କୁମାର ପୁର୍ଣିମା: ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ଵତନ୍ତ୍ର ନୀତିକାନ୍ତି
ପୁରୀ : ଆଜି ପବିତ୍ର କୁମାର ପୂର୍ଣୀମା । ଏଥିପାଇଁ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ଵତନ୍ତ୍ର ନୀତି। ଆଜି ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଶ୍ରୀକ୍ଷେତ୍ରରେ ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଆଜି ମହାଲକ୍ଷ୍ମୀଙ୍କ ସହିତ ଜୁଆ ଖେଳରେ ହାରିବେ । ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀ ମାଧବ ସାତଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ ମନ୍ଦିରରେ ବନ୍ଧା ରହିବେ ।

ସେପଟେ ଆସନ୍ତାକାଲି ଠାରୁ କାର୍ତ୍ତିକ ବ୍ରତ ଆରମ୍ଭ ହେଉଥିବା ବେଳେ ଯେଉଁ ହବିଷ୍ୟାଳୀ ମାନେ କାର୍ତ୍ତିକ ବ୍ରତ ପାଳନ କରିବେ ସେମାନେ ଆଜି ସଙ୍କଳ୍ପ କରିଛନ୍ତି । ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ସହ ସୁରୁଖୁରୁରେ ମହାପ୍ରସାଦ ପାଇ ପାରିବେ ସେନେଇ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୁଚିତ କରାଯାଇଛି।
ଆଜି ପବିତ୍ର ଗଜଲକ୍ଷ୍ମୀ ପୂଜା ଅବସରରେ ଓଡିଶା ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । "ପବିତ୍ର ଲକ୍ଷ୍ମୀପୂଜା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମା'ଲକ୍ଷ୍ମୀଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିମୟ ହେଉ।" ବୋଲି ଟୁଇଟ କରିଛନ୍ତି ମୁଖ୍ୟମନ୍ତି ନବୀନ ପଟ୍ଟନାୟକ।
https://twitter.com/Naveen_Odisha/status/1450659760563318788











Click it and Unblock the Notifications