିର୍ଗତ ମଇଳାରୁ ଏକ ମୂର୍ତ୍ତି ଗଠନ କଲେ ଏବଂ ତାକୁ ଜୀବନ ଦାନ ଦେଲେ। ପାର୍ବତୀ ଏହାଙ୍କୁ ଦ୍ୱାର ଜଗାଇ ଏବଂ ଭିତରକୁ କାହାକୁ ପ୍ରବେଶ ନ କରେଇବା ପାଇ ଆଦେଶ ଦେଇ ସ୍ନାନ କରିବାକୁ ଗଲେ । ଠିକ ସେହି ସମୟରେ ମହାଦେବ ଘରକୁ ଫେରି ଭିତରକୁ ପ୍ରବେଶ କରନ୍ତେ, ବାଳକ ଗଣେଶ ଆପଣା ପିତାଙ୍କୁ ଚିହ୍ନି ନ ପାରି ବାଟ ଛାଡ଼ିଲେ ନାହିଁ । ମହାଦେବ ଯେତେ ବୁଝାଇବାକୁ ଚେଷ୍ଟା କରି ବିଫଳ ହେବା ପରେ କ୍ରୋଧ ଜର୍ଜରିତ ହୋଇ ଶିର ଚ୍ଛେଦନ କଲେ । ପରେ ପାର୍ବତୀଙ୍କ ନିକଟରୁ ଏହାଙ୍କର ପରିଚୟ ପାଇ ଫେରି ଆସି ଦେଖିଲା ବେଳକୁ ମୁଣ୍ଡହୀନ ଗଣ୍ଡିଟି ପଡ଼ିଅଛି । ମହାଦେବ ମୁଣ୍ଡ ଖୋଜି ନ ପାଇ ଉତ୍ତରଦିଗକୁ ମୁଣ୍ଡକରି ଶୋଇଥିବା ଗୋଟିଏ ହାତୀର ମୁଣ୍ଡକୁ କାଟି ଆଣି ଏହାଙ୍କ ଗଣ୍ଡିରେ ଯୋଡ଼ି ଜୀବନ ଦାନ କଲେ । ଏ ମହାଦେବଙ୍କ ପ୍ରମଥ ଗଣର ସେନାପତି। ପୌରାଣିକ ମତେ ଗଣେଶ ବ୍ୟାସୋକ୍ତ ମହାଭାରତର ଲେଖକ। ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ଦିନ ଗଣେଶଙ୍କର ସ୍ୱତନ୍ତ୍ର ପୂଜା ହୁଏ । ରକ୍ତ ଚନ୍ଦ୍ର, ରକ୍ତ ପୁଷ୍ପରେ ଏହାଙ୍କୁ ପୂଜା କରାଯାଏ । ଏହାଙ୍କର ଗଜମସ୍ତକ, ଏକଦନ୍ତ, ଥନ୍ତଲ ପେଟ ଓ ସାପ ପଇତା । ଏହାଙ୍କର ବାହନ ମୂଷା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+