Get Updates
Get notified of breaking news, exclusive insights, and must-see stories!

ଆଜିର ରାଶିଫଳ: ଜାଣନ୍ତୁ କେମିତି ବିତିବ ଆପଣଙ୍କ ଦିନ

କେମିତି ବିତିବ ଆପଣଙ୍କ ଦିନ? ପ୍ରେମ, ଶିକ୍ଷା, ପରିବାର ପାଇଁ କିପରି ରାଶି ଉପରେ ରହିବ ଗ୍ରହ ର ସ୍ଥିତି, ଏସବୁ ବିଷୟରେ ଜାଣିବା ପାଇଁ ପଢନ୍ତୁ ୱାନ ଇଣ୍ଡିଆ ଓଡ଼ିଶାରେ ଆଜିର ରାଶିଫଳ...

ମେଷ: ଆଜି ଦିନଟି ମଧ୍ୟମ ଧରଣର ରହିବ । ପରିବାରର ସଦସ୍ୟଙ୍କ ସଙ୍ଗେ ଯୁକ୍ତିତର୍କ ଓ ଝଗଡା ନିଶ୍ଚିତ ହେବ । ଏପରି ଛୋଟ କଥାରେ କଳି ଦ୍ୱାରା ଆପଣଙ୍କ ମାନସିକ ଅସ୍ଥିରତା ବୃଦ୍ଧି ପାଇବ । ବାହ୍ୟ ଆଡମ୍ଵର ଦେଖାଇ ଅଯଥା ଖର୍ଚ୍ଚ କରନ୍ତୁ ନାହିଁ ।

ବୃଷ: ଆଜି ଦିନଟିର ପ୍ରଥମ ଭାଗରେ ଶୁଭଫଳ ପ୍ରଦାନ କରିବ । ଆପଣଙ୍କ ବୁଦ୍ଧିମତା ଆପଣଙ୍କୁ ନିଜ କର୍ମରେ ଅଜେୟ ପ୍ରତିଦ୍ୱନ୍ଦୀ ଭାବରେ ପ୍ରତିଷ୍ଠିତ କରାଇବ । ଏପରିକି ସାମାଜିକ ଜୀବନରେ ଉଚ୍ଚ ପ୍ରତିଷ୍ଠାର ଅଧିକାରୀ ହୋଇପାରିବେ । ମଧ୍ୟାହ୍ନ ପରେ ପରିସ୍ଥିତି ଭିନ୍ନ ହୋଇପାରେ ।

ମିଥୁନ: ଆପଣ ନିଜ ମନକୁ ଶାନ୍ତ ରଖନ୍ତୁ । ଆପଣ ନିଜର ଖର୍ଚ୍ଚର ସମୀକ୍ଷା କରନ୍ତୁ । ଛାତ୍ରଛାତ୍ରୀଙ୍କ ନିମନ୍ତେ ଆଜି ଦିନଟି ଶୁଭଦାୟକ। ସନ୍ଧ୍ୟାରେ କିଛି ଭଲ ଖବର ପାଇବେ ।

Astrology

କର୍କଟ: ବାହାରକୁ ଯିବା କିମ୍ୱା ପିକ୍‌ନିକ୍‌ରେ ଯିବା ଆପଣଙ୍କ ପାଇଁ ଦିନ ଭଲ ଆଡକୁ ନେଇପାରେ । ଦିନର ଦ୍ୱିତୀୟ ଭାଗରେ ପରିସ୍ଥିତିରେ ପରିବର୍ତ୍ତନ ଆଣିବ । ଆପଣ ଅତି ଭାବପ୍ରବଣ ହୋଇ ପଡିବେ କିନ୍ତୁ ସେଥିରେ ବହୁ ଭାବରେ ପ୍ରଭାବିତ ହେବେ ନାହିଁ।

ସିଂହ: କୌଣସି ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି ଆଜି ନିଅନ୍ତୁ ନାହିଁ । କିଛି କହିବା ପୁର୍ବରୁ ଦୁଇଥର ଭାବନ୍ତୁ । କାହା ସହିତ ବିଶେଷ ଭାବରେ ସଂପର୍କୀୟ ଏବଂ ପଡୋଶୀଙ୍କ ସହିତ ଯୁକ୍ତିତର୍କ କରନ୍ତୁ ନାହିଁ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ସାବଧାନ ରୁହନ୍ତୁ।

କନ୍ୟା: ଏହି ଦିନ ଆପଣଙ୍କ ପାଇଁ ମଧ୍ୟମ ଭାବରେ ଆରାମଦାୟକ ହେବ । ଆପଣ ମାନସିକ ଏବଂ ଶାରିରୀକ ଭାବରେ ଶାନ୍ତ ରହିବେ । ବ୍ୟକ୍ତିଗତ ଏବଂ ପେଶାଗତ ଦୃଷ୍ଟିକୋଣରୁ ଅନୁକୂଳ ରହିବ । ତେବେ ଆପଣ କେତେକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ।

