Ratha Yatra: ରଥଯାତ୍ରା... କାହିଁକି ଏପରି ନାମକରଣ ? ଜାଣନ୍ତୁ କ'ଣ କହୁଛି କିମ୍ବଦନ୍ତୀ
Ratha Yatra: ମହାବାହୁଙ୍କ ବର୍ଷକୁ ଥରେ ଶ୍ରୀଗୁଣ୍ଡିଚା ଯାତ୍ରା । ଏହାକୁ ଅତି ଅଭିଳାଷାର ସହ ଚାହିଁ ରହିଥାନ୍ତି ଅଗଣିତ ଭକ୍ତ । ଜଗନ୍ନାଥ ସଂସ୍କୃତିର ଏହା ଏକ ଅନନ୍ୟ ପର୍ବ । ଏପରିକି ଓଡ଼ିଶା ସମେତ ଦେଶବିଦେଶରେ ମଧ୍ୟ ଏହା ପାଳନ କରାଯାଉଛି । କିନ୍ତୁ ପୁରୀର ରଥଯାତ୍ରାର ରହିଛି ବିଶେଷ ମହତ୍ୱ ।

କେବେ ପାଳନ ହୁଏ ରଥଯାତ୍ରା ?
ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୁଏ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ ।
ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ସେଗୁଡ଼ିକ ହେଲା - ସ୍ନାନ ଉତ୍ସବ, ଅନବସର, ନେତ୍ରୋତ୍ସବ, ଶ୍ରୀଗୁଣ୍ଡିଚା, ହେରାପଞ୍ଚମୀ, ଆଡ଼ପ ପର୍ବ, ବାହୁଡ଼ା ଯାତ୍ରା ଓ ନୀଳାଦ୍ରି ବିଜେ ।
କାହିଁକି ରଥଯାତ୍ରା ?
ରଥଯାତ୍ରା ବହୁ ପ୍ରାଚୀନ ବୋଲି ଗବେଷକମାନେ ମତ ପ୍ରକାଶ କରନ୍ତି । ଋକ୍ ବେଦ ଓ ଅଥର୍ବ ବେଦ ଇତ୍ୟାଦିରେ ରଥ ଶବ୍ଦର ପ୍ରୟୋଗ ଦେଖାଯାଏ । ପରବର୍ତ୍ତୀ କାଳରେ ଶତପଥ ବ୍ରାହ୍ମଣ ଗ୍ରନ୍ଥରେ ମଧ୍ୟ ଏହାର ଆଭାସ ମିଳିଥାଏ । ଖ୍ରୀଷ୍ଟପୂର୍ବ ଦ୍ଵିତୀୟ ଶତାଦ୍ଦୀରୁ ଖ୍ରୀଷ୍ଟପୂର୍ବ ପ୍ରଥମ ଶତାଦ୍ଦୀ ମଧ୍ୟରେ ଖୋଦିତ ହୋଇଥିବା କେତେକ ପ୍ରାଚୀନ ଭାସ୍କର୍ଯ୍ୟକୁ ଅନୁଧ୍ୟାନ କଲେ ସୂର୍ଯ୍ୟଙ୍କ ରଥଯାତ୍ରାର ସମ୍ୟକ୍ ନିଦର୍ଶନ ମିଳିଥାଏ ।ତେଣୁ ସୂର୍ଯ୍ୟଙ୍କ ରଥଯାତ୍ରାର ପରବର୍ତ୍ତୀ ପରିକଳ୍ପନା ହେଉଛି ପୁରୁଷୋତ୍ତମ କ୍ଷେତ୍ରସ୍ଥ ମହାପ୍ରଭୁଙ୍କ ରଥଯାତ୍ରା। ଯେଉଁ ସବୁ ରଥଯାତ୍ରାର ଉଲ୍ଲେଖ ହେଇଛି ସେଥି ମଧ୍ୟରେ ପୁରୀର ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେଉଛି ସବୁଠାରୁ ଅଧିକ ଜନାଦୃତ ଓ ପ୍ରସାରିତ ।
କେତେକ ଗବେଷକ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବୌଦ୍ଧ ପରମ୍ପରାରୁ ସୃଷ୍ଟି ହୋଇଛି ବୋଲି ଅନୁମାନ କରନ୍ତି । କାରଣ ଖ୍ରୀଷ୍ଟୀୟ ପଞ୍ଚମ ଶତାଦ୍ଦୀର ପ୍ରାରମ୍ଭରେ ଚୀନ ପରିବ୍ରାଜକ ଫାଇୟାନ୍ ଖୋଟାନରେ ଅନୁଷ୍ଠିତ ରଥଯାତ୍ରାର ଯେଉଁ ବିବରଣୀ ଲିପିବଦ୍ଧ କରିଛନ୍ତି, ତାହା ଆଜିସୁଦ୍ଧା ପ୍ରଚଳିତ ଜଗନ୍ନାଥଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ସହ ମେଳ ଖାଉଛି । ଏହି ରଥ ଯାତ୍ରାର ନାମ କରଣର ମଧ୍ୟ କିମ୍ବଦନ୍ତୀ ଅଛି l












Click it and Unblock the Notifications