କାହିଁକି କାର୍ତ୍ତିକ ମାସକୁ ଧରମ ମାସ ବୋଲି କୁହାଯାଉଛି, ଜାଣନ୍ତୁ ପୌରାଣିକ ତତ୍ତ୍ଵ

ସନାତନ ଧର୍ମରେ ଯଦି କୌଣସି ମାସକୁ ସମ୍ପୂର୍ଣ୍ଣ ଭାବରେ ଶୁଭ ବୋଲି ଗ୍ରହଣ କରାଯାଏ ତାହା ହେଲା ପବିତ୍ର କାର୍ତ୍ତିକ ମାସ।ସାଧାରଣତଃ ଏହା ଅକ୍ଟୋବର ରୁ ନଭେମ୍ବର ଭିତରେ ପଡିଥାଏ ଆମ ହିନ୍ଦୁ ପଞ୍ଜିକା ଅନୁସାରେ। କାର୍ତ୍ତିକ ମାସକୁ ଧର୍ମ ମାସ ବୋଲି ମଧ୍ୟ କୁହାଯାଇଥାଏ। ଆଜିଠୁ ଆରମ୍ଭ ହୋଇଛି ସେହି ପବିତ୍ର କାର୍ତ୍ତିକ ମାସ। କୃତ୍ତିକା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡ଼ୁଥିବା ଚାନ୍ଦ୍ରମାସକୁ କାର୍ତ୍ତିକ ମାସ କୁହାଯାଏ।ଏହାର ପୂର୍ବବର୍ତ୍ତୀ ମାସ ଆଶ୍ୱିନ ଏବଂ ପରବର୍ତ୍ତୀ ମାସ ମାର୍ଗଶୀର ମାସ।ଏହି ମାସଟି ଶରତ ପୁର୍ଣ୍ଣିମାରୁ ଆରମ୍ଭ କରି କାର୍ତ୍ତିକ ପୁର୍ଣ୍ଣିମା ପର୍ଯ୍ଯନ୍ତ ଚାଲି ଥାଏ।

Kartik month

କାର୍ତ୍ତିକ ମାସରେ ଦୀପ ଦାନ କରିବା ଏବଂ ଗଙ୍ଗାରେ ସ୍ନାନ କରିବାକୁ ବେଶ୍ ଖାସ ମହତ୍ତ୍ଵ ଦିଆଯାଏ।ଏହା କରିବା ଦ୍ଵାରା ସବୁ ପାପ ନଷ୍ଟ ହୋଇଥାଏ ବୋଲି ବିଶ୍ଵାସ କରାଯାଏ।ନାରଦୀୟ ପୁରାଣ ମତେ ମାସ ମଧ୍ୟରେ କାର୍ତ୍ତିକ ମାସ ହେଉଛି ଶ୍ରେଷ୍ଠ ମାସ। ଏହା ଧର୍ମ ମାସ ହୋଇଥିବାରୁ ଏହି ମାସଟିକୁ ନିଷ୍ଠା ସହକାରେ ପାଳନ କରାଯାଏ। ବିଶ୍ଵଜନନୀ କରୁଣାମୟୀ ମା ଦୁର୍ଗାଙ୍କ ଶାରଦୀୟ ବନ୍ଦନା ପରେପରେ ଚନ୍ଦ୍ର ଏବଂ ମା କାଳୀଙ୍କ ଆରାଧନା ଅତ୍ୟନ୍ତ ଆଡ଼ମ୍ବର ସହକାରେ ସମାହିତ ହୁଏ ଏହି ମାସରେ।ଦେବ ସେନାପତି ଚିର କୁମାର କାର୍ତ୍ତିକେୟଙ୍କ ଆରାଧନା ମଧ୍ୟ ଏହି ମାସରେ ଅତ୍ୟନ୍ତ ଉତ୍ସାହର ସହିତ ସମ୍ପାଦିତ ହୁଏ ଓଡ଼ିଶାର ପୁରପଲ୍ଲୀରେ।ଏହି ମାସରେ ଅନେକ ମହତ୍ତ୍ଵପୂର୍ଣ୍ଣ ପର୍ବପର୍ବାଣି ପଡିବା ସହିତ ସାରା ମାସ ଧରି ବିଭିନ୍ନ ଧର୍ମାନୁଷ୍ଠାନ କରାଯାଇଥାଏ।ସୂର୍ଯ୍ୟ ଯେତେବେଳେ ତାଙ୍କର ଦକ୍ଷିଣାୟନ ଆରମ୍ଭ କରନ୍ତି ଓ ତୁଳା ରାଶିକୁ ପ୍ରବେଶ କରନ୍ତି କାର୍ତ୍ତିକ ମାସ ଆରମ୍ଭ ହୁଏ।ଏହି ମାସ ଏଭଳି ପବିତ୍ର ଯେ ଏ ମାସର ଯେ କୌଣସି ଦିନରେ ଧାର୍ମିକ କାର୍ଯ୍ୟାନୁଷ୍ଠାନ ଆଦି ଆରମ୍ଭ କରାଯାଇପାରେ।ପ୍ରବାଦ ଅଛି ଏହି ମାସରେ ଯେ କୌଣସି ଧାର୍ମିକ ଅନୁଷ୍ଠାନ କଲେ ତାହା ଧାର୍ମିକ କ୍ଷେତ୍ରକୁ ତୀର୍ଥ ଯିବାର ପୂଣ୍ୟଫଳ ପ୍ରଦାନ କରିଥାଏ।ପୁରାଣରେ ବର୍ଣ୍ଣିତ କଥା ଅନୁଯାୟୀ ଭଗବାନ ବିଷ୍ଣୁ ଦେବଶୟନ ଏକାଦଶୀରେ ଯୋଗ ନିଦ୍ରାରେ ଗମନ କରି ୪ ମାସ ପରେ ଅର୍ଥାତ୍ ଏହି କାର୍ତ୍ତିକ ମାସର ଦେବ ପ୍ରବୋଧିନୀ ଏକାଦଶୀ ଦିନ ଯୋଗ ନିଦ୍ରାରୁ ଉଠିଥିଲେ ଓ ଏକ ପବିତ୍ର ସମୟର ଆଗମନ ହୋଇଥିଲା ।

