Weekly Special Horoscope: ସାପ୍ତାହିକ ରାଶିଫଳ,୧୦ ରୁ ୧୬ ନଭେମ୍ବର ୨୦୨୪
ମେଷ: ଏହି ସପ୍ତାହରେ ଘରକୁ ଅତିଥି ଆସି ପାରନ୍ତି । କର୍ମକ୍ଷେତ୍ରରେ ସମ୍ମାନ ମିଳିବ । ବ୍ୟବସାୟରେ ଲାଭ ମିଳିବ । ନୂତନ ଦ୍ରବ୍ୟ କ୍ରୟ
କରିପାରନ୍ତି । ପୂଜାର୍ଚ୍ଚନାରେ ଅଧିକ ସମୟ ଅତିବାହିତ କରିବେ । ଦୂରଯାତ୍ରା କରିବାର ସୁଯୋଗ ରହିଛି । ଆର୍ଥିକ ସ୍ଥିତି
ଭଲ ରହିବ ।
ବୃଷ: ମାତା-ପିତାଙ୍କ ସହିତ ସମୟ ବିତାନ୍ତୁ । ବାକି ଦେଇଥିବା ଅର୍ଥ ଫେରିପାଇବେ । ବ୍ୟବସାୟରେ ଲାଭ ପାଇବେ । ରାଜନୀତି କରୁଥିବା ବ୍ୟକ୍ତି ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୁ ବୃଦ୍ଧି ପାଇବେ । ଛାତ୍ରଛାତ୍ରୀଙ୍କ ପାଇଁ ଏହି ସପ୍ତାହ ଭଲରେ କଟିବ । କୌଣସି କାରଣରୁ ମନ ଅଶାନ୍ତ ରହିବ ।
ମିଥୁନ: ଆର୍ଥିକ ଅବସ୍ଥା ସୁଧୁରିବ। ନିଜ ଲୋକଙ୍କ ସହିତ କୌଣସି ବିବାଦ କରନ୍ତୁ ନାହିଁ । ଏଥିନେଇ ମାନସିକ ଅଶାନ୍ତି ଦେଖାଦେଇ ପାରେ । କଳହ ଠାରୁ ନିଜକୁ ଦୂରେଇ ରଖନ୍ତୁ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବାରୁ ମନ ଭଲ ରହିବ ନାହିଁ । ବ୍ୟବସାୟୀ ମାନେ ଲାଭବାନ ହେବେ ।
କର୍କଟ: ଏହି ସପ୍ତାହରେ କର୍କଟର ରାଶିର କିଛି ବେରୋଜଗାର ଲୋକମାନଙ୍କ ପାଇଁ ଶୁଭମୟ ରହିବ । କାରଣ ଏହି ସପ୍ତାହରେ ସେମାନଙ୍କୁ ଚାକିରି ମିଳିପାରେ ଯାହାଦ୍ୱାରା ସେମାନଙ୍କର ଆର୍ଥିକ ଅବସ୍ଥା ସୁଧୁରିବ। ଛାତ୍ରଛାତ୍ରୀ ମାନେ ପାଠପଢାରେ ଉନ୍ନତି କରିବେ । ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ସିଂହ: କୌଣସି ନୂତନ ଯୋଜନା ଉପରେ କାର୍ଯ୍ୟ କରିବା ପୂର୍ବରୁ ଭଲ ଭାବରେ ବିଚାର କରି ନିଅନ୍ତୁ । ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ସଫଳତା ପାଇବା ସହ ବନ୍ଧୁଙ୍କ ସହଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ହେବା ସହ ଆକସ୍ମିକ ଧନ ଲାଭ ହେବାର ସମ୍ଭାବନା ରହିଛି । ଆଜି ଅଜଥା ବିବାଦରେ ପାଦ ଦିଅନ୍ତୁ ନାହିଁ । ଅସୁବିଧାରେ ପଡିପାରନ୍ତି ।
କନ୍ୟା: ଏହି ସପ୍ତାହ ପରିବାର ସହିତ ଅଧିକ ସମୟ ବିତାଇବେ । ଚାକିରୀ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀ ଲାଭବାନ ହେବେ । କାର୍ଯ୍ୟ ଦୃଷ୍ଟିକୋଣରୁ ଆପଣଙ୍କ କୌଣସି ଶୁଭ ଖବର ମିଳିପାରେ । ବ୍ୟବସାୟୀ ଦୁଇଗୁଣ ଲାଭ ପାଇପାରିବେ । ଯଦି ଆପଣ ସରକାରୀ ଚାକିରୀ ପାଇଁ ଚେଷ୍ଟା କରୁଛନ୍ତି ତେବେ ଖୁବ ଶୀଘ୍ର ସଫଳତା ପାଇପାରନ୍ତି । ଆର୍ଥିକ ପରିସ୍ଥିତି ଭଲ ରହିବ ।
