Get Updates
Get notified of breaking news, exclusive insights, and must-see stories!

କିଏ ଆରମ୍ଭ କରିଥିଲେ ମହାପ୍ରଭୁଙ୍କ ସୁନା ବେଶ, ଜାଣନ୍ତୁ ପୁରା ଇତିହାସ ?

ମହାପ୍ରଭୁ ଜଗନ୍ନାଥ ହେଉଛନ୍ତି ମାଧୁର୍ଯ୍ୟ ଓ ଐଶ୍ୱର୍ଯ୍ୟର ମିଳିତ ଆକର୍ଷଣ। ସେ ହେଉଛନ୍ତି ସମଗ୍ର ବିଶ୍ୱର 'ରାଜା'। ଏନେଇ ରୀତିନୀତି ଓ ବେଶଭୁଷାରେ ଦେଖିବାକୁ ମିଳେ ରାଜକୀୟ ଠାଣି। ଠାକୁରଙ୍କ ସୁନାବେଶ ଏହା ହିଁ କୁହେ। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ସୁନାବେଶ ଅନ୍ୟତମ, ଯାହାକି ଅତ୍ୟନ୍ତ ଉପଭୋଗ୍ୟ ଓ ଆକର୍ଷଣୀୟ। ଏହାକୁ 'ରାଜାଧିରାଜ' ବେଶ ମଧ୍ୟ କୁହାଯାଏ। ଏହାକୁ ଦର୍ଶନ କରିବା ନେଇ ଶ୍ରୀକ୍ଷେତ୍ର ପାଲଟିଯାଏ ଜନସମୁଦ୍ର।

suna besh

ଶ୍ରୀମନ୍ଦିରର ରତ୍ନସିଂହାସନ ଉପରେ ଶ୍ରୀବିଗ୍ରହମାନେ ବିଭିନ୍ନ ତିଥିରେ ଯଥା- କାର୍ତ୍ତିକ ପୂର୍ଣ୍ଣିମା, କୁମାର ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା, ଦଶହରା ପ୍ରଭୃତି ଦିନଗୁଡିକରେ ରାଜାବେଶ, ରାଜାରାଜେଶ୍ୱର ଇତ୍ୟାଦି ସୁନାବେଶରେ ସଜ୍ଜିତ ହେଉଥିଲେ ହେଁ ଶ୍ରୀଗୁଣ୍ଡିଚା ରଥଯାତ୍ରାର ଶେଷ ଦିନ ବା ଆଷାଢ଼ ଶୁକ୍ଲ ଏକାଦଶୀ ଦିନ ସିଂହଦ୍ୱାରଠାରେ ଥିବା ତିନି ରଥ ଉପରେ ଆକର୍ଷଣୀୟ ସୁନାବେଶ ହୋଇ ଲକ୍ଷ ଲକ୍ଷ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି।