କାର୍ତ୍ତିକ ମାସରେ ବୟସ୍କ ତଥା ଧର୍ମପ୍ରାଣ ଆବାଳ- ବୃଦ୍ଧ- ବନିତା ପ୍ରତ୍ୟେହ ପ୍ରାତଃକାଳରେ ସ୍ନାନ ସମାପନ ପୂର୍ବକ ଦେବ ଦର୍ଶନ ଏବଂ ନଗର ସଂକୀର୍ତ୍ତନରେ ଆତ୍ମବିଭୋର ହୋଇଉଠନ୍ତି। କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ପଞ୍ଚ ପର୍ବ ବା ମହାପଞ୍ଚକ ନାମରେ ପରିଚିତ।ଏହି ପାଞ୍ଚଦିନ ପ୍ରତ୍ୟେକ ହିନ୍ଦୁ ଆମିଷ ପରିହାର ପୂର୍ବକ ଶ୍ରଦ୍ଧା ଭାବନା ତଥା ଧର୍ମୀୟ ମନୋଭାବରେ ଦେବତାଙ୍କୁ ପୂଜା କରିଥାନ୍ତି।କୁହାଯାଏ ଯେ ଏହି ପାଞ୍ଚ ଦିନ ଯାକ ବଗ ମଧ୍ୟ ଆମିଷ ସ୍ପର୍ଶ କରେ ନାହିଁ ।ସେ ଯାହା ହେଉନା କାହିଁକି ଏହି ମାସର ଶୁକ୍ଳପକ୍ଷ ଏକାଦଶୀ ବା ବଡ ଏକାଦଶୀ ଠାରୁ ପୂର୍ଣ୍ଣମୀ ପାଞ୍ଚଦିନ ପର୍ଯ୍ୟନ୍ତ ମହାପଞ୍ଚକ ହିନ୍ଦୁମାନଙ୍କ ପାଇଁ ଧର୍ମଗତ ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ । ବିଧବାମାନଙ୍କ ପକ୍ଷରେ ଏହି ମାସଟି ତ ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ I ସେମାନେ ହବିଷ୍ୟ ପାଳନ ପୂର୍ବକ ପ୍ରତ୍ୟେହ ସନ୍ଧ୍ୟାରେ ଆକାଶଦୀପ ପ୍ରଜ୍ଜଳନ କରିଥାନ୍ତି।ପ୍ରତ୍ୟେକ ଦିନ ପ୍ରତ୍ୟୁଷରୁ ଶଯ୍ୟା ତ୍ୟାଗକରି ସ୍ନାନ କରି ସେମାନେ ଦେବାଦେବୀ ଦର୍ଶନ ପାଇଁ ଯାଆନ୍ତି ଏବଂ ଦେବାଳୟରୁ ଫେରିବା ପରେ ତୁଳସୀ ବୃକ୍ଷ ପାଖରେ ଅତ୍ୟନ୍ତ ଭକ୍ତି ସହକାରେ କାର୍ତ୍ତିକ ମାହାତ୍ମ୍ୟ ପାଠ ଓ ଶ୍ରବଣ କରନ୍ତି। କାର୍ତ୍ତିକ ମାସରେ ପୁରୀରେ ହବିଷ ପାଇଁ ହବିଷ୍ୟାଳିଙ୍କ ବହୁ ଭିଡ଼ ପରିଲିକ୍ଷିତ ହୋଇଥାଏ।
ପୌରାଣିକ ତଥ୍ୟ ଅନୁଯାୟୀ ପରମପିତା ବ୍ରହ୍ମା ବ୍ରହ୍ମର୍ଷି ନାରଦଙ୍କୁ କାର୍ତ୍ତିକ ମାସର ମହାତ୍ମ୍ୟ ବୁଝାଇ କହିଛନ୍ତି ? "ମାସ ମାନଙ୍କ ମଧ୍ୟରେ କାର୍ତ୍ତିକ, ଦେବତା ମାନଙ୍କ ମଧ୍ୟରେ ଭଗବାନ ବିଷ୍ଣୁ ଏବଂ ତୀର୍ଥମାନଙ୍କ ମଧ୍ୟରେ ବଦ୍ରିକାଧାମ ଶ୍ରେଷ୍ଠ ଅଟେ।

"ନାଁ କାର୍ତ୍ତିକ ସମୋ ମାସୋ
ନ କୃତେନ ସମଂ ଯୁଗମ୍ବ,
ନ ବେଦ ସଦୃଶଂ ଶାସ୍ତ୍ରଂ
ନ ତୀର୍ଥଂ ଗଙ୍ଗାୟା ସମମ୍"।।

ଅର୍ଥାତ୍- କାର୍ତ୍ତିକ ପରି ମାସ ନାହିଁ, ସତ୍ୟଯୁଗ ପରି ଯୁଗ ନାହିଁ, ବେଦ ସଦୃଶ ଶାସ୍ତ୍ର ନାହିଁ ଏବଂ ଗଙ୍ଗା ପରି ତୀର୍ଥ ନାହିଁ।କାର୍ତ୍ତିକ ମାସ ଭଗବାନ ବିଷ୍ଣୁଙ୍କର ଅତିପ୍ରିୟ ମାସ। ତନ୍ମଧ୍ୟରୁ ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଅତ୍ୟନ୍ତ ପବିତ୍ର। ଏହି ପାଞ୍ଚ ଦିନକୁ ଭୀଷ୍ମ ପଞ୍ଚୁକ,ବକ ପଞ୍ଚୁକ, ମହାପଞ୍ଚୁକ ଇତ୍ୟାଦି କୁହାଯାଏ।