ତୁଳା : ନିଜ ଅଭ୍ୟାସକୁ ପରିବର୍ତ୍ତନ କରନ୍ତୁ । ବ୍ୟବସାୟୀମାନେ ଏହି ସପ୍ତାହରେ ଲାଭରେ ରହିବେ । ନୂତନ ଘର, ସମ୍ପତ୍ତି ଇତ୍ୟାଦି କିଣିବାକୁ ଚିନ୍ତା କରିପାରନ୍ତି । ପାରିବାରିକ ସ୍ଥିତି ସ୍ୱାଭାବିକ ରହିବ । ସ୍ୱାସ୍ଥ୍ୟ ଭଲ ରହିବ । ଦେଇଥିବା ଟଙ୍କା ଫେରି ପାଇବେ । ପୁରୁଣା ବନ୍ଧୁଙ୍କ ସହିତ ମିଳନ ହୋଇପାରେ ।

ବିଛା : ସାମାଜିକ କାର୍ଯ୍ୟରେ ସମ୍ମାନିତ ହେବେ । ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ । ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କୁ ସମ୍ମାନ ମିଳିବ । ବୈବାହିକ ଜୀବନ ସୁଖଦ ରହିବ । ଆପଣଙ୍କର କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ବାଧା ଉପୁଜିପାରେ । ଆର୍ଥିକ ସ୍ଥିତି ସ୍ୱାଭାବିକ ରହିବ ।
ଧନୁ: ଏହି ସପ୍ତାହ ଆପଣଙ୍କୁ ସତର୍କ ରୁହିବା ପାଇଁ ପଡିବ । ଟଙ୍କା ବିନିଯୋଗରୁ ଦୂରେଇ ରୁହନ୍ତୁ । ବ୍ୟବସାୟୀମାନେ ଲାଭରେ ରହିବେ । ଘରର ପରିବେଶ ଆନନ୍ଦଦାୟକ ରହିବ । ସପ୍ତାହର କୌଣସି ଏକ ଦିନ ନିଜ ପ୍ରିୟ ଲୋକଙ୍କ ସହିତ ଭଲ ସମୟ ବିତାଇବ । ସ୍ୱାସ୍ଥ୍ୟ ଭଲ ରହିବ ।ସ୍ୱାମୀ ସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଅପରାହ୍ନରେ କୌଣସି ଶୁଭ ଖବର ମିଳିପାରେ । ବିଦ୍ୟାର୍ଥୀମାନେ ପଠାପଢାରେ କୃତିତ୍ୱ ଅର୍ଜନ କରିବେ । ଏହି ସପ୍ତାହ କୌଣସି ନୂଆ କାର୍ଯ୍ୟର ଶୁଭାରମ୍ଭ କରିପାରନ୍ତି ।
ମକର: କାମକାର୍ଯ୍ୟରେ ଆପଣ ବହୁତ ଲାଭ ପାଇପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ମନ ବଳାଇବେ । ବ୍ୟବସାୟରେ ଲାଭ ମିଳିବାର ସମୟ । ଦୂରଯାତ୍ରା କରିବାର ଯୋଜନା କରିପାରନ୍ତି ।
କୁମ୍ଭ : କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଯିବ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ । ଧନଲାଭର ସମ୍ଭାବନା ରହିଛି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ । କିଛି ଦାନ-ପୁଣ୍ୟ କରନ୍ତୁ ମାନସିକ ଶାନ୍ତି ମିଳିବ । ଆପଣ କମ୍ ପରିଶ୍ରମରେ ସଫଳତା ପାଇବେ ।
ମୀନ: ଅଟକି ରହିଥିବା କାର୍ଯ୍ୟ ସମାପ୍ତ କରିବାର ସମୟ । ରାଜନୈତିକ କ୍ଷେତ୍ରରେ ସମ୍ମାନିତ ହେବେ । ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି ରହିବ । ଏହି ସପ୍ତାହ ଆପଣ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଆର୍ଥିକ ଅବସ୍ଥା ଦୃଢ ହେବ । ଆପଣ ଏକ ନୂତନ ଆୟର ଉତ୍ସ ପାଇପାରନ୍ତି । ପତି-ପତ୍ନୀଙ୍କ ମଧ୍ୟରେ ପ୍ରେମ ଆହୁରି ଗଭୀର ହେବ ।












Click it and Unblock the Notifications