କାହିଁକି ମହାଳୟା ଶ୍ରାଦ୍ଧ, କ'ଣ ରହିଛି ଏହାର ମହତ୍ତ୍ୱ ?
ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଶ୍ରାଦ୍ଧ କର୍ମକୁ ମହାଳୟା ଶ୍ରାଦ୍ଧ କୁହାଯାଏ । ହିନ୍ଦୁ ଶାସ୍ତ୍ର ଅନୁଯାୟୀ ମହାଳୟା ଏବଂ ପିତୃପକ୍ଷ ଅମାବାସ୍ୟା ଗୋଟିଏ ଦିନରେ ପାଳନ କରାଯାଏ । ବିଶ୍ୱାସ କରାଯାଏ ଯେ ମହାଳୟା ଦିନ ପ୍ରତ୍ୟେକ ଶିଳ୍ପୀ ମା' ଦୁର୍ଗାଙ୍କ ଆଖି ପ୍ରସ୍ତୁତ କରନ୍ତି । ଏହା ପରେ ମା' ଦୁର୍ଗାଙ୍କ ମୂର୍ତ୍ତିଗୁଡ଼ିକୁ ଅନ୍ତିମ ରୂପ ଦିଆଯାଏ ।
ହିନ୍ଦୁ ଧର୍ମ ଅନୁସାରେ ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ । ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ବ୍ରାହ୍ମଣ ଭୋଜନ ଦିଆଯାଏ । ଯାହା ଦ୍ୱାରା ବଂଶର ଉତ୍ତର ପିଢ଼ିର ସକଳ ଉନ୍ନତି ହୋଇଥାଏ । ବଡ଼ ଦେଉଳରେ ବାଇଶି ପାହାଚରେ ପିଣ୍ଡଦାନ କର୍ମ ବି ହୁଏ ।
ଏହି ୧୪ ଦିନ ଭିତରେ ପିତୃ ପକ୍ଷରେ ଯେକୌଣସି ଦିନ ନିଜର ସାଧ୍ୟ ମତେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ବ୍ରାହ୍ମଣ ଭୋଜନ ଦିଆଯାଏ । ଏହାଦ୍ୱାରା ପୁଣ୍ୟ ଲାଭ ଏବଂ ବଂଶର ଉତ୍ତର ପିଢ଼ିର ସକଳ ଉନ୍ନତି ହେଉଥିବା ବିଶ୍ୱାସ କରାଯାଏ ।

ମହଳୟା ଶ୍ରାଦ୍ଧର ତର୍ପଣରେ ବ୍ରହ୍ମା, ବିଷ୍ଣୁ, ରୁଦ୍ର, ପ୍ରଜାପତି, ଅଚାର୍ଯ୍ୟ, ବେଦ, ଛନ୍ଦ, ଗନ୍ଧର୍ବଗଣ, ଦେବଗଣ, ପୁରୁଣାଚାର୍ଯ୍ୟ, ସମ୍ବତ୍ସର, ଶାବୟବ, ନାଗଗଣ, ଯକ୍ଷ, ଭକ୍ଷ, ପିଶାଚ, ବନସ୍ପତି, ଔଷଧ, ଭୂତଗ୍ରାମ, ଚତୁଷ୍ଟୟ ଏବଂ ପୃଥିବୀ ଇତ୍ୟାଦି କୋଡ଼ିଏ ଦେବଗଣଙ୍କୁ ଗୋଟିଏ ଥର ତର୍ପଣ; ସନତ, ସନନ୍ଦ, ସନତନ, କପିଳ, ଆସୁରୀ, ଡୋବୁ, ଏବଂ ପଞ୍ଚଶିଖ ଇତ୍ୟାଦି ସାତ ଋଷିଙ୍କୁ ଦୁଇ ଥର ତର୍ପଣ ଏବଂ ପିତୃପୁରୁଷଗଣଙ୍କୁ ତିନିଥର ତର୍ପଣରେ ଅପ୍ୟାୟିତ କରାଯାଏ । ପିତୃ ତର୍ପଣରେ ପିତାଙ୍କୁ ରୁଦ୍ର ରୂପେ, ପିତାମହଙ୍କୁ ବସୁରୂପେ ଓ ପ୍ରପିତାମହଙ୍କୁ ଆଦିତ୍ୟରୂପେ କଳ୍ପିତ କରାଯାଏ । ପିଣ୍ଡଦାତାଙ୍କ ଆଳୟରେ ସର୍ବଦେବ, ଋଷି, ଏବଂ ପିତୃପୁରୁଷଙ୍କ ଉପସ୍ଥିତ ହେତୁ ଏହାଙ୍କୁ ମହାଳୟା ଶ୍ରାଦ୍ଧ କୁହାଯାଏ ।
ପିତୃ ପୁରୁଷଙ୍କୁ ଶାନ୍ତି କରିବା ପାଇଁ ତର୍ପଣ ଶ୍ରାଦ୍ଧ ଏବଂ ପିଣ୍ଡଦାନ କରାଯାଇଥାଏ । ଯାହାଫଳରେ ପିତୃପୁରୁଷଙ୍କ ଆର୍ଶିବାଦ ପ୍ରାପ୍ତି ହୋଇଥାଏ । ଯଦି ପୁତ୍ର ବା ବଂଶଜମାନେ ତିଳ ତର୍ପଣ ନ କରନ୍ତି ତେବେ ପିତୃପୁରୁଷମାନେ ଉତକ୍ଷିପ୍ତ ହୋଇ ଅଭିଶାପ ପ୍ରଦାନ କରନ୍ତି ।












Click it and Unblock the Notifications