କାହିଁକି ପିତୃପକ୍ଷ ଶ୍ରାଦ୍ଧ ? କ'ଣ ପାଇଁ ଏହି ପକ୍ଷରେ ପିତୃ ପୁରୁଷଙ୍କୁ ଶ୍ରାଦ୍ଧ ଦିଆଯାଏ ?

ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ଠାରୁ ଅମାବାସ୍ୟା ପର୍ଯ୍ୟନ୍ତ କାଳ ବା ପକ୍ଷକୁ ପିତୃପକ୍ଷ କୁହାଯାଏ । ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ "ପିତୃପର୍ବ" ମଧ୍ୟ କୁହାଯାଏ । ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦା ଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ କୁହାଯାଏ । ଚତୁର୍ଦ୍ଦଶୀ ଯାଏଁ ତର୍ପଣ କଲାପରେ ଅମାବସ୍ୟା ଦିନ ପିଣ୍ଡ ଦାନ କରାଯାଏ ।

"କନ୍ୟାରାଶିକୁ ଭଗ ନାମକ ସୂର୍ଯ୍ୟ ଗମନ କଲେ ପିତୃରାଜ୍ୟରେ ଶୁଭଫଳ ମିଳିଥାଏ । ତେଣୁ ଅବିମୁକ୍ତ ଥିବା ପ୍ରେତମାନେ ଏହି ସୂର୍ଯ୍ୟଙ୍କର କିରଣକୁ ସହ୍ୟ କରିପାରନ୍ତି ନାହିଁ । ତେଣୁ ପିତୃଲୋକମାନେ କନ୍ୟା ସଂଯୁକ୍ତ ହୋଇ ତିଳୋଦଳ ପାଇଁ ଆଗ୍ରହ ପ୍ରକାଶ କରିଥାନ୍ତି ।

ଏହି ସମୟ ମଧ୍ୟରେ ପିତୃ ପୁରୁଷଙ୍କୁ ଶାନ୍ତି କରିବା ପାଇଁ ତର୍ପଣ ଶ୍ରାଦ୍ଧ ଏବଂ ପିଣ୍ଡଦାନ କରାଯାଇଥାଏ । ଯାହାଫଳରେ ପିତୃପୁରୁଷଙ୍କ ଆର୍ଶିବାଦ ପ୍ରାପ୍ତି ହୋଇଥାଏ । ଯଦି ପୁତ୍ର ବା ବଂଶଜମାନେ ତିଳ ତର୍ପଣ ନ କରନ୍ତି ତେବେ ପିତୃପୁରୁଷମାନେ ଉତକ୍ଷିପ୍ତ ହୋଇ ଅଭିଶାପ ପ୍ରଦାନ କରନ୍ତି ।

କୁହାଯାଏ ଯେ, ଏହି ସମୟରେ ପିତୃଲୋକର ସବୁ ଅତୃପ୍ତ ପ୍ରେତ ପ୍ରେତତ୍ତ୍ୱରୁ ମୁକ୍ତି ପାଇଥାନ୍ତି । ସୂର୍ଯ୍ୟ କନ୍ୟା ରାଶିରେ ଥିବାବେଳେ ଯେଉଁ ଅମାବାସ୍ୟା ପଡ଼େ ତାହା ମହାଳୟା ଅମାବାସ୍ୟା ।

ଏହି ଅବସରରେ ପିତୃ ପକ୍ଷରେ ଯେକୌଣସି ଦିନ ନିଜର ସାଧ୍ୟ ମତେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ବ୍ରାହ୍ମଣ ଭୋଜନ ଦିଆଯାଏ । ଏହାଦ୍ୱାରା ପୁଣ୍ୟ ଲାଭ ଏବଂ ବଂଶର ଉତ୍ତର ପିଢ଼ିର ସକଳ ଉନ୍ନତି ହେଉଥିବା ବିଶ୍ୱାସ କରାଯାଏ ।

ଚଳିବ ବର୍ଷ ସେପ୍ଚେମ୍ବର ୨୯ରୁ ଆରମ୍ଭ ହୋଇ ଅକ୍ଟୋବର ୧୪ ତାରିଖରେ ଶେଷ ହେବ ପିତୃପକ୍ଷ । ଓଡିଆ ମାସ ଅନୁଯାୟୀ ଏହା ଭାଦ୍ରବ ମାସ ପୂର୍ଣ୍ଣିମା ତିଥିରୁ ଆରମ୍ଭ ହୋଇ ଆଶ୍ୱୀନ ମାସ ଅମାବାସ୍ୟା ପର୍ୟ୍ୟନ୍ତ ରହିବ । ଏହାକୁ ମହାଳୟା ଅମାବାସ୍ୟା ମଧ୍ୟ କୁହାଯାଏ ।

ହିନ୍ଦୁ ଧର୍ମ ଅନୁସାରେ ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ । ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ବ୍ରାହ୍ମଣ ଭୋଜନ ଦିଆଯାଏ । ଯାହା ଦ୍ୱାରା ବଂଶର ଉତ୍ତର ପିଢ଼ିର ସକଳ ଉନ୍ନତି ହୋଇଥାଏ । ବଡ଼ ଦେଉଳରେ ବାଇଶି ପାହାଚରେ ପିଣ୍ଡଦାନ କର୍ମ ବି ହୁଏ ।

ଏହି ୧୪ ଦିନ ଭିତରେ ପିତୃ ପକ୍ଷରେ ଯେକୌଣସି ଦିନ ନିଜର ସାଧ୍ୟ ମତେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ବ୍ରାହ୍ମଣ ଭୋଜନ ଦିଆଯାଏ । ଏହାଦ୍ୱାରା ପୁଣ୍ୟ ଲାଭ ଏବଂ ବଂଶର ଉତ୍ତର ପିଢ଼ିର ସକଳ ଉନ୍ନତି ହେଉଥିବା ବିଶ୍ୱାସ କରାଯାଏ ।

ମହଳୟା ଶ୍ରାଦ୍ଧର ତର୍ପଣରେ ବ୍ରହ୍ମା, ବିଷ୍ଣୁ, ରୁଦ୍ର, ପ୍ରଜାପତି, ଅଚାର୍ଯ୍ୟ, ବେଦ, ଛନ୍ଦ, ଗନ୍ଧର୍ବଗଣ, ଦେବଗଣ, ପୁରୁଣାଚାର୍ଯ୍ୟ, ସମ୍ବତ୍ସର, ଶାବୟବ, ନାଗଗଣ, ଯକ୍ଷ, ଭକ୍ଷ, ପିଶାଚ, ବନସ୍ପତି, ଔଷଧ, ଭୂତଗ୍ରାମ, ଚତୁଷ୍ଟୟ ଏବଂ ପୃଥିବୀ ଇତ୍ୟାଦି କୋଡ଼ିଏ ଦେବଗଣଙ୍କୁ ଗୋଟିଏ ଥର ତର୍ପଣ; ସନତ, ସନନ୍ଦ, ସନତନ, କପିଳ, ଆସୁରୀ, ଡୋବୁ, ଏବଂ ପଞ୍ଚଶିଖ ଇତ୍ୟାଦି ସାତ ଋଷିଙ୍କୁ ଦୁଇ ଥର ତର୍ପଣ ଏବଂ ପିତୃପୁରୁଷଗଣଙ୍କୁ ତିନିଥର ତର୍ପଣରେ ଅପ୍ୟାୟିତ କରାଯାଏ । ପିତୃ ତର୍ପଣରେ ପିତାଙ୍କୁ ରୁଦ୍ର ରୂପେ, ପିତାମହଙ୍କୁ ବସୁରୂପେ ଓ ପ୍ରପିତାମହଙ୍କୁ ଆଦିତ୍ୟରୂପେ କଳ୍ପିତ କରାଯାଏ । ପିଣ୍ଡଦାତାଙ୍କ ଆଳୟରେ ସର୍ବଦେବ, ଋଷି, ଏବଂ ପିତୃପୁରୁଷଙ୍କ ଉପସ୍ଥିତ ହେତୁ ଏହାଙ୍କୁ ମହାଳୟା ଶ୍ରାଦ୍ଧ କୁହାଯାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+