Get Updates
Get notified of breaking news, exclusive insights, and must-see stories!

ଆଜି ପବିତ୍ର ମକର ସଂକ୍ରାନ୍ତି, ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଆରମ୍ଭ

ଆଜି ପବିତ୍ର ମକର ସଂକ୍ରାନ୍ତି, ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଆରମ୍ଭ

ଭୁବନେଶ୍ୱର: ଆଜି ପବିତ୍ର ମକର ସଂକ୍ରାନ୍ତି । ଭାରତର ସବୁ ପ୍ରାନ୍ତରେ ଆଜିର ଦିନକୁ ଭିନ୍ନ ଭିନ୍ନ ନାମରେ ପାଳନ କରାଯାଏ । ଦକ୍ଷିଣ ଭାରତରେ ଏହାକୁ ପୋଙ୍ଗଲ ବୋଲି କୁହାଯାଏ । ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ଶ୍ରୀଜିଉଙ୍କ ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ପଟା ପହରଣ ଲାଗି କରାଯିବ । ପରେ ମକର ଚାଉଳ ଭୋଗ ଲାଗି କରାଯିବ । ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ମକର ନୀତି ଅନୁଷ୍ଠିତ ହେବ । ଆଜି ମକର ଚୌରାଅଶି ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ଅଧିବାସରେ ରଖାଯାଇଥିବା ଭୋଗକୁ ଭୋଗ ମଣ୍ତପରୁ ନେଇ ବେଢା ପରିକ୍ରମା କରାଯିବ । ଏହା ପରେ ମହାଭୋଇ ମାନେ ରୋଷଶାଳରୁ ଦହି ଆଣିବେ ସେହିପରି ଗୁଡିଆମାନେ ଫେଣା, ଶାକର, ଆଣି ମକର ଭୋଗ ପ୍ରସ୍ତୁତ କରିବେ । ଏହାପରେ ମହାପ୍ରଭୁଙ୍କ ଶ୍ରୀଚରଣରେ ନଳୀ ପାନ ଅର୍ପଣ କରାଯିବାର ବିଧି ରହିଛି ।

Makar Sankranti
ମକର ସଂକ୍ରାନ୍ତି ସମ୍ପର୍କରେ କିଛି ବିଶେଷ କଥା
ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇ ମକର ରାଶିକୁ ଆସନ୍ତି । ଏହି ଦିନ ସୂର୍ଯ୍ୟ ଉତ୍ତରଦିଗକୁ ଯାତ୍ରା କରି ଛଅ ମାସ ଅବସ୍ଥାନ କରୁଥିବାରୁ ବିବାହ, ବ୍ରତ, ଯଜ୍ଞାନୁଷ୍ଠାନ,ଗୃହ, ଦେବାଳୟ ପ୍ରତିଷ୍ଠା ଆଦି ସମସ୍ତ ଶୁଭକର୍ମ ଅନୁଷ୍ଠିତ ହୁଏ । ଏହି ସମୟରେ ଅଭୀଷ୍ଟ ସିଦ୍ଧି ପାଇଁ ସୂଯ୍ୟ ଉପାସନ କରାଯାଏ । ଓଡ଼ିଆ ପ୍ରବାଦ ଅନୁଯାୟୀ 'ମକରଠାରୁ ଦିନ ବକର ହୁଏ', ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ । ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ । ମକର ସଂକ୍ରାନ୍ତି ଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହେଉଥିବାରୁ ଆଲୋକ ଏବଂ ଜୀବନର ଉତ୍ସ ସୂର୍ଯ୍ୟଙ୍କୁ ହିନ୍ଦୁମାନେ ଏହିଦିନ ପୂଜାର୍ଚ୍ଚନା କରନ୍ତି ।

ପବିତ୍ର ମକର ସଂକ୍ରାନ୍ତି ଅବସରରେ ଟ୍ୱିଟ୍ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+