ତୁଳା: ଆପଣଙ୍କ ପାଇଁ ଏକ ଉଜ୍ଜ୍ୱଳ ଏବଂ ସୁନ୍ଦର ଦିନ ଅପେକ୍ଷାରେ ରହିଛି । ଆପଣଙ୍କ ଘରକୁ ଅଧିକ ସୁନ୍ଦର, ଆକର୍ଷଣୀୟ କରିବା ପାଇଁ ଆପଣ ସକ୍ରିୟ ଭାବରେ ସଂପୃକ୍ତ ଅଛନ୍ତି । କାର୍ଯ୍ୟରେ ବରିଷ୍ଠ ଅଫିସର ଆପଣଙ୍କୁ ଆର୍ଥିକ ଲାଭ ଦେଇପାରନ୍ତି ।

ବିଛା: ଏହି ରାଶି ଆଜି ପାଇଁ ଭାଗ୍ୟଶାଳୀ ରହିବ । ଧର୍ମ ଯାତ୍ରା ଏବଂ ଆର୍ଥିକ ଲାଭ ଆପଣଙ୍କୁ ଦିନସାରା ପ୍ରାପ୍ତ ହେବ । ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଶାନ୍ତ ମନ ଆପଣଙ୍କ ପାଇଁ ଆଶ୍ଚର୍ଯ୍ୟଜନକ ଉପକାର ଆଣିବ।

ଧନୁ: ଆଜିର ସକାଳ ସବୁଦିନ ଭଳି ଆପଣଙ୍କ ପାଇଁ ଆନନ୍ଦମୟ ହେବ ନାହିଁ । ଆପଣଙ୍କର ଅସୁସ୍ଥତା ଏବଂ ସମ୍ବେଦନଶୀଳ ମନ ଆପଣଙ୍କୁ ହତାତର ଅନୁଭବ ଦେବ । ଗୀତ ଶୁଣି ମନ ଆନନ୍ଦ କରନ୍ତୁ । ସେହି ଖରାପ ଏବଂ ହତାସ ଭାବନା ଦୁରେଇ ଦେବା ପାଇଁ ଏହା ହେଉଛି ଏକ ଭଲ ପ୍ରତିକାର।

ମକର: ଦିନଟି ଶୁଭଙ୍କର। ଆଜି ଦିନ ଆପଣ ପରିବାର, ପ୍ରିୟଜନ କିମ୍ୱା ବନ୍ଧୁଙ୍କ ସହିତ ବାହାରକୁ ଯିବା ସହିତ ଆରମ୍ଭ କରିପାରନ୍ତି । ଖର୍ଚ୍ଚ ପ୍ରତି ଧ୍ୟାନ ଦିଅନ୍ତୁ । ଆର୍ଥିକ ସମସ୍ୟା ରହିପାରେ ।

କୁମ୍ଭ: ଆଜି ର ଦିନ ଆପଣଙ୍କ ପାଇଁ ସ୍ୱାସ୍ଥ୍ୟ, ସମ୍ପଦ ଏବଂ ଖୁସୀ ଆଣିଦେବ । ଆପଣ ଆଜି ଅନ୍ତ୍ୟନ୍ତ ସୁନ୍ଦର ଦେଖାଯିବା ପାଇଁ ଚେଷ୍ଟା କରିପାରନ୍ତି ଏବଂ ଆପଣଙ୍କ ଇଚ୍ଛାରେ ପୋଷାକ ଏବଂ ଅନ୍ୟ ଆନୁସଙ୍ଗିକ ଜିନିଷ କ୍ରୟ କରିବାରେ ଖର୍ଚ୍ଚ କରିପାରନ୍ତି ।

ମୀନ: ମୀନ ରାଶି ପାଇଁ ଏହି ଦିନ ମଧ୍ୟମ ଧରଣର ରହିବ । ବହୁ ସାଂସ୍କୃତିକ ଆକର୍ଷଣରୁ ଦୁରରେ ରହିବା ପାଇଁ ଆପଣଙ୍କୁ ପରାମର୍ଶ ଦିଆହେଇଛି, ଯାହାକି ଆପଣଙ୍କ ମନକୁ ଟାଣିପାରେ । ବୌଦ୍ଧିକ ଆଲୋଚନାରୁ ଦୂରରେ ରହନ୍ତୁ ଯେହେତୁ ଏହା ଯୁକ୍ତିତର୍କରେ ପରିଣତ ହୋଇପାରେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+