ପବିତ୍ର ଶାମ୍ବ ଦଶମୀ, କଣ ରହିଛି ଏହି ପୂଜାର ତାତ୍ପର୍ଯ୍ୟ... କଣ କହୁଛି କିମ୍ବଦନ୍ତୀ...
Samba Dashami: ଆଜି ପବିତ୍ର ଶାମ୍ବ ଦଶମୀ । ପୌଷ ଶୁକ୍ଳ ଦଶମୀ ଦିନ ଶାମ୍ବ ଦଶମୀ ପାଳନ କରାଯାଏ । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ । ଏହି ସମୟ ମଧ୍ୟରେ ପାଳିତ ହେଉଥିବା ପବପର୍ବାଣିରେ ଏଥିପାଇଁ ଗାଉଁଲୀ ଢଗ ରହିଛି ଯଥା-
ଅଇଲା ଚିତୋଉ ନାନୀ
ବାରଓଷା ପର୍ବ ସଙ୍ଗରେ ଘେନି,
ଶମ୍ବର ଦଶମୀ ଅଲଣାଦାଉ
ସବୁ ଓଷା ବାର ଏଇଠି ଥାଉ ।।

ଶାମ୍ବ ଦଶମୀକୁ ଚନ୍ଦ୍ରମାନ ବର୍ଷର ଶେଷ ପର୍ବ କହିବାର ତାତ୍ପର୍ଯ୍ୟ ହେଉଛି ଏହାପରେ ଚିତାଲାଗି ଅମାବାସ୍ୟା ପର୍ଯ୍ୟନ୍ତ ପ୍ରାୟ ଛଅମାସ ପର୍ଯ୍ୟନ୍ତ ଆଉ ଏତେ ପିଠାପଣାର ପର୍ବ ପଡ଼େ ନାହିଁ । ଓଡ଼ିଆଙ୍କ ସୁସ୍ୱାଦୁ, ସୁମିଷ୍ଟ, ତୃପ୍ତିକର ଖାଦ୍ୟ ପ୍ରସ୍ତୁତି ଦକ୍ଷତାର ଅସଲ ନିଦର୍ଶନା କଥା ଅଛି-'ଶମ୍ବର ଦଶମୀରେ ମଣିଷ ଗୋଟିଏକୁ ପିଠା ଗୋଟିଏ ।' କୃଷିପ୍ରଧାନ ଓଡ଼ିଶା ରାଜ୍ୟରେ ଏ ସମୟ ପନିପରିବାର ପ୍ରାଚୁର୍ଯ୍ୟର ସମୟ । ବିଭିନ୍ନ ପନିପରିବାରେ ଏ ପର୍ବରେ ଯେଉଁ ତରକାରୀ ପ୍ରସ୍ତୁତ ହୁଏ, ତାକୁ "ଘଡ଼ଘଡ଼ା ତିଅଣ" କୁହାଯାଏ । ଏହି ପର୍ବର ମୁଖ୍ୟ ହେଉଛି ଏହି ଘାଣ୍ଟ ତରକାରୀ ଘଡ଼ାଘଡ଼ା ତିଅଣ ।
ଶାମ୍ବଦଶମୀ ପର୍ବ
ମାଆ ମାନେ ନିଜ ସନ୍ତାନସନ୍ତତିଙ୍କ ମଙ୍ଗଳ କାମନା କରି ଶାମ୍ବଦଶମୀ ପର୍ବ ନିଷ୍ଠାର ସହ ପାଳନ କରନ୍ତି । ଏହି ପର୍ବର ବିଶେଷତ୍ୱ ହେଉଛି ସୂର୍ଯ୍ୟଙ୍କର ଆକାଶରେ ତିନି ସ୍ଥିତିକୁ ଲକ୍ଷ୍ୟ କରି ଘରେ ତିନି ପ୍ରକାର ଧୂପ ବା ପୂଜା ଅନୁଷ୍ଠିତ ହୋଇଥାଏ । ଅରୁଣୋଦୟ ସମୟରେ ପ୍ରଥମ ଧୂପ ହୁଏ । ହିନ୍ଦୁ ନାରୀ ଶୁଦ୍ଧପୂତ ଶୁଚିମନ୍ତ ହୋଇ ଏହି ମୂହୁର୍ତ୍ତରେ ଫଳମୂଳ ଓ ମିଷ୍ଟାନ୍ନ ଇତ୍ୟାଦି ନୈବେଦ୍ୟ ବାଢ଼ନ୍ତି । ଏହି ବ୍ରାହ୍ମମୁହୂର୍ତ୍ତରେ ପୂଜାନୈବେଦ୍ୟ ବା ପ୍ରଥମ ଧୂପ ଅନୁଷ୍ଠାନ କରି ସୂର୍ଯ୍ୟପୁରାଣ ପାରାୟଣ କରିଥାନ୍ତି । ମଧ୍ୟାହ୍ନରେ ମଧ୍ୟାହ୍ନ ସୂର୍ଯ୍ୟ ତେଜୋଦୀପ୍ତ ଭାସ୍କରଙ୍କୁ ଦ୍ୱିତୀୟ ଧୂପ ଦିଆଯାଏ । ଏହା ଶାମ୍ବ ଦଶମୀର ମୁଖ୍ୟ ଧୂପ । ଏଥିରେ ଗଇଁଠା, ଅଟକାଳି, ବିଭିନ୍ନ ପ୍ରକାରର ପିଠା, ଖେଚୁଡ଼ି, ଘଡ଼ଘଡ଼ା ତିଅଣ ଆଦି ଭୋଗ ହୁଏ । ଶେଷଧୂପ ବା ତୃତୀୟ ଧୂପ ହେଉଛି ସନ୍ଧ୍ୟା ସମୟର ଅସ୍ତାଚଳଗାମୀ ସୂର୍ଯ୍ୟଦେବଙ୍କ ନିମିତ୍ତ ।
ଶାମ୍ବଦଶମୀ ପର୍ବ ତାତ୍ପର୍ଯ୍ୟ
ଶାମ୍ବପୁରାଣରେ ଶାମ୍ବଦଶମୀର ତାତ୍ପର୍ଯ୍ୟ ବର୍ଣ୍ଣିତ । ଏହି ଶାମ୍ବପୁରାଣ ଦେବର୍ଷି ନାରଦ ଶ୍ରୀକୃଷ୍ଣ ଜାମ୍ବବତୀ ପୁତ୍ର ଶାମ୍ବଙ୍କୁ ଶୁଣାଇଛନ୍ତି । ଶାମ୍ବନାମାନୁସାରେ ଏହି ଦଶମୀକୁ ଶାମ୍ବ ଦଶମୀ, ଗାଁ ଗହଳରେ ସମ୍ବର ଦଶମୀ କୁହାଯାଏ । କଥିତ ଅଛି ଶ୍ରୀକୃଷ୍ଣଙ୍କ ସବୁ ପୁତ୍ର ମଧ୍ୟରେ ଜାମ୍ବବତୀ ଗର୍ଭଜାତ ଶାମ୍ବ ଅତ୍ୟନ୍ତ ସୁନ୍ଦର ଥିଲେ । ଦୁର୍ଯ୍ୟୋଧନଙ୍କ କନ୍ୟା ଲକ୍ଷଣାଙ୍କୁ ଶାମ୍ବ ଅପହରଣ କରି ଆଣିଲେ । ବଳରାମଙ୍କ ସହାୟତାରେ ଶାମ୍ବ ବିବାହ କଲେ ଦୁର୍ଯ୍ୟୋଧନ ପୁତ୍ରୀ ଲକ୍ଷଣାଙ୍କୁ । ଅନ୍ତଃପୁର ମଧ୍ୟରେ ଶ୍ରୀକୃଷ୍ଣ ସତ୍ୟଭାମାଙ୍କ ସହ ପ୍ରେମାଳାପରେ ମଗ୍ନଥିବା ବେଳେ ଦ୍ୱାର ଦେଶରେ ଶାମ୍ବଙ୍କୁ ଜଗାଇ ଆଦେଶ ଦେଇଥିଲେ-କାହାକୁ ଅନ୍ତଃପୁରକୁ ନ ଛାଡ଼ିବା ପାଇଁ । ଏ ସମୟରେ ମହର୍ଷି ଦୁର୍ବାସା ଦ୍ୱାରଦେଶରେ ଉପନୀତ ହେଇ ଶ୍ରୀକୃଷ୍ଣ ଦର୍ଶନ ଚାହିଁଲେ । ଶାମ୍ବ ଭୟଭୀତ ହୋଇ ଶ୍ରୀକୃଷ୍ଣଙ୍କୁ ଡାକି ଦେଲେ । ଶ୍ରୀକୃଷ୍ଣ ଶାମ୍ବଙ୍କୁ କୁଷ୍ଠ ରୋଗ ହେବାର ଅଭିଶାପ ଦେଲେ । ଶ୍ରୀକୃଷ୍ଣ ପୁତ୍ରକୁ ଅଭିଶାପ ଦେଇ ଅନୁତପ୍ତ ହୋଇ ଦୁର୍ବାସାଙ୍କୁ ପୁତ୍ର ଶାମ୍ବର କୁଷ୍ଠ ମୁକ୍ତି ଉପାୟ ପଚାରିବାରୁ ଦୁର୍ବାସା ଅର୍କକ୍ଷେତ୍ର କୋଣାର୍କ କଥା କହି ଶାମ୍ବଙ୍କୁ ସେ କ୍ଷେତ୍ରରେ ସୂର୍ଯ୍ୟପୂଜା କରିବା ପାଇଁ ନିର୍ଦ୍ଦେଶ ଦେଲେ । ସଂସ୍କୃତ ଶାମ୍ବପୁରାଣରେ ଚନ୍ଦ୍ରଭାଗା ତୀର୍ଥ ମାହାତ୍ମ୍ୟ ବିଶଦ ବର୍ଣ୍ଣିତ । ଦେବର୍ଷି ନାରଦଙ୍କ ସହ ଶାମ୍ବ ପୁଣ୍ୟଧାମ ଚନ୍ଦ୍ରଭାଗା ତୀରରେ ପ୍ରବେଶ କଲେ । ସେହି ଦିନ ଥିଲା ପୌଷମାସ ଶୁକ୍ଳ ପକ୍ଷ ଦଶମୀ ତିଥି । ସେଠାରେ ସୂର୍ଯ୍ୟଙ୍କ ପୂଜାରାଧନ କଲେ । ସୂର୍ଯ୍ୟଙ୍କୁ ଚାହିଁ ଚାହିଁ ତପସ୍ୟା କଲେ । ଶାମ୍ବ ଚନ୍ଦ୍ରଭାଗା ନଦୀକୂଳରେ ତପସ୍ୟା କରି ସୂର୍ଯ୍ୟନାରାୟଣ ବା ପ୍ରଭୁ ଆଦିତ୍ୟ ନାରାୟଣଙ୍କର ଏକ ମଣି ବିଗ୍ରହ ପାଇଥିଲେ । ସୂର୍ଯ୍ୟ ହିଁ ଭଗବାନ ନାରାୟଣଙ୍କ ସ୍ୱରୂପ । ଇଷ୍ଟ ମନ୍ତ୍ର ହେଉଛି-
ନମଃ ସବିତ୍ରେ ଜଗଦେକ ଚକ୍ଷୁଷେ
ଜଗତ୍-ପ୍ରସୂତି-ସ୍ଥିତିନାଶ ହେତବେ ।
ତ୍ରୈମୟାୟ ତ୍ରିଗୁଣାତ୍ମଧାରିଣେ
ବିରଞ୍ଚି ନାରାୟଣ ଶଙ୍କରାତ୍ମନେ ନମଃ ।।
ତାଙ୍କରି ଆର୍ଶିବାଦ ବଳରେ ଶାମ୍ବ ଦୁରାରୋଗ୍ୟ ବ୍ୟାଧି ଦୂର ହୋଇ ସୁନ୍ଦର ଶରୀର ଲାଭ କରିଥିଲେ । ଏଇ ଦିନଟି ଥିଲା ମାଘ ମାସ ଶୁକ୍ଳ ପକ୍ଷ ସପ୍ତମୀ ତିଥି । ଶାମ୍ବ କୁଷ୍ଠ ରୋଗରୁ ମୁକ୍ତିଲାଭ ପାଇ ସମଗ୍ର କଳିଙ୍ଗରେ ସୂର୍ଯ୍ୟପୂଜା ବିଧିର ପ୍ରଚାର କରିଥିଲେ । ସେହିକାଳରୁ ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କର ପୂଜାର୍ଚ୍ଚନା କରାଯାଏ ।
-
ଆମେରିକା ଏବଂ ଇରାନ ବିବାଦ ;ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ -
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
କ୍ରସ୍ ଭୋଟିଂକୁ ନେଇ ପିସିସି ସଭାପତିଙ୍କ ବିସ୍ଫୋରକ ବୟାନ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ












Click it and Unblock the Notifications