Pitru Paksha 2024: ଆଜିଠୁ ଆରମ୍ଭ ପିତୃ ପକ୍ଷ, ଭୁଲରେ କରନ୍ତୁ ନାହିଁ ଏହି କାର୍ଯ୍ୟ
Pitru Paksha 2024: ହିନ୍ଦୁ ଧର୍ମରେ ପିତୃ ପକ୍ଷର ମହତ୍ତ୍ୱ ଅନେକ ରହିଛି । ପିତୃପୁରୁଷଙ୍କ ଆତ୍ମାର ଶାନ୍ତି ପାଇଁ ପିଣ୍ତ ଦାନ, ତର୍ପଣ ଏବଂ ଶ୍ରାଦ୍ଧ କରାଯାଏ । ପ୍ରତ୍ୟେକ ଭାଦ୍ରବ ମାସର ଶୁକ୍ଳ ପକ୍ଷର ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା ପିତୃ ପକ୍ଷ ୧୫ ଦିନ ପର୍ଯ୍ୟନ୍ତ ଚାଲିଥାଏ ଏବଂ ସର୍ବପିତୃ ଅମାବାସ୍ୟା ଦିନ ଶେଷ ହୁଏ ।

ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନ ଯାଏଁ ପିତୃପକ୍ଷ ପାଳନ କରାଯାଏ । ତେବେ ଚତୁର୍ଦ୍ଦଶୀ ଯାଏଁ ତର୍ପଣ କଲାପରେ ଅମାବସ୍ୟା ଦିନ ପିଣ୍ଡଦାନ କରାଯାଏ । ହିନ୍ଦୁ ଧାର୍ମିକ ପରମ୍ପରାରେ ପିତୃପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ । ଏହି ଅବସରରେ ପିତୃ ପକ୍ଷରେ ଯେକୌଣସି ଦିନ ନିଜର ସାଧ୍ୟ ମତେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ବ୍ରାହ୍ମଣ ଭୋଜନ ଦିଆଯାଏ । ଏହାଦ୍ୱାରା ପୁଣ୍ୟ ଲାଭ ଏବଂ ବଂଶର ଉତ୍ତର ପିଢ଼ିର ସକଳ ଉନ୍ନତି ହେଉଥିବା ବିଶ୍ୱାସ କରାଯାଏ ।
ପିତୃପୁରୁଷଙ୍କୁ ସନ୍ତୁଷ୍ଟ କରିବା ଏବଂ ସେମାନଙ୍କ ଆଶୀର୍ବାଦ ପାଇବା ପାଇଁ, ଯିଏ ୧୫ ଦିନ ପର୍ଯ୍ୟନ୍ତ ଶ୍ରଦ୍ଧାରେ ରୀତିନୀତି କରନ୍ତି, ସେମାନେ ଏହି ସମୟ ମଧ୍ୟରେ କେଶ ଏବଂ ନିଶ ଦାଢି କାଟିବା ଅନୁଚିତ। କୁହାଯାଏ ଯେ, ପିତୃ ପକ୍ଷରେ କେଶ ଏବଂ ନିଶ ଦାଢି କାଟିବା ଦ୍ୱାରା ଅର୍ଥ ହାନୀ ହୋଇଥାଏ। ଏପରି ପରିସ୍ଥିତିରେ, ଯେଉଁମାନେ ପିତୃପୁରୁଷଙ୍କ ପାଇଁ ତର୍ପଣ କରନ୍ତି, ସେମାନେ ଏହାର ବିଶେଷ ଯତ୍ନ ନେବା ଉଚିତ୍।












Click it and Unblock the Notifications