ଆଜି ବିଶ୍ବ ପ୍ରସିଦ୍ଧ ରସଗୋଲା ଦିବସ; କଣ କହୁଛି ଇତିହାସ ? କିମଦନ୍ତୀ କଣ କୁହେ ?
ଆଜି ରସଗୋଲା ଦିବସ । ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ତିଥିରେ ପ୍ରତିବର୍ଷ ରସଗୋଲା ଦିବସ ପାଳିତ ହୋଇ ଆସୁଛି । ଶ୍ରାଜଗନ୍ନାଥ ସଂସ୍କୃତିରେ ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ଅବସରରେ କାହିଁ କେତେ କାଳରୁ ରସଗୋଲା ଭୋଗ ଲାଗି ହୋଇଆସୁଛି ଯେଉଁଥି ପାଇଁ ଆଜିର ଦିନରେ ପାଳନ କରାଯାଏ ବିଶ୍ୱ ରସଗୋଲା ଦିବସ ।ବିଶ୍ୱାସ ରହିଛି ବଡ଼ଭାଇ ଶ୍ରୀବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଥିରେ ନେଇ ରଥାଯାତ୍ରାରେ ମା'ଲକ୍ଷ୍ମୀଙ୍କୁ ନଇଥିବାରୁ ବଡଠାକୁରଙ୍କ ଉପରେ ଅଭିମାନ କରିଥାନ୍ତି ମା'ଲକ୍ଷ୍ମୀ ।
ବଡ଼ଭାଇ ଶ୍ରୀବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ମନ୍ଦିର ଭିତରକୁ ବାରଣ ନାହିଁ । ହେଲେ କାଳିଆସାଆନ୍ତଙ୍କ ପାଇଁ ବାଟ ବନ୍ଦ କରିଦେଇଥାନ୍ତି ମା'ଲକ୍ଷ୍ମୀ ଠାକୁରାଣୀ । ଶେଷରେ ଶ୍ରୀଜଗନ୍ନାଥ ରସଗୋଲା ଦେଇ ଲକ୍ଷ୍ମୀ ଠାକୁରାଣୀଙ୍କ ମନ ଜିଣିଲା ପରେ ମନ୍ଦିର ଭିତରକୁ ପ୍ରବେଶ ମିଳିବଥାଏ ।
ତେବେ ରସଗୋଲାକୁ ନେଇ ଓଡି଼ଶା ଓ ପଶ୍ଚିମବଙ୍ଗ ମଧ୍ୟରେ ବିବାଦ ଲାଗିଥିଲା । ହେଲେ ଓଡ଼ିଶାରେ ଦ୍ୱାଦଶ ଶତାବ୍ଦୀରୁ ଶ୍ରୀମନ୍ଦିରରେ ରସଗୋଲା ଭୋଗ ଲାଗି ହୋଇଆସୁଛି ।

ରସଗୋଲା ଦିବସ ରସଗୋଲାର ପରିଚିତି ବିଶ୍ୱବ୍ୟାପୀ ଅଧିକ ଜଣାଇବା ପାଇଁ ପାଳିତ ଏକ ସାମାଜିକ ଦିବସ । ୨୦୧୫ ଜୁଲାଇ ୪ ତାରିଖରେ ଏହା ପ୍ରଥମେ ଆରମ୍ଭ ହୋଇଥିଲା । ଏହା ପ୍ରଥମେ ସୋସିଆଲ ମିଡ଼ିଆରେ ପ୍ରଚାରରୁ ଆରମ୍ଭ ହୋଇଥିଲା ଓ ପରେ ସମ୍ବାଦ ଖବରକାଗଜ ଓ ରେଡ଼ିଓ ଚକୋଲେଟ ପାହାଳର "କେଳୁ ବେହେରା ମିଠା ବ୍ୟବସାୟୀ ମହାସଂଘ" ସହ ମିଶି ଏହାକୁ ଓଡ଼ିଶାରେ ଜନପ୍ରିୟ କରାଇଥିଲେ । ଭୁବନେଶ୍ୱରରେ ପାଳିତ ଏହି ଉତ୍ସବରେ ୧୦ରୁ ଅଧିକ ରସଗୋଲା ଦୋକାନରୁ ପାଳଙ୍ଗ, ପୋଦିନା, ଅମୃତଭଣ୍ଡା ଆଦି ନାନାଦି ଉପାଦାନ ଥାଇ ରସଗୋଲା ପରିବେଷଣ କରିଥିଲେ ।
ରସଗୋଲା ଓଡ଼ିଶାର ପୁରୀ ସହରରୁ କ୍ଷୀରମୋହନ ଭାବେ ଜନ୍ମିଥିବାର ଜଣାଯାଏ । ନଥିକରଣର ଅଭାବ ହେତୁ ସଠିକ ମସିହା ଲିପିବଦ୍ଧ ହୋଇପାରିନଥିଲା । ତେବେ ପୁରୀରୁ ଆରମ୍ଭ ହୋଇ ପରେ ଏହା କଟକର ସାଲେପୁର ଓ ଭୁବନେଶ୍ୱରର ପାହାଳଠାରେ ପୁରୁଷ ପୁରୁଷ ଧରି ପରମ୍ପରାଗତ ବେଉସାରେ ପରିଣତ ହୋଇଥିଲା । ଜଗନ୍ନାଥ ମନ୍ଦିରଙ୍କ ରୋଷଘରେ ତିଆରି ହେଉଥିବା କ୍ଷୀରମୋହନ (ରସଗୋଲା) ପରେ ପଶ୍ଚିମ ବଙ୍ଗର ନବୀନ ଚନ୍ଦ୍ର ଦାସଙ୍କ ଦେଇ ପରିବର୍ତ୍ତିତ ହୋଇଥିଲା ।ପ୍ରଥମ ରସଗୋଲା ଦିବସ ପାଳନ ଅବସରରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଦେଇ ପୁରୀ ବେଳାଭୂମିରେ ଏକ "ରସଗୋଲା ଦିବସ" ଲେଖାଥିବା ବାଲୁକାକଳା ନିର୍ମାଣ ହୋଇଥିଲା ।
ରସଗୋଲାର ଇତିହାସ
ମୂଳ ପ୍ରସଙ୍ଗ: ରସଗୋଲା
ଭୁବନେଶ୍ୱରର ପାହାଳ ରସଗୋଲା
ଜଗନ୍ନାଥ ମନ୍ଦିର ପରମ୍ପରାରେ ରସଗୋଲାର ବ୍ୟବହାର ଅନେକ ଶତାବ୍ଦୀ ତଳୁ ହୋଇ ଆସୁଛି । ତେବେ ଏହା କେବେ ଆରମ୍ଭ ହେଲା ତାହା ବାବାଦରେ କୌଣସି ସଠିକ ପ୍ରମାଣ ଲିପିବଦ୍ଧ ନାହିଁ । ରଥଯାତ୍ରା ସମୟରେ ଅଭିମାନିନୀ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ଜଗନ୍ନାଥ ରସଗୋଲା ଖୋଇବା ବିଧି ବଡ଼ଦେଉଳରେ ୬୦୦ରୁ ଅଧିକ ବର୍ଷର ପୁରୁଣା ।
ବିକଳାନନ୍ଦ କରଙ୍କ ସାଲେପୁର ରସଗୋଲା ଓ ପାହାଳରେ ପ୍ରସ୍ତୁତ ରସଗୋଲା ଭାରତ ତଥା ଭାରତ ବାହାରେ ମଧ୍ୟ ପରିଚିତ । ଉନ୍ନବିଂଶ ଶତାବ୍ଦୀର ଶେଷାର୍ଦ୍ଧ ବେଳକୁ କେଳୁ ଚରଣ ବେହେରା ପାହାଳଠାରେ ରସଗୋଲା ପ୍ରସ୍ତୁତକରି ବ୍ୟବସାୟ ଆରମ୍ଭ କରିଥିଲେ ।
ଇତିହାସ
ଶ୍ରୀମନ୍ଦିର ପରମ୍ପରାରେ ରସଗୋଲାର ବ୍ୟବହାର ଅନେକ ଶତାବ୍ଦୀ ତଳୁ ହୋଇ ଆସୁଛି । ରଥଯାତ୍ରା ସମୟରେ, ଭାଇ ଭଉଣୀଙ୍କୁ ଜଗନ୍ନାଥ ସାଥିରେ ଧରି ଫେରିବା ବେଳକୁ ଲକ୍ଷ୍ମୀଙ୍କ ଅତିଶୟ କ୍ରୋଧିତ ଥାଆନ୍ତି । ଲକ୍ଷ୍ମୀଙ୍କର କ୍ରୋଧକୁ ଶାନ୍ତକରିବା ପାଇଁ, ଜଗନ୍ନାଥ ନିଜ ହାତରେ ରସଗୋଲା ତିଆରି କରି, ତାଙ୍କୁ ଖୁଆଇ ମାନଭଞ୍ଜନ କରନ୍ତି । ଜଗନ୍ନାଥ ସଂସ୍କୃତି ସହ ରସଗୋଲା ଜଡ଼ିତ ରହିଥିବାରୁ, ରସଗୋଲାର ଜନ୍ମ ଓଡ଼ିଶାରେ ବୋଲି ଦାବି କରାଯାଏ । ବଳରାମ ଦାସଙ୍କ ଜଗମୋହନ ରାମାୟଣ ବା ଦାଣ୍ଡି ରାମାୟଣରେ ରସଗୋଲାର ଉଲ୍ଲେଖ ଦେଖାଯାଏ ।
ବିକଳାନନ୍ଦ କରଙ୍କ ସାଲେପୁର ରସଗୋଲା ଓ ପାହାଳରେ ପ୍ରସ୍ତୁତ ରସଗୋଲା ଭାରତ ତଥା ଭାରତ ବାହାରେ ମଧ୍ୟ ପରିଚିତ । ଉନ୍ନବିଂଶ ଶତାବ୍ଦୀର ଶେଷାର୍ଦ୍ଧ ବେଳକୁ "କେଳୁ ଚରଣ ବେହେରା", ପାହାଳଠାରେ ରସଗୋଲା ପ୍ରସ୍ତୁତକରି, ବ୍ୟବସାୟ ଆରମ୍ଭ କରିଥିଲେ ।
ଓଡ଼ିଶାର ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ଗୋଶାଲା ଛକ ଭଗବାନ ପାଣିଙ୍କ ରସଗୋଲା ପାଇଁ ପ୍ରସିଦ୍ଧ । ଏହି ରସଗୋଲା ସ୍ଥାନୀୟ ଅଂଚଳରେ ଗୋଶାଲା ମିଠା ନାମରେ ପରିଚିତ ।
ପାଳନ
୨୦୧୫ ମସିହା ଜୁଲାଇ ୩୦ ତାରିଖରେ ନିଳାଦ୍ରୀ ବିଜେ ଅବସରରେ କେଳୁ ବେହେରା ମିଠା ବ୍ୟବସାୟୀ ସଙ୍ଘ ତରଫରୁ ପ୍ରଥମ କରି ଏହି ଦିବସ ପାଳନର ଯୋଜନା ନିଆଯାଇଥିଲା । ଏଥିପାଇଁ ସମ୍ବାଦ (ଖବରକାଗଜ), ରେଡ଼ିଓ ଚକୋଲେଟ ଆଦି ଅନୁଷ୍ଠାନ ଏହାର ପ୍ରଚାରପ୍ରସାର ଦାୟିତ୍ୱ ନେଇଥିଲେ ।
ଭୌଗଳିକ ଉପଦର୍ଶନ ମାନ୍ୟତା (ଜିଆଇ)
ଓଡ଼ିଶା ରସଗୋଲାକୁ ମିଳିଥିବା ଭୌଗଳିକ ଉପଦର୍ଶନ ପ୍ରମାଣପତ୍ର
୨୦୧୮ ମସିହାରେ ଓଡ଼ିଶା ସରକାର ଓଡ଼ିଶାର ରସଗୋଲାକୁ ଜିଆଇ ମାନ୍ୟତା ଦେବାକୁ ଆବେଦନ କରିଥିଲେ । ୨୦୧୯ ମସିହା ଜୁଲାଇ ମାସ ୨୯ ତାରିଖରେ ଏହାକୁ ସ୍ୱୀକୃତି ମିଳିଥିଲା । ଓଡ଼ିଶାର କ୍ଷୁଦ୍ର ଶିଳ୍ପ କର୍ପୋରେସନ ଲିମିଟେଡ (ଏକ ଓଡ଼ିଶା ସରକାରଙ୍କ ସଂସ୍ଥା) ଏବଂ ଉତ୍କଳ ମିଷ୍ଟାନ୍ନ ବ୍ୟବସାୟୀ ସମିତିଙ୍କ ନାମରେ ମିଳିତ ଭାବରେ ଭୌଗଳିକ ଉପଦର୍ଶନ ପ୍ରମାଣପତ୍ର ମିଳିଥିଲା ।












Click it and Unblock the Notifications