ଆଜି ସେପ୍ଟେମ୍ବର ମାସ ୧୨ ତାରିଖ ୨୦୨୧ (ରବିବାର)
ଆଜି ସେପ୍ଟେମ୍ବର ମାସ ୧୨ ତାରିଖ ୨୦୨୧ (ରବିବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୮
ସମ୍ବତ୍ସର-ରାକ୍ଷସ
ଭାଦ୍ରମାସ-ଶୁକ୍ଳପକ୍ଷ
ତିଥି-ଷଷ୍ଠୀ ରାତ୍ରି ଘ୦୫/୩୭ ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ
ନକ୍ଷତ୍ର- ବିଶାଖା ଦିବା ଘ୧୦/୪୪ ପର୍ଯ୍ୟନ୍ତ ତଦନ୍ତେ ଅନୁରାଧା
ଚନ୍ଦ୍ର-ବିଛା
ଯୋଗ-ବୈଧୃତି
ସୌରମାସ-ସିଂହ ୨୭ ଦିନ
ଆଜିର ରାଶିଫଳ: ସେପ୍ଟେମ୍ବର ମାସ ୧୨ ତାରିଖ ୨୦୨୧ (ରବିବାର)

ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।
ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।ବ୍ୟବସାୟ ବାଣିଜ୍ୟରେ ଆସାତିତ ଲାଭ ହେବ।
ମିଥୁନ : ପୂର୍ବରୁ ବିରୁଦ୍ଧରେ ଥିବା ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ଶତ୍ରୁ ଅପସରି ଯିବେ । କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।
କର୍କଟ : କିଛି ବ୍ୟକ୍ତିଗତ ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।
ସିଂହ : ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।
କନ୍ୟା : ଅବାଞ୍ଛିତ ଭାବେ ଉଚ୍ଚଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।
ତୁଳା : ଆଜି ବ୍ୟୟ ବୃଦ୍ଧି ହେଲେହେଁ ଆପଣଙ୍କର ପରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । ପରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ବାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି।
ବିଛା : ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।
ଧନୁ : ଆଜି ଶାରୀରିକ କଷ୍ଟ ସହ ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।
ମକର : ଆଜିର ଦିନ ଆୟ ବର୍ଦ୍ଧକ ସହ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।
କୁମ୍ଭ : ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ଆସାକରିବେ କିନ୍ତୁ ମିଳିପାରିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ । ଆପଣଙ୍କର ସବୁ କଥାରେ ବାଧା ରହିବ ଓ ଆକସ୍ମିକ ଅର୍ଥବ୍ୟୟ ହେବାର ଯୋଗ ରହିଛି ।
ମୀନ : ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications