ଆଜିର ରାଶି ଫଳ
ଆଜିର ତିଥି
ଆଜି ହେଉଛି ଅଗଷ୍ଟ ମାସ ୩୦ ତାରିଖ ୨୦୨୧ ମସିହା(ସୋମବାର)
ଶକାବ୍ଦ: ୧୯୪୩
ସମ୍ବତ: ୨୦୭୮
ସାଲ:୧୪୨୮
ସମ୍ବତ୍ସର: ରାକ୍ଷସ
ଭାଦ୍ରମାସ: କୃଷ୍ଣପକ୍ଷ
ତିଥି-ଅଷ୍ଟମୀ ରାତ୍ରି ଘ୦୧/୪୮ ପର୍ଯ୍ୟନ୍ତ ତଦନ୍ତେ ନବମୀ
ନକ୍ଷତ୍ର- କୃତ୍ତିକା ଦିବା ଘ୦୭/୧୫ ପର୍ଯ୍ୟନ୍ତ ତଦନ୍ତେ ରୋହିଣୀ
ଚନ୍ଦ୍ର: ବୃଷ
ଯୋଗ: ବ୍ୟାଘାତ
କରଣ: ବ।ଳବ
ସୌରମାସ-ସିଂହ ୧୪ ଦିନ
ଶ୍ରୀକୃଷ୍ଣ ଜନ୍ମଷ୍ଟମୀ
ସୁର୍ୟୋଦୟ-ପ୍ରାତଃ ଘ୦୫/୩୪/୪୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୧/୦୮
ଯୋଗିନୀ ଐଶାନ୍ୟେ ରାତ୍ରି ଘ୦୧/୪୮ ପର୍ଯ୍ୟନ୍ତ ତଦନ୍ତେ ପୂର୍ବେ
ବିଛା ରାଶିର ଘାତଚନ୍ଦ୍ର
ମିଥୁନ ରାଶିର ଘାତବାର
ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କାଳବେଳ। - ଦିବା ଘ୦୭/୦୮ ଗତେ ଘ୦୮/୪୧ ମଧ୍ୟେ
ବାରବେଳ।- ଦିବା ଘ୦୨/୫୬ ଗତେ ଘ୦୪/୨୮ ମଧ୍ୟେ
ବିଶୁଦ୍ଧ ଅମୃତ ବେଳ। -ଦିବା ଘ୦୭/୦୭ ମଧ୍ୟେ ଓ ଘ୧୦/୨୧ ଗତେ ଘ୧୨/୪୫ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୪/୨୯ ମଧ୍ୟେ ଗତେ ଘ୦୪/୪୮ ମଧ୍ୟେ
ଅଦ୍ୟ ନଡ଼ିଆ ରାତ୍ରି ଘ ୦୧/୪୮ ଗତେ ଲାଉ ଭକ୍ଷଣ ନିଷେଧ

ଆଜିର ରାଶିଫଳ
ମେଷ
ଆଜି ଯାତ୍ରା, ବ୍ୟବସାୟ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।
ବୃଷ
ଆଜି କୌଣସି କର୍ମାରମ୍ଭ ପାଇଁ ମନ୍ଦ ନ ହେଲେ ମଧ୍ୟ ଝିନଝଟ୍ ଜନିତ ବ୍ୟସ୍ତତାରୁ ମୁକ୍ତି ମିଳିବ ନାହିଁ। ଏପରି କି ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ, ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମିଥୁନ
ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ। ମୃଗଶିରା ନକ୍ଷତ୍ର ସନ୍ତାନ ହେତୁକ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ।
କର୍କଟ
ଆଜି ବିଳମ୍ବିତ ସମୟରେ ସମସ୍ତ କାର୍ଯ୍ୟ ସାଧିତ ହେବ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ହିଁ ପଡିପାରନ୍ତି।
ସିଂହ
ଆଜି ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ।
କନ୍ୟା
ଆଜି ଉପୁଜିଥିବା ପ୍ରତିବନ୍ଧକ କୁ ବନ୍ଧୁଙ୍କ ମାଧ୍ୟମରେ ମେଣ୍ଟାଇବେ।କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପୁରାତନ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ। ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ।
ତୁଳା
ଆପଣସାମାଜିକ ପ୍ରତିଷ୍ଠା ସହ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ଆଗଭଳି ପ୍ରିୟ ବନ୍ଧୁଟିର ମନୋଭାବ ନ ଥିବା ତାହାଙ୍କର କାର୍ଯ୍ୟଶୈଳୀରୁ ଅନୁଭବ କରିପାରନ୍ତି।
ବିଛା
ଅଧିକାଂଶ କ୍ଷେତ୍ରରେ ବିଚାର ବିଗିଡିଯାଉଥିବାରୁ କ୍ଷୋଭ ପ୍ରକାଶ କରିପାରନ୍ତି। ଆର୍ଥିକ ଦିଗକୁ ପରିପୁଷ୍ଟ କରିବେ ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିଛି ଅସୁବିଧା ହେବନି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।
ଧନୁ
ଆଜି ଦିନଟି ଆପଣଙ୍କ ପାଇଁ କ୍ଷତିକାରକ ହେବନାହିଁ। କିନ୍ତୁ କାଳକ୍ଷେପଣ ନୀତି ସଙ୍ଗକୁ ଆଳସ୍ୟ ଓ ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ମକର
ମାନସିକ ଅସ୍ଥିରତା ସଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ। ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ଫେରିପାରିବେ ନାହିଁ।
କୁମ୍ଭ
ସମ୍ପର୍କୀୟଙ୍କ ସହ ବିବାଦ ଘନେଇପାରେ। କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ସତ କିନ୍ତୁ ପ୍ରତିବଦଳରେ ଓଲଟା ଫଳ ପାଇବେ। ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
ମୀନ
ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ସାମ୍ନା କରି ନ ପାରି ବିବ୍ରତ ବୋଧ କରି ପାରନ୍ତି। ପଡୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications