Weekly Horoscope: ଜାଣନ୍ତୁ ଏହି ସପ୍ତାହର ରାଶିଫଳ, ଏହି ରାଶିର ବ୍ୟକ୍ତି କାର୍ଯ୍ୟରେ ହେବେ ସମ୍ମାନିତ
ମେଷ: ଆପଣଙ୍କର ସମସ୍ତ ସ୍ଥଗିତ କାର୍ଯ୍ୟ ସମାପ୍ତ ହେବ । ନିଜ ବ୍ୟବସାୟ ଏବଂ ଚାକିରୀକ୍ଷେତ୍ରରେ ଅଧିକ ଧ୍ୟାନ ଦିଅନ୍ତୁ । ପେଟ ଜନିତ ସମସ୍ୟା ଦେଖାଦେଇ ପାରେ । ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ । ସଂଗୀତ କ୍ଷେତ୍ର ସହିତ ଜଡିତ ବ୍ୟକ୍ତି ଖ୍ୟାତି ପାଇପାରନ୍ତି । ଜୀବନସାଥୀଙ୍କ ସହିତ ସମ୍ପର୍କ ଭଲ ରହିବ । ନିଜ କ୍ରୋଧକୁ ନିୟନ୍ତ୍ରଣ
ବୃଷ: ଏହି ସପ୍ତାହ ଆପଣଙ୍କ ଜୀବନରେ ଅନେକ ପରିବର୍ତ୍ତନ ଆଣିବ । ବ୍ୟବସାୟରେ ଲାଭ ମିଳିବ । ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି । ଚାକିରୀ ପରିବର୍ତ୍ତନ କରିବାର ଯୋଗ ରହିଛି । ଏହି ସପ୍ତାହରେ କାହା ସହ ଟଙ୍କା କାରବାର କରନ୍ତୁ ନାହିଁ । କର୍ମକ୍ଷେତ୍ରର ମାହୋଲ କିଛି ଭଲ ରହିବ ନାହିଁ । ଘରୋଇ କମ୍ପାନିରେ କାର୍ଯ୍ୟ କରୁଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ ଏବଂ ପଦୋନ୍ନତିର ସୁଯୋଗ ରହିଛି ।

ମିଥୁନ: ବ୍ୟବସାୟୀ ଲାଭରେ ରହିବେ ଏବଂ କର୍ମକ୍ଷେତ୍ରରେ ନୂଆ ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି । ନୂଆ ଯାନବାହନ କ୍ରୟ କରିବାର ସୁଯୋଗ ପାଇବେ । ଦୂରଯାତ୍ରା କରିବା ପାରନ୍ତି । ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ଏହି ସପ୍ତାହରେ ସମାପ୍ତ ହେବ । କୌଣସି ଶୁଭ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି । ମାନ-ସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ ।
କର୍କଟ: ସେହିପରି ଏହି ସପ୍ତାହରେ ବିବାଦରୁ ଦୂରେଇ ରୁହନ୍ତୁ । ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ସଫଳତା ମିଳିବ । ହେଲେ କିଛି ଛୋଟ ବଡ ସମସ୍ୟାକୁ ନେଇ ଚିନ୍ତାରେ ରହିପାରନ୍ତି । ସ୍ୱାସ୍ଥ୍ୟ ଦୃଷ୍ଟିରୁ ଏହି ସପ୍ତାହ ଉତ୍ତମ ରହିବ । ପ୍ରେମ ସମ୍ପର୍କ ମଜବୁତ ହେବ । ଜୀବନସାଥିଙ୍କ ସହ ଅଧିକ ସମୟ ବିତାଇବେ ।
ସିଂହ: ଏହି ସପ୍ତାହ ବେରୋଜଗାର ଲୋକମାନଙ୍କ ପାଇଁ ଶୁଭ ରହିବ ।ଚାକିରି ମିଳିପାରେ ଯାହାଦ୍ୱାରା ଆର୍ଥିକ ଅବସ୍ଥା ସୁଧୁରିବ। ଛାତ୍ରଛାତ୍ରୀ ପାଠପଢାରେ ଉନ୍ନତି କରିବେ । ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।
କନ୍ୟା: ନିଜ ଅଭ୍ୟାସକୁ ପରିବର୍ତ୍ତନ କରନ୍ତୁ । ଏହି ସପ୍ତାହ ବ୍ୟବସାୟ କରୁଥିବା ଲୋକ ମାନେ ଲାଭରେ ରହିବେ । ନୂତନ ଘର, ସମ୍ପତ୍ତି ଇତ୍ୟାଦି କିଣିବାକୁ ଚିନ୍ତା କରିପାରନ୍ତି । ପାରିବାରିକ ସ୍ଥିତି ସ୍ୱାଭାବିକ ରହିବ । ସ୍ୱାସ୍ଥ୍ୟ ଭଲ ରହିବ । ଦେଇଥିବା ଟଙ୍କା ଫେରି ପାଇବେ । ପୁରୁଣା ବନ୍ଧୁଙ୍କ ସହିତ ମିଳନ ହୋଇପାରେ ।
ତୁଳା : କୌଣସି ନୂତନ ଯୋଜନା ଉପରେ କାର୍ଯ୍ୟ କରିବା ପୂର୍ବରୁ ଭଲ ଭାବରେ ବିଚାର କରି ନିଅନ୍ତୁ । ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ସଫଳତା ପାଇବା ସହ ବନ୍ଧୁଙ୍କ ସହଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ହେବା ସହ ଆକସ୍ମିକ ଧନ ଲାଭ ହେବାର ସମ୍ଭାବନା ରହିଛି । ଅଜଥା ବିବାଦରେ ପାଦ ଦିଅନ୍ତୁ ନାହିଁ । ଅସୁବିଧାରେ ପଡିପାରନ୍ତି ।
ବିଛା : ସାମାଜିକ କାର୍ଯ୍ୟରେ ସମ୍ମାନିତ ହେବେ । ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ । ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କୁ ସମ୍ମାନ ମିଳିବ । ବୈବାହିକ ଜୀବନ ସୁଖଦ ରହିବ । ଆପଣଙ୍କର କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ବାଧା ଉପୁଜିପାରେ । ଆର୍ଥିକ ସ୍ଥିତି ସ୍ୱାଭାବିକ ରହିବ ।
ଧନୁ: କାମକାର୍ଯ୍ୟରେ ଆପଣ ବହୁତ ଲାଭ ପାଇପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ମନ ବଳାଇବେ । ବ୍ୟବସାୟରେ ଲାଭ ମିଳିବାର ସମୟ । ଦୂରଯାତ୍ରା କରିବାର ଯୋଜନା କରିପାରନ୍ତି ।
ମକର: