For Quick Alerts
Turn On Notification  
For Daily Alerts
Oneindia App Download

ଆଜି ପବିତ୍ର ମକର ସଂକ୍ରାନ୍ତି: ଜାଣନ୍ତୁ କଣ ରହିଛି ଏହା ପଛର ଇତିହାସ

ଅନ୍ୟ ପର୍ବପର୍ବାଣୀ ତୁଳନାରେ ମକର ପର୍ବ ରାଜ୍ୟରେ ବେଶ ଗୁରୁତ୍ବ ବହନ କରିଥାଏ । କାରଣ ଆଜି ଦିନରୁ ଦିନ ବଡ ହେବା ଆରମ୍ଭ ହୁଏ ।

|

ମହାପ୍ରଭୁ ଜଗନ୍ନାଥଙ୍କ ମାଟି ଆମ ଓଡିଶା । ଏଠାରେ ୧୨ ମାସରେ ପାଳନ ହୁଏ ୧୩ ପର୍ବ । ଯାହା ମଧ୍ୟରୁ ମକର ସଂକ୍ରାନ୍ତି ଅନ୍ୟତମ । ଅନ୍ୟ ପର୍ବପର୍ବାଣୀ ତୁଳନାରେ ମକର ପର୍ବ ରାଜ୍ୟରେ ବେଶ ଗୁରୁତ୍ବ ବହନ କରିଥାଏ । କାରଣ ଆଜି ଦିନରୁ ଦିନ ବଡ ହେବା ଆରମ୍ଭ ହୁଏ ।

ଇଂରାଜୀ କ୍ୟାଲେଣ୍ଡର ଅନୁଯାୟୀ ପ୍ରତିବର୍ଷ ଜାନୁଆରୀ ୧୪ କିମ୍ବା ୧୫ରେ ପଡିଥାଏ ମକର । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।

ମକର ସଂକ୍ରାନ୍ତି ପଛର ଇତିହାସ

ପ୍ରତି ସଂକ୍ରାନ୍ତିରେ ସୂର୍ଯ୍ୟ ଗୋଟିଏ ଲେଖାଏଁ ରାଶିକୁ ଗମନ କରି ସେଥିରେ ଏକ ମାସ ଅବସ୍ଥାନ କରନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇ ମକର ରାଶିକୁ ଆସନ୍ତି । ଏହି ଦିନ ସୂର୍ଯ୍ୟ ଉତ୍ତରଦିଗକୁ ଯାତ୍ରା କରି ଛଅ ମାସ ଅବସ୍ଥାନ କରୁଥିବାରୁ ବିବାହ, ବ୍ରତ, ଯଜ୍ଞାନୁଷ୍ଠାନ,ଗୃହ, ଦେବାଳୟ ପ୍ରତିଷ୍ଠା ଆଦି ସମସ୍ତ ଶୁଭକର୍ମ ଅନୁଷ୍ଠିତ ହୁଏ । ଏହି ସମୟରେ ଅଭୀଷ୍ଟ ସିଦ୍ଧି ପାଇଁ ସୂଯ୍ୟ ଉପାସନ କରାଯାଏ ।

ଓଡ଼ିଆ ପ୍ରବାଦ ଅନୁଯାୟୀ 'ମକରଠାରୁ ଦିନ ବକର ହୁଏ', ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ । ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ । ଦେବୀ ସଂକ୍ରାନ୍ତି ଏହି ତିଥିରେ ଶଙ୍କରାସୁରକୁ ବଧ କରିଥିଲେ । ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ସମୟରେ ଯେଉଁମାନଙ୍କର ପରଲୋକ ହୁଏ, ସେମାନଙ୍କୁ ସ୍ୱର୍ଗଲୋକ ପ୍ରାପ୍ତ ହୁଏ ବୋଲି ହିନ୍ଦୁମାନେ ବିଶ୍ୱାସ କରନ୍ତି । ମକର ସଂକ୍ରାନ୍ତି ଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହେଉଥିବାରୁ ଆଲୋକ ଏବଂ ଜୀବନର ଉତ୍ସ ସୂର୍ଯ୍ୟଙ୍କୁ ହିନ୍ଦୁମାନେ ଏହିଦିନ ପୂଜାର୍ଚ୍ଚନା କରନ୍ତି । ଆଉ କେତେକ ସ୍ଥାନରେ ଏହି ଦିନ ଶିବଙ୍କୁ ପୂଜା କରାଯାଏ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
History Behind The Makar Sankranti
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X