ଅନଙ୍ଗଭୀମ ଦେବ:
ଶିଳାଲେଖରେ ଉଲ୍ଲେଖ ରହିଛି ରାଜା ଅନଙ୍ଗଭୀମ ଦେବ (୧୨୧୧-୧୨୩୮) ଓଡ଼ିଆଙ୍କ ପରମାଧ୍ୟ ଶ୍ରୀଜଗନ୍ନାଥଙ୍କୁ ରାଷ୍ଟ୍ରଦେବତାରୂପେ ଘୋଷଣା କରିଥିଲେ। ରାଜା ମହାରାଜାମାନେ ପ୍ରଭୁଙ୍କ ସେବକ ରୂପେ ସେବା କରୁଥିଲେ। କିଛି ରାଜା ମହାପ୍ରଭୁଙ୍କୁ ଓଡ଼ିଶାର ରାଜା ରୂପେ ଘୋଷଣାକରି ରାଜାଭିଷେକ ମଧ୍ୟ କରିଥିଲେ। କିଛି ଗବେଷକଙ୍କ ମତରେ ରାଜା ଅନଙ୍ଗଭୀମ ଦେବ ପବିତ୍ର ଆଷାଢ଼ ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ପ୍ରଥମେ 'ସୁନାବେଶ' କରାଇଥିଲେ।
କପିଳେନ୍ଦ୍ର ଦେବ:
କେତେକ ଗବେଷକଙ୍କ ମତରେ ରଥ ଉପରେ ଠାକୁରମାନଙ୍କ ଏହି ବେଶକୁ 'ବଡ଼ତଢାଉ ବେଶ' କୁହାଯାଏ। ବଡ଼ତଢାଉ ବେଶ ମତରେ କପିଳେନ୍ଦ୍ର ଦେବ ୧୪୬୦ରେ ଦକ୍ଷିଣ ବିଜୟରୁ ଫେରିବା ବେଳେ ୧୬ଟି ହାତୀ ପିଠିରେ ବୋଝେଇ ସୁନା ଅଳଙ୍କାର ଆଣିଥିଲେ। ଏହାକୁ ମହାପ୍ରଭୁଙ୍କୁ ସମର୍ପଣ କରିଥିବା ନେଇ ଜୟବିଜୟ ଦ୍ୱାରସ୍ଥିତ ଶିଳାଲେଖରେ ସୂଚନା ରହିଛି।ଅଳଙ୍କାର ସମ୍ପର୍କରେ ରାଜା ବଡ଼ତଢାଉଙ୍କ ପରାମର୍ଶ ନେଇଥିଲେ। ରତ୍ନବେଦିରେ ମହାପ୍ରଭୁଙ୍କ ବିଭିନ୍ନ ବେଶକୁ ସବୁ ବର୍ଗରେ ଭକ୍ତ ଦର୍ଶନ କରି ପାରୁନାହାନ୍ତି ତେଣୁ ରଥ ଉପରେ ସବୁବର୍ଗର ଦର୍ଶନ ପାଇଁ ମହାପ୍ରଭୁଙ୍କ ସୁନାବେଶ କରେଇବାକୁ ବଡ଼ତଢାଉ ରାଜାଙ୍କୁ ଅନୁରୋଧ କରିଥିଲେ। ଦକ୍ଷିଣାଭିମୁଖୀ ଯାତ୍ରାରେ ତିନି ରଥ ସିଂହଦ୍ୱାରରେ ପହଞ୍ଚିବା ପରେ ବଡ଼ ଏକାଦଶୀ ଦିନ ରଥ ଉପରେ ସୁନାବେଶ କରିବାକୁ ରାଜା ଅନୁମତି ଦେଇଥିଲେ।
କିପରି ହୁଏ ସୁନାବେଶ:
ପ୍ରତିବର୍ଷ ଆଷାଢ଼ ଶୁକ୍ଳ ଏକାଦଶୀ ଦିନ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କର ସୁନାବେଶ ହୋଇଥାଏ। ଏହି ସୁନାବେଶ ସାମଗ୍ରୀ ଭଣ୍ଡାର ଘରୁ ପାଳିଆ ମେକାପ, ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ୍‌, ପୋଲିସ୍‌, ମନ୍ଦିର ଅଧିକାରୀ ତଥା ଗାରଦ କର୍ମଚାରୀମାନଙ୍କ ସହାୟତାରେ ତିନି ରଥ ଉପରକୁ ଆସିଥାଏ। ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରଭୃତି ସେବକମାନେ ଉପସ୍ଥିତ ରହି ଶ୍ରୀବିଗ୍ରହମାନଙ୍କ ସୁନାବେଶ କରିଥାନ୍ତି।
କେଉଁ ଠାକୁରଙ୍କ କେଉଁ ଅଳଙ୍କାର:
ଜଗନ୍ନାଥ-
କିରିଟ, ଶ୍ରୀପୟର, ଶ୍ରୀଭୁଜ, ସ୍ୱର୍ଣ୍ଣ ଚକ୍ର ଓ ରୌପ୍ୟ ଶଙ୍ଖ, ଓଢିଆଣୀ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡ଼ା, ମାଳି, କଦମ୍ବ ମାଳି, ବାହାଡ଼ା ମାଳି, ତାବିଜ ମାଳି, ସେବତୀ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ତ୍ରିଖଣ୍ଡିକା, କମରପଟି।
ବଳଭଦ୍ର-
କିରିଟ, ଶ୍ରୀପୟର, ଶ୍ରୀଭୁଜ, ହଳ ଓ ମୂଷଳ, ଓଢିଆଣୀ, କୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡ଼ା ମାଳି, କଦମ୍ବ ମାଳି, ବାହାଡ଼ା ମାଳି, ବାଘନଖ ମାଳି, ସେବତୀ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ତ୍ରିଖଣ୍ଡିକା, କମରପଟି।
ସୁଭଦ୍ରା-
କିରିଟ, ଓଢ଼ିଆଣୀ, କାନ, ଚନ୍ଦ୍ରସୂର୍ଯ୍ୟ, ଘାଗଡ଼ା ମାଳି, କଦମ୍ବ ମାଳି, ସେବତୀ ମାଳି, ତଗଡ଼ି-୨ଟି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+