କୁମାର ପୂର୍ଣ୍ଣିମା: କାହିଁକି ପାଳନ ହୁଏ ଏହି ପର୍ବ ? କଣ ରହିଛି ପୂଜା ବିଧି ?
ରାତି ପାହିଲେ କୁମାର ପୂର୍ଣ୍ଣିମା । ଓଡ଼ିଶାର ଘରେ ଘରେ ଏହି ପର୍ବ ପାଳନ ହୁଏ । କାହିଁ କେତେ କାଳରୁ ଏହି ପର୍ବ ପାଳନ କରାଯାଉଛି । ଓଡ଼ିଆ ଘରେ ଏହି ପର୍ବ ବହୁ ଆଡମ୍ୱରରେ ପାଳନ କରାଯାଏ । ୧୨ ମାସରେ ଓଡ଼ିଆ ଘରେ ୧୩ ପର୍ବ ପାଳନ ହୁଏ । ଆଉ କୁମାରୀ ପୂର୍ଣ୍ଣିମା ବି ସେହିଭଳି ମହା ଆଡିମ୍ବରରେ ପାଳନ କରାଯାଏ ।
ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା' ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ ।

କାହିଁକି ପାଳନ ହୁଏ କୁମାର ପୂର୍ଣ୍ଣିମା ?
ସର୍ବଗୁଣସମ୍ପନ୍ନ ଜୀବନସାଥୀ ପାଇବାକୁ କୁମାରୀ କରିବେ ଚନ୍ଦ୍ରପୂଜା ।
ସୁନ୍ଦର ବର ପାଇବା ଉଦ୍ଦେଶ୍ୟରେ କାର୍ତ୍ତିକେୟଙ୍କୁ ଆରାଧନା କରିବା ସହ ଚନ୍ଦ୍ର ପୂଜା କରାଯାଇଥାଏ । ଏହି ପୂଜା ଗଲେ ଭଲ ବର ମିଳେ ବୋଲି ବିଶ୍ଵାସ ରହିଛି । ଏହି ପୂଜାରେ ଜହ୍ନ ଆସିଲେ ତାକୁ ଦେଖି ଚାନ୍ଦ ପୂଜା ହୁଏ । କାରଣ ଏମିତି କଲେ ଚାନ୍ଦ ପରି ବର ମିଳେ । ଆଉ ସନ୍ଧ୍ୟା ସମୟରେ ଏହି ପର୍ବ ପାଳିତ ହୁଏ ।
ପୂଜା ଦିନ କଣ କଣ ହୁଏ ?
କୁମାରୀମାନେ ଭୋର୍ରୁ ଉଠି ଗାଧୋଇ ନୂତନ ବସ୍ତ୍ର ପରିଧାନ କରିଥାନ୍ତି । ଏହାପରେ ସେମାନେ ବୃନ୍ଦାବତୀଙ୍କ ପାଖରେ ଆଞ୍ଜୁଳାରେ ସାତ ପ୍ରକାରର ଫଳ ନେଇ ସୂର୍ଯ୍ୟଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥାନ୍ତି । ଏହାକୁ ଆଞ୍ଜୁଳା ଟେକା କୁହାଯାଏ । ଏହି ପର୍ବରେ କୁମାରୀମାନେ ଦିନସାରା ଭୋଗ ଖାଇ ରହିଥାନ୍ତି ।
ଚଉରା ମୂଳ ଲିପାଲିପି କରି ମୁରୁଜ ପକାଇ ପୂଜା କରନ୍ତି । ଖଇ, ଗୁଆ, କଦଳୀ, ନଡ଼ିଆ, କସି କାକୁଡ଼ି, କସି ଜହ୍ନି ଓ ଆଖୁ ଆଦି ଫଳ ପୂଜା କରନ୍ତି । ଏହାକୁ ସୂର୍ଯ୍ୟ ଦେବତାଙ୍କୁ ଚାହିଁ ଆଞ୍ଜୁଳା ଟେକନ୍ତି ।
