For Quick Alerts
Turn On Notification  
For Daily Alerts
Oneindia App Download

ଆଜି ପବିତ୍ର ମକର ସଂକ୍ରାନ୍ତି: ଜାଣନ୍ତୁ, କେଉଁଠି କେମିତି ପାଳନ କରାଯାଏ ଏହି ପର୍ବ ?

ଆଜି ପବିତ୍ର ମକର ସଂକ୍ରାନ୍ତି । ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି ।

|

ଆଜି ପବିତ୍ର ମକର ସଂକ୍ରାନ୍ତି । ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି ।

ତେବେ ଏହି ପର୍ବକୁ ଓଡ଼ିଶାରେ ବହୁ ଆରମ୍ବରରେ ପାଳନ କରାଯାଇଥାଏ। ବିଭିନ୍ନ ସ୍ଥାନରେ ବିଭିନ୍ନ ଭାବରେ ମକର ପାଳିତ ହୋଇଥାଏ। କେଉଁଠି କୁକୁଡ଼ା ଲଢ଼େଇ କରି ଏହି ପର୍ବକୁ ପାଳନ କରାଯାଇଥାଏ ତ ପୁଣି କେଉଁଠି ଭଗବାନଙ୍କୁ ଆରାଧନାକ କରି ଏହି ପର୍ବକୁ ପାଳନ କରାଯାଇଥା ।

ତେବେ ମକର ସଂକ୍ରାନ୍ତିର ମୁଖ୍ୟ ଭୋଗ ହେଉଛି ମକର ଚାଉଳ ଭୋଗ । ନୂଆ ଧାନରୁ ପ୍ରସ୍ତୁତ ଅପକ୍ୱ ଅରୁଆ ଚାଉଳ, ନୂଆଗୁଡ଼, ଛେନା, ନଡ଼ିଆ, ପାଚିଲା କଦଳୀ, ଘିଅ, କ୍ଷୀର ଇତ୍ୟାଦି ଗୋଳିଆ ଗୋଟିଏ ସୁମିଷ୍ଟ ଭୋଗ ପ୍ରସ୍ତୁତ କରି ଗୃହଦେବତାଙ୍କୁ ଓ ଧାନଖଳାରେ ଭୋଗ ଲଗାଯାଏ । ଏହି ଭୋଗ 'ମକର ଚାଉଳ' ଭାବେ ପରିଚିତ । ଏହି ଭୋଗ ଦେଇ କେତେକ ଲୋକେ 'ମକର' ବସନ୍ତି । କେତେକ ଅଞ୍ଚଳରେ ନୂଆଧାନର ଚାଉଳରେ ପ୍ରସ୍ତୁତ ପୋଡ଼ପିଠା ସହିତ ଗୁଡ, କଦଳୀ, ନଡ଼ିଆ ଓ ଅରୁଆଚାଉଳରେ ଭୋଗ କରାଯାଇ ଦେବାଦେବୀଙ୍କ ପାଖରେ ଦିଆଯାଏ । ସୂର୍ଯ୍ୟଙ୍କ ଯୋଗୁଁ କୃଷିକ୍ଷେତରେ ଶସ୍ୟ ଉତ୍ପନ ହେଉଥିବାରୁ କୃଷକମାନେ ମକରସଂକ୍ରାନ୍ତିର ପୂଣ୍ୟକାଳରେ ସୂର୍ଯ୍ୟଙ୍କୁ ନୂତନ ଶସ୍ୟ ଅର୍ପଣ କରି ପୂଜାର୍ଚ୍ଚନା କରିଥା'ନ୍ତି ।

ଏହିଦିନ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ରୀତିନୀତି କରାଯାଇଥାଏ । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ସରିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ ଲାଗି କରାଯାଇଥାଏ । ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଥାଏ। ଏହାପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କୁ ବେଶ କରାଯାଇଥାଏ।

Makar Sankranti

ଏହାପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମକରବେଶ ହୋଇଥାନ୍ତି। ତେବେ ହିନ୍ଦୁ ଧର୍ମ ବିଶ୍ୱାସ ଅନୁସାରେ ଏହି ମକର ସଂକ୍ରାନ୍ତି ଦିନ ଜଗନ୍ନାଥଙ୍କ ଦର୍ଶନରେ ରାଜସୂୟ ଯଜ୍ଞର ଆଳତୀ ପ୍ରାପ୍ତି ହୋଇଥାଏ । ଯେଉଁ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରି ବିଧିପୂର୍ବକ ବେଢ଼ା ପ୍ରଦକ୍ଷିଣ କରନ୍ତି, ସେମାନେ ପୁଣ୍ୟଲାଭ ସହିତ ମୁକ୍ତିଲାଭ କରିଥାଆନ୍ତି ।

ମକରରେ ଗୁଡି ଉଡା କଟିକିଆଙ୍କ ସୌକ ଓ ପରମ୍ପରାରେ ସାମିଲ ହୋଇଛି । ମକର ଆସିଲେ କଟକ ଆକାଶରେ ଘୁରି ବୁଲନ୍ତି ରଙ୍ଗ ବେରଙ୍ଗର ଗୁଡି । ପିଲାଠାରୁ ବୟସ୍କ ,ସମସ୍ତେ ଗୁଡି ଉଡାର ମଜା ନେଇଥାନ୍ତି। ମକରରେ କଟକ ଆକାଶରେ ଦେଖିବାକୁ ମିଳେ ଗୁଡି ଲଢେଇ ।

ଓଡ଼ିଶାର ଉତ୍ତରାଞ୍ଚଳରେ, ବିଶେଷତଃ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଆଦିବାସୀମାନଙ୍କର ମକରଯାତ୍ରା ଏକ ପ୍ରଧାନ ପର୍ବ । ଏହି ଅଞ୍ଚଳରେ ବସ ବାସ କରୁ ଥିବା କୁଡୁମୀ ସମ୍ପ୍ରଦାୟର ଲୋକେ ଏହି ପର୍ବକୁ ଟୁସୁ ପରବ ରୂପେ ପାଳନ କରିଥା'ନ୍ତି । ମକର ସଂକ୍ରାନ୍ତିର ପୂର୍ବରୁ ଓ ପରେ ସମସ୍ତଙ୍କ ଘରେ ଭିନ୍ନଭିନ୍ନ ପ୍ରକାର ବ୍ୟଞ୍ଜନ ବିଭିନ୍ନ ଦିନରେ ହୋଇଥାଏ । ଏହି ପର୍ବରେ ସମସ୍ତେ ନୂଆବସ୍ତ୍ର ପରିଧାନ କରନ୍ତି । ନାଚଗୀତ ଓ ଭୋଜିଭାତରେ ମାଧ୍ୟମରେ ଏହିପର୍ବକୁ ମହା ଆନନ୍ଦରେ ଆଦିବାସୀମାନେ ପାଳନ କରିଥା'ନ୍ତି । ମକର ପର୍ବର ଟୁସୁଗୀତ ଅତ୍ୟନ୍ତ ହୃଦୟସ୍ପର୍ଶୀ । ଓଡ଼ିଶାର ସମତଳ ଅଞ୍ଚଳ ଅପେକ୍ଷା ମାଳ ଅଞ୍ଚଳରେ ମକର ଯାତ୍ରା ବଡ ଜାକଜମକକରେ ଦୀର୍ଘଦିନ ଧରି ପାଳନ କରାଯାଏ । ପ୍ରାୟ ପ୍ରତ୍ୟେକ ଆଦିବାସୀ ଗୋଷ୍ଠି ଏହି ପର୍ବ ପାଳନ କରନ୍ତି । ଏହି ସମୟରେ ଆଦିବାସୀ ଅଞ୍ଚଳଗୁଡିକ ଯାତ୍ରା ମେଳଣର ଆମୋଦପ୍ରମୋଦରେ ଜୀବନ୍ତ ହୋଇଉଠେ । ସେମାନଙ୍କ ପରମ୍ପରାରେ ମକରଯାତ୍ରା ଏକ ସ୍ନେହ, ପ୍ରେମ ଓ ସଦ୍‌ଭାବନାର ମହୋତ୍ସବ ।

କର୍ଣ୍ଣାଟକ, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଆସାମ, ବଙ୍ଗଳା ଓ ଓଡ଼ିଶା ପ୍ରଭୃତି ସ୍ଥାନରେ କୃଷକମାନେ ମକର ପର୍ବକୁ ଦୁଇଦିନ ବା ତିନିଦିନ ପାଳନ କରିଥା'ନ୍ତି । ଦକ୍ଷିଣ ଭାରତରେ ଏହା ପୋଙ୍ଗଲ ଓ ଅନ୍ୟାନ୍ୟ ସ୍ଥାନରେ ଭୋଗୀ ପର୍ବ ଭାବେ ପରିଚିତ । ଏହିଦିନଠାରୁ ଦକ୍ଷିଣରେ ନୂଆବର୍ଷ ଆରମ୍ଭ ହୋଇଥାଏ । ଏହିପର୍ବଟିକୁ ଦାକ୍ଷିଣାତ୍ୟରେ ତିନିଦିନ ଧରି ପାଳନ କରାଯାଇଥାଏ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
How People Celebrate Makar Sankranti
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X