Get Updates
Get notified of breaking news, exclusive insights, and must-see stories!

ଜାଣନ୍ତୁ ଶ୍ରୀମନ୍ଦିରରେ ଥିବା ବାଇଶି ପାହାଚ ନାଁ , ପାଦ ରଖିଲେ ମିଳିଥାଏ କୋଟି ଜନ୍ମର ପୁଣ୍ୟ

ସିଂହଦ୍ୱାର ଗୁମୁଟରୁ ମନ୍ଦିର ଭିତରକୁ ପ୍ରବେଶ କରିବାକୁ ଅର୍ଥାତ କୁର୍ମବେଢ଼ା, ରୋଷଶାଳ, ଆନନ୍ଦ ବଜାର ଯିବା ପାଇଁ ଥିବା ବାଇଶି ଗୋଟି ପାହାଚ ବାଇଶି ପାହାଚ ନାମରେ ଜଣା । ବାଇଶି ପାହାଚ ବଉଳମାଳା ମାଙ୍କଡ଼ା ପଥରରେ ତିଆରି । ପାହାଚଗୁଡ଼ିକର ଓସାର ୬ଫୁଟ, ଲମ୍ବ ୭୦ଫୁଟ ଓ ଉଚ୍ଚତା ୬ଇଞ୍ଚରୁ ୭ଇଞ୍ଚ ମଧ୍ୟରେ ହେବ ।

baisi pahach

ବାଇଶି ପାହାଚରେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦିଆଯାଏ ।[୧୩] ଭକ୍ତମାନେ ବର୍ଷସାରା ବାଇଶି ପାହାଚ ବାଟଦେଇ ଶ୍ରୀଜୀଉମାନଙ୍କୁ ଦର୍ଶନ କରିବାକୁ ଯାଉଥିବା ବେଳେ ଆଷାଢ଼ ଶୁକ୍ଳ ଦ୍ୱିତୀୟା ଦିନ ଶ୍ରୀଜୀଉମାନେ ଶ୍ରୀମନ୍ଦିରର ରତ୍ନସିଂହାସନ ଛାଡ଼ି ବାଇଶି ପାହାଚ ବାଟ ଦେଇ ବଡ଼ଦାଣ୍ଡରେ ଥିବା ରଥକୁ ଆସିଥାନ୍ତି ।[୧୪] ବାଇଶି ପାହାଚର ଅଧିଷ୍ଠାତ୍ରୀ ଦେବୀଗଣ ହେଲେ ମାୟା, ଚେତନା, ବୁଦ୍ଧି, ନିଦ୍ରା, କ୍ଷୁଧା, ଛାୟା, ତୃଷ୍ଣା, କ୍ଷାନ୍ତି, ଜାତି, ଲଜ୍ଜା, ଶାନ୍ତି, କାନ୍ତି, ବୃତ୍ତି, ସ୍ମୃତି, ଦୟା, ତୁଷ୍ଟି, ବିକ୍ରୀ, ମାତୃ, ଭ୍ରାନ୍ତି ଓ ପ୍ରଜ୍ଞା । ବିଶ୍ୱାସ ଅଛି ଯେ, ପ୍ରତ୍ୟେକ ମଣିଷ ୨୨ ପ୍ରକାର ପାପରୁ ମୋକ୍ଷ ନିମନ୍ତେ ୨୨ ପାହାଚ ଅତିକ୍ରମ କରିବା ଆବଶ୍ୟକ । ୨୨ ପାହାଚ ଯୋଗ ବିଦ୍ୟା ବର୍ଣ୍ଣିତ ୨୨ଟି ସ୍ତରର ପ୍ରତୀକ । ବାଇଶି ପାହାଚରେ ଦ୍ୱିତୀୟ ସୋପାନରେ ରହିଛି ଜମଶିଳା । ଶ୍ରଦ୍ଧାଳୁମାନେ ଏହି ଶିଳାକୁ ସ୍ପର୍ଶ କରି ଜଗନ୍ନାଥଙ୍କୁ ଦର୍ଶନ କଲେ ଅକାଳ ମୃତ୍ୟୁ ହୁଏ ନାହିଁ ଓ ସମସ୍ତ ପାପ ନାଶ ହୋଇ ଜୀବ ବୈକୁଣ୍ଠଗାମୀ ହୁଏ ବୋଲି ଲୋକ ବିଶ୍ୱାସ ରହିଛି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+