Get Updates
Get notified of breaking news, exclusive insights, and must-see stories!

Kartika Purnima: କାର୍ତ୍ତିକ ପୂର୍ଣ୍ଣିମାର ପୌରାଣିକ କଥା

କାର୍ତ୍ତିକ ପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ ‌। ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି ।

ଓଡ଼ିଶାର ଆଦିକବି ଶୂଦ୍ରମୁନି ସାରଳା ଦାସ ରଚିତ ମହାଭାରତର ଆଦିପର୍ବରେ କାର୍ତ୍ତିକ ମାସର ପବିତ୍ରତା ସମ୍ପର୍କରେ ବର୍ଣ୍ଣନା କରିଛନ୍ତି । ଏହିପର୍ବରେ ବର୍ଣ୍ଣିତ କାର୍ତ୍ତିକ ପୂର୍ଣ୍ଣିମା ଦିନ ଭୋଜରାଜ ଓ ଭୀଷ୍ମଙ୍କ ଗଙ୍ଗାସ୍ନାନ ଯାତ୍ରା ପ୍ରସଙ୍ଗରେ ଦର୍ଶାଯାଇଛି ଯେ,କାର୍ତ୍ତିକ ମାସରେ ମୃତ୍ୟୁବରଣ କଲେ ବୈକୁଣ୍ଠ ପ୍ରାପ୍ତି ହୁଏ । ପୁନଶ୍ଚ କାର୍ତ୍ତିକ ଏକ ଧର୍ମ ମାସ ରୂପେ ମଧ୍ୟ ପରିଚିତ । ଏହି ମାସରେ ଧର୍ମପ୍ରାଣ ଆବାଳ- ବୃଦ୍ଧ- ବନିତା ପ୍ରତ୍ୟହ ପ୍ରାତଃକାଳରେ ସ୍ନାନ ସମାପନ ପୂର୍ବକ ଦେବ ଦର୍ଶନ ଏବଂ ନଗର ସଂକୀର୍ତ୍ତନ ଆଦି କରିଥାନ୍ତି । ପୂର୍ଣ୍ଣିମା ପାଞ୍ଚଦିନ ପଞ୍ଚକ ପର୍ବ ବା ମହାପଞ୍ଚକ ନାମରେ ପରିଚିତ । ଏହି ପାଞ୍ଚଦିନ ପ୍ରତ୍ୟେକ ହିନ୍ଦୁ ଆମିଷ ପରିହାର ପୂର୍ବକ ପୂଜା କରିଥାନ୍ତି ।

କୁହାଯାଏ ଯେ ଏହି ପାଞ୍ଚଦିନକାଳ ବଗ ମଧ୍ୟ ଆମିଷ ସ୍ପର୍ଶ କରେ ନାହିଁ । ଏହି ମାସର ଶୁକ୍ଳପକ୍ଷ ଏକାଦଶୀ ବା ବଡ଼ ଏକାଦଶୀଠାରୁ ପୂର୍ଣ୍ଣମୀ ପାଞ୍ଚଦିନ ଧରି ଅନୁଷ୍ଠିତ ମହାପଞ୍ଚକ ହିନ୍ଦୁମାନଙ୍କ ପାଇଁ ଧର୍ମଗତ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ । କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ପିଣ୍ଡ ପ୍ରଦାନ ଓଡ଼ିଶାରେ ସଂପ୍ରତି ପ୍ରଚଳିତ ନାହିଁ, ମାତ୍ର ବ୍ରତ ପାଳନ ଏବେ ବି ଓଡ଼ିଆ ପରମ୍ପରାରେ ଅନୁସୃତ । ଏହି ଦିନ ମହିଳାମାନେ ରାଇ- ଦାମୋଦର ବ୍ରତର ଉଦ୍ ଯାପନ କରିଥାନ୍ତି । ବିଧବାମାନେ ଏହି ମାସରେ ହବିଷ୍ୟ ପାଳନ ପୂର୍ବକ ପ୍ରତ୍ୟହ ସନ୍ଧ୍ୟାରେ ଆକାଶଦୀପ ପ୍ରଜ୍ଜଳନ କରିଥାନ୍ତି । ତୁଳସୀ ବୃକ୍ଷକୁ ଏହିମାସରେ ଅତ୍ୟନ୍ତ ଭକ୍ତି ସହକାରେ ଆରାଧନା କରାଯାଏ ।

Kartika Purnima 2025 Mythological stories of Kartik Purnima

କିମ୍ବଦନ୍ତୀ ରହିଛି ଯେ ରାକ୍ଷସ ଜଳନ୍ଧର ନିଜ ସତୀ ସ୍ୱାଧୀ ପତ୍ନୀ ତୁଳସୀଙ୍କ ପାତିବ୍ରତ୍ୟ ବଳରେ ବଳୀୟାନ ହୋଇ ଉଠିଥିଲା ଏବଂ ବୃନ୍ଦାବତୀଙ୍କ ସତୀତ୍ୱ ଅମ୍ଳାନ ରହିଥିବା ପର୍ଯ୍ୟନ୍ତ ଦେବତାମାନେ ବହୁ ଚେଷ୍ଟା ସତ୍ତ୍ୱେ ଜଳନ୍ଧର କୌଣସି ଅନିଷ୍ଟ କରିପାରି ନଥିଲେ ।

ଆକାଶଦୀପ ପ୍ରତିଷ୍ଠା କାର୍ତ୍ତିକ କୃତ୍ୟର ଆଉ ଏକ ଅବଦାନ । କାର୍ତ୍ତିକ ମାସ ବେଳକୁ ପିତୃପକ୍ଷ ଆରମ୍ଭ ହୋଇଯାଇଥାଏ । ପ୍ରେତପୁରୁଷ ତଥା ପିତୃଗଣଙ୍କୁ ପଥ ପ୍ରଦର୍ଶନ ଏବଂ ସେମାନଙ୍କ ଅନ୍ଧକାରାଚ୍ଛନ୍ନ ଦୁର୍ଗମ ପଥକୁ ଆଲୋକିତ କରିବା ସକାଶେ ଉଚ୍ଚ ସ୍ଥାନରେ ଏହି ପ୍ରଦୀପ ପ୍ରଜ୍ଜଳନ ବିଧି ପ୍ରଚଳିତ । ଗ୍ରାମରେ ଏକ ଉଚ୍ଚ ବାଉଁଶ ଖୁଣ୍ଟ ଉପରେ ପ୍ରତି ସନ୍ଧ୍ୟାରେ ଆକାଶଦୀପ ରଖାଯାଉଥାଏ । ପୂର୍ଣ୍ଣିମା ଅବକାଶରେ କଦଳୀପଟୁଆ ନିର୍ମିତ ଡଙ୍ଗା ଭସାଇବାର ବିଧି ପ୍ରଚଳିତ । ସେ ଦିନ ପ୍ରତ୍ୟୁଷରୁ ଆବାଳ- ବୃଦ୍ଧା- ବନିତା ନଦୀ ବା ପୁଷ୍କରଣୀରେ ବୁଡ ପକାଇ କଦଳୀ ବାହୁଙ୍ଗା ବା ସୋଲ ତିଆରି ଖେଳଣା ଡଙ୍ଗାରେ ଦୀପ ଜାଳି ଏବଂ ସେଥିରେ ପାନଗୁଆ ଥୋଇ ସେସବୁ ଭସାଇ ଦିଅନ୍ତି । ଏହି ସମୟରେ ଗାନ କରନ୍ତି 'ଆ କା ମା ବୈ, ପାନ ଗୁଆ ଥୋଇ ପାନ ଗୁଆ ତୋର, ମାସକ ଧରମ ମୋର ।' ବିଶ୍ୱାସ ରହିଛି ଯେ ଏହିଦିନ ପ୍ରତ୍ୟୁଷରୁ ସ୍ନାନପୂର୍ବକ ଦେବଦର୍ଶନ କଲେ ସମସ୍ତ ପ୍ରକାର ପାପ ନାଶ ହୋଇଥାଏ । ଆଷାଢ଼, କାର୍ତ୍ତିକ, ମାଘ ଓ ବୈଶାଖ- ଏଇ ଚାରିମାସ ହେଉଛି ସୂର୍ଯ୍ୟଙ୍କର ଅୟନାନ୍ତ କାଳ ।

ଏହି ଅୟନାନ୍ତ ଦିବସମାନଙ୍କରେ ସୌରଦେବଙ୍କ ଉପାସନା କରାଯାଏ । ପୌରାଣିକ ଅନୁଧ୍ୟାନରୁ ଏହି ଚାରିମାସ ଧର୍ମ ଦୃଷ୍ଟିରୁ ଶୁଭପ୍ରଦ ଏବଂ ଦେବଦେବୀଙ୍କ ଉପାସନା ସକାଶେ ଅତ୍ୟନ୍ତ ଅନୁକୂଳ । ଏହି ଅବସରରେ ଓଡ଼ିଶାର ନରନାରୀ ଜଳରେ ସ୍ୱଦେଶ ସଂସ୍କୃତିର ପ୍ରତୀକ ଉପାସନା ସାମଗ୍ରୀ ତାମ୍ବୁଳ, ଅକ୍ଷତ ଓ ତିଳ ନିକ୍ଷେପ ପୂର୍ବକ ପ୍ରତିଦାନ ସ୍ୱରୂପ ଦେବତାଙ୍କଠାରୁ ପୁଣ୍ୟ କାମନା କରିଥାନ୍ତି । ଏହି ଅବକାଶରେ ଶ୍ୟାମଦେଶ (ଥାଇଲ୍ୟାଣ୍ଡ )ରେ କଦଳୀପଟୁଆ ନିର୍ମିତ ଛୋଟଛୋଟ ଡଙ୍ଗା ଭସାଇବା ପରମ୍ପରା ଏବେ ମଧ୍ୟ ପ୍ରଚଳିତ । ଏହି ପୂର୍ଣ୍ଣିମା ଅବକାଶରେ ପ୍ରାଚୀନ ଉତ୍କଳର ରାଜଧାନୀ କଟକନଗରୀ ଉପକଣ୍ଠସ୍ଥ ବାରବାଟୀ ଦୁର୍ଗ ନିକଟବର୍ତ୍ତୀ ପଡ଼ିଆରେ ବାଲିଯାତ୍ରା ଅନୁଷ୍ଠିତ ହୁଏ । ଏହା ଓଡ଼ିଶାର ଏକ ପ୍ରଧାନ ଉତ୍ସବ । ଉତ୍କଳର ବିଲୁପ୍ତ ନୌପରମ୍ପରା ସହିତ ଏହାର ସଂପୃକ୍ତି ରହିଛି । କାର୍ତ୍ତିକ ପୂର୍ଣ୍ଣିମା ବୋଇତ ବନ୍ଦାଣ ଦିବସ ନାମରେ ମଧ୍ୟ ଖ୍ୟାତ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+