ଆକାଶଦୀପ ପ୍ରତିଷ୍ଠା ପବିତ୍ର କାର୍ତ୍ତିକ କୃତ୍ୟର ଆଉ ଏକ ମହତ୍ତ୍ଵପୂର୍ଣ୍ଣ ଅବଦାନ।କାର୍ତ୍ତିକ ମାସ ବେଳକୁ ପିତୃପକ୍ଷ ଆରମ୍ଭ ହୋଇଯାଇଥାଏ।ପିତୃଗଣଙ୍କୁ ପଥ ପ୍ରଦର୍ଶନ ଏବଂ ସେମାନଙ୍କ ଅନ୍ଧକାରାଚ୍ଛନ୍ନ ଦୁର୍ଗମ ପଥକୁ ଆଲୋକିତ କରିବା ସକାଶେ ଉଚ୍ଚ ସ୍ଥାନରେ ଏହି ପ୍ରଦୀପ ପ୍ରଜ୍ଜଳନ ବିଧି ପ୍ରଚଳିତ ତେଣୁ ପ୍ରାୟତଃ ପ୍ରତ୍ୟେକ ଗ୍ରାମରେ, ମନ୍ଦିରରେ ଏକ ଉଚ୍ଚ ବାଉଁଶରେ ପ୍ରତି ସନ୍ଧ୍ୟାରେ ଆକାଶଦୀପ ରଖାଯାଇଥାଏ। କାର୍ତ୍ତିକ ପୂର୍ଣ୍ଣିମା ଅବକାଶରେ କଦଳୀପଟୁଆ ନିର୍ମିତ ଡଙ୍ଗା ଭସାଇବାର ବିଧି ପ୍ରଚଳିତ ରହିଅଛି ହିନ୍ଦୁ ଧର୍ମରେ,ସେ ଦିନ ପ୍ରତ୍ୟୁଷରୁ ଆବାଳ ବୃଦ୍ଧା ବନିତା ନଦୀ ବା ପୁଷ୍କରଣୀରେ ବୁଡ ପକାଇ କଦଳୀ ବାହୁଙ୍ଗା ବା ସୋଲ ତିଆରି ଡଙ୍ଗାରେ ଦୀପ ଜାଳି ଏବଂ ସେଥିରେ ପାନଗୁଆ ଥୋଇ ଭସାଇ ଦିଅନ୍ତି।ଏହି ସମୟରେ ସମସ୍ତେ ଉତ୍ ଫୁଲ୍ଲିତ ଚିତ୍ତରେ ଗାନ କରନ୍ତି 'ଆ କା ମା ବୈ ପାନ ଗୁଆ ଥୋଇ ପାନ ଗୁଆ ତୋର, ମାସକ ଧରମ ମୋର" ଏହି ଅବସରରେ ପ୍ରତ୍ୟେକ ପୁଣ୍ୟ ଅର୍ଜନ ସକାଶେ ମନାସ କରିଥାନ୍ତି । ବିଶ୍ଵାସ ରହିଛି ଯେ ଏହିଦିନ ପ୍ରତ୍ୟୁଷରୁ ସ୍ନାନପୂର୍ବକ ଦେବଦର୍ଶନ କଲେ ସମସ୍ତ ପ୍ରକାର ପାପ ନାଶ ହୋଇଥାଏ । ଆଷାଢ଼,କାର୍ତ୍ତିକ,ମାଘ ଓ ବୈଶାଖ- ଏଇ ଚାରିମାସ ହେଉଛି ସୂର୍ଯ୍ୟଙ୍କର ଅୟନାନ୍ତ କାଳ ସମ୍ଭବତଃ ଏହି ଅୟନାନ୍ତ ଦିବସମାନଙ୍କରେ ସୌରଦେବଙ୍କ ଉପାସନା କରାଯାଏ।ପୌରାଣିକ ଅନୁଧ୍ୟାନରୁ ଏହି ଚାରିମାସ ଧର୍ମ ଦୃଷ୍ଟିରୁ ଶୁଭପ୍ରଦ ଏବଂ ଦେବଦେବୀଙ୍କ ଉପାସନା ସକାଶେ ଅତ୍ୟନ୍ତ ଅନୁକୂଳ । ତେଣୁ ଏହି ଚାରିମାସର ଆଦ୍ୟବର୍ଣ୍ଣ ' ଆ କା ମା ବୈ 'କୁ ଡଙ୍ଗା ଭସାଇବା ସମୟରେ ଗାନ କରାଯାଇଥାଏ।କୁହାଯାଏ କାର୍ତ୍ତିକ ମାସ ସମୟରେ ପ୍ରତ୍ୟେହ ଗୀତାର ଗୋଟିଏ ଶ୍ଳୋକ ପାଠ କରି ମଧ୍ୟ ମନୁଷ୍ୟ ଜୀବନ୍ମୁକ୍ତ ହୋଇପାରିବ ବୋଲି ବିଶ୍ୱାସ ରହିଅଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+