Get Updates
Get notified of breaking news, exclusive insights, and must-see stories!

ଆଜି ପବିତ୍ର ବସନ୍ତ ପଞ୍ଚମୀ, ସବୁଠି ଚାଲିଛି ମାଆ ବିଦ୍ୟାଦାତ୍ରୀଙ୍କ ପୂଜାର୍ଚ୍ଚନା

ଭୁବନେଶ୍ୱର: ଆଜି ପବିତ୍ର ବସନ୍ତ ପଞ୍ଚମୀ । ପ୍ରତିବର୍ଷ ମାଘ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ମାଆ ବିଦ୍ୟାଦାତ୍ରୀଙ୍କ ପୂଜାର୍ଚ୍ଚନା କରାଯାଇଥାଏ । ଶାସ୍ତ୍ର ବସନ୍ତ ପଞ୍ଚମୀ ଏକ ପ୍ରମୁଖ ପର୍ବ ଭାବେ ବିବେଚନା କରାଯାଏ । ଏହି ଦିନ ଜ୍ଞାନ, ଶିକ୍ଷା, ସଙ୍ଗୀତ ଏବଂ କଳାର ଦେବୀ ମା' ସରସ୍ୱତୀଙ୍କର ପୂଜାର୍ଚ୍ଚନା କରାଯାଏ । ସନାତନ ଧର୍ମରେ ମାଆ ସରସ୍ୱତୀଙ୍କ ଉପାସନାର ବିଶେଷ ଗୁରୁତ୍ୱ ରହିଛି, କାରଣ ସେ ଜ୍ଞାନର ଦେବୀ ।

ମାନ୍ୟତା ରହିଛି ଯେ, ବସନ୍ତ ପଞ୍ଚମୀ ଦିନ ଦେବୀ ସରସ୍ୱତୀଙ୍କୁ ପୂଜାର୍ଚ୍ଚନା କରିବା ଦ୍ୱାରା ଦେବୀ ଲକ୍ଷ୍ମୀ ଏବଂ ଦେବୀ କାଳୀଙ୍କର ମଧ୍ୟ ଆଶୀର୍ବାଦ ପ୍ରାପ୍ତ ହୁଏ ଏବଂ ବାଗବାଦୀନି ପ୍ରସନ୍ନ ହୋଇଥାନ୍ତି । ପୂଜା କରିବା ସମୟରେ ମା'ଙ୍କୁ ହଳଦୀ ରଙ୍ଗର ସାମଗ୍ରୀ ଲାଗି କରିବା ଅତ୍ୟନ୍ତ ଶୁଭ ବିବେଚନା କରାଯାଏ । କାରଣ ମାଆ ବିଦ୍ୟାଦାତ୍ରୀଙ୍କ ପ୍ରିୟ ରଙ୍ଗ ହଳଦୀଆ ।

Saraswati Puja

ମା'ସରସ୍ୱତୀଙ୍କ ବିନା ସିଦ୍ଧି ଓ ବିଦ୍ୟାଲାଭ ଅସମ୍ଭବ । ଜୀବନରେ ସଫଳତା ଓ ବିଦ୍ୟାର୍ଜନରେ ଯଶସ୍ୱୀ ହେବା ପାଇଁ ବିଦ୍ୟାଜନନୀ ସରସ୍ୱତୀଙ୍କ ପୂଜାର୍ଚ୍ଚନା କରିବା ଉଚିତ୍ ସହ ମାଙ୍କ ନିକଟରେ ମନପ୍ରାଣ ଅର୍ପଣ କରିବା ଉଚିତ । ମା ସରସ୍ବତୀଙ୍କର ସୁଶୋଭିତ ପୁଷ୍ପମାଲ୍ୟ, ଘଣ୍ଟ, ଘଣ୍ଟା, ଶଙ୍ଖ ଆଦି ବାଦ୍ୟବାଦନ ମଧ୍ୟରେ ପୂଜାର୍ଚ୍ଚନା କରାଯାଏ । ସେହିପରି ବିଭିନ୍ନ ଫଳମୂଳ ଖଇ, ଉଖୁଡ଼ା, ନଡ଼ିଆ ଆଦି ବଢ଼ାଯାଇଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+