ସନ୍ଧ୍ୟାରେ କୁମାରୀମାନେ ଚଉରା ମୂଳେ ଏକତ୍ର ହୋଇ ଚାନ୍ଦ ପୂଜା କରନ୍ତି । ଚାନ୍ଦ ଉଇଁଲେ ଆରମ୍ଭ ହୋଇଯାଏ ଏହି ପୂଜା । ଏହି ଦିନ ତୁଳସୀ ଗଛରେ ନାଲି ଶଙ୍ଖା ଓ ସାଲୁ କନା ସହ ନୂଆ ବସ୍ତ୍ରଟିଏ ମଧ୍ୟ ଦିଆଯାଇଥାଏ । ଚଉରା ଆଗରେ ପିଢ଼ାରେ ଗୁଆ ରଖି ତା' ଉପରେ ଦୁବ ଘାସ, ଫୁଲ, ବରକୋଳି ପତ୍ର ଦେଇ ସଜାଯାଇଥାଏ । ଚଉରା ପାଖରେ ସ୍ଥାପନ କରାଯାଇଥିବା କଳସରେ ମଧ୍ୟ ଆମ୍ବଡାଳ, ଗୁଆ, ସିନ୍ଦୁର, ଚନ୍ଦନ ଇତ୍ୟାଦି ସଜାଯାଇଥାଏ ।
ଭୋଗ ପାଇଁ ଖଇ, ନଡ଼ିଆ, କଦଳୀ, ଛେନା, ଦହି, କ୍ଷୀର, କାକୁଡ଼ି, ତାଳସଜ, ମହୁ, ଅଦା, ଘିଅ, ଆଖୁ, ଗଜା ମୁଗ, ସେଓ, ଚିନି ଇତ୍ୟାଦି ପଡ଼ି ଏକ ଚକଟା ପ୍ରସ୍ତୁତ କରାଯାଇଥାଏ । ଏହି ଚକଟାକୁ ଚାନ୍ଦ ଚକଟା କୁହାଯାଏ । ଖଇ, ନଡ଼ିଆ, କଦଳୀ, ଛେନା ଓ ଗୁଡ଼ ଆଦିରେ ପ୍ରସ୍ତୁତ ଚାନ୍ଦ ଚକଟା ପୂନେଇଁ ଜହ୍ନକୁ ଭୋଗ ଲାଗେ । ଭୋଗ ପରେ ନିଜ ନିଜ ପ୍ରିୟ ସାଙ୍ଗକୁ ସେହି ଚାନ୍ଦ ଖୁଆଇ "ଚାନ୍ଦ" ବସନ୍ତି । ଆଉ ଟିକେ ରାତି ହେଲେ ଖଇ ଆଣି ଚାନ୍ଦକୁ ସମର୍ପଣ କରନ୍ତି। କୁଆଁରୀଙ୍କ ହୁଳହୁଳି ଶବ୍ଦରେ କମ୍ପିଉଠେ ପୂରା ପରିବେଶ ।
କୁମାର ପୂର୍ଣ୍ଣିମା ଦିନ ସନ୍ଧ୍ୟାରେ ଚଉରା ଆଗରେ ମୁରୂଜରେ ବିଭିନ୍ନ ପ୍ରକାର ଚିତ୍ର କରାଯାଇଥାଏ ଓ ଚଉରାକୁ ଫୁଲ ଓ ସିନ୍ଦୁରରେ ସଜାଯାଇଥାଏ । ଏହିଦିନ କୁମାରୀ ତଥା ବିବାହିତା ମହିଳାମାନେ ପାଦରେ ଅଳତା ଲଗାଇଥାନ୍ତି ।
ଗୀତ ଗାଇ ପୁଚି ଖେଳିଥାନ୍ତି । ପୁଅମାନେ ପଶା ଓ ତାସ୍ ଖେଳି ମନୋରଞ୍ଜନ କରିଥାନ୍ତି । ଭାଦ୍ରବ ପୂର୍ଣ୍ଣିମା ବା ଇନ୍ଦୁ ପୂର୍ଣ୍ଣିମାଠାରୁ କୁମାର ପୂର୍ଣ୍ଣିମା ପର୍ଯ୍ୟନ୍ତ କୁମାରୀ କନ୍ୟାମାନେ ଏକାଠି ହୋଇ ଜହ୍ନି ଓଷା କରନ୍ତି । ଏହି ଓଷାର ଉଦ୍ଯାପନ କୁମାର ପୂର୍ଣ୍ଣିମା ଦିନ ହୋଇଥାଏ ।
ଓଡ଼ିଶା ବ୍ୟତୀତ ଆଉ କେଉଁଠି ପାଳନ ହୁଏ ?
ଓଡ଼ିଶା ବ୍ୟତୀତ ଏହି ପର୍ବ ଭାରତର ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ ଓ ମିଥିଳାରେ ମଧ୍ୟ ପାଳନ କରାଯାଏ । ତେବେ ଏହି ସ୍ଥାନଗୁଡ଼ିକରେ କୁମାର ପୂର୍ଣ୍ଣିମା ଶରତ ପୂର୍ଣ୍ଣିମା ନାମରେ ଜଣାଶୁଣା । ଗୁଜରାଟର ପଶ୍ଚିମାଞ୍ଚଳରେ ଏହି ପୂର୍ଣ୍ଣିମାକୁ ଶରଦ୍ ପୁନମ୍ କୁହାଯାଏ । ଏହି ଦିନ ରାତି ସାରା ସେଠାକାର ଲୋକମାନେ ଗରବା ଓ ଦାଣ୍ଡିଆ ଖେଳିଥାନ୍ତି । ପଶ୍ଚିମ ବଙ୍ଗରେ ଏହି ପର୍ବକୁ ଲୋଖୀ ପୂଜୋ କୁହାଯାଏ ଏବଂ ଏହି ଦିନ ମା' ଲକ୍ଷ୍ମୀଙ୍କ ପୂଜାର୍ଚ୍ଚନା ଅତି ଆଡ଼ମ୍ବରରେ କରାଯାଇଥାଏ । ମିଥିଳାରେ ଏହି ପର୍ବ କୋଜାଗରାହ ନାମରେ ଜଣାଶୁଣା ।
କୁମାର ପୂର୍ଣ୍ଣିମା ଦିନକୁ ଲକ୍ଷ୍ମୀଙ୍କର ଜନ୍ମଦିନ ରୂପେ ମଧ୍ୟ ପାଳନ କରାଯାଏ । ଏହି ଦିନ ସମୃଦ୍ଧିର ଦେବୀ ଲକ୍ଷ୍ମୀଙ୍କୁ ଗଜ ବାହନ ସହ ପୂଜା କରାଯାଇଥାଏ । ଏହି ପୂଜା ଅବସରରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ସୁନ୍ଦର ଲକ୍ଷ୍ମୀ ମେଢ଼ମାନ ତିଆରି ହୋଇଥାଏ ।
-
ବିବାହ ବନ୍ଧନରେ ବାନ୍ଧି ହେଲେ ଅର୍ଜୁନ-ସାନିୟା, ଗ୍ରାଣ୍ଡ ୱେଡିଂରେ ସାମିଲ ହେଲେ.... -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଇରାନକୁ ସହର୍ଯ୍ୟା କରୁଛନ୍ତି ଚାଇନା ଓ ଋଷ ! ବଡ କଥା କହିଦେଲେ ବୈଦେଶିକ ମନ୍ତ୍ରୀ -
ମଧ୍ୟପ୍ରାଚ୍ୟ ମହାଯୁଦ୍ଧ ଭିତରେ ଭାରତ ପାଇଁ ବଡ଼ ଆଶ୍ୱସ୍ତି, କେବଳ ଏହି ସବୁ ଦେଶ ପାଇଁ ବନ୍ଦ ରହିବ ହର୍ମୁଜ ଜଳପଥ -
ଆମେରିକା ପାଇଁ ମହଙ୍ଗା ପଡୁଛି ଇରାନ ସହ ଯୁଦ୍ଧ; ୩୧ ହଜାର କୋଟିର ଖର୍ଚ୍ଚ -
ଦ୍ଧ ଭିତର ମିନିଟ୍ମ୍ୟାନ୍-୩ କ୍ଷେପଣାସ୍ତ୍ର ପରୀକ୍ଷଣ, ହିରୋସୀମାଠାରୁ କରିପାରେ.... -
ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ.... -
ଆପଣ ବି ଖାଦ୍ୟ ଖାଇବାର ତୁରନ୍ତ ପରେ ପାଣି ପିଉଛନ୍ତି କି? ଜାଣନ୍ତୁ..... -
ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର -
ପାଇଲ୍ସ ସର୍ଜରୀ ପରେ ମିଳିଲାନି ଛୁଟି: ବରିଷ୍ଠ ଅଧିକାରୀଙ୍କ ଆଗରେ ପ୍ୟାଣ୍ଟ ଖୋଲିଦେଲେ ଲୋକୋ ପାଇଲଟ -
ରବିବାର ମହାମୁକାବିଲା; ବିଶ୍ବକପ୍ ଫାଇନାଲ୍ରେ ଭାରତ-ନ୍ୟୁଜିଲାଣ୍ଡ












Click it and Unblock the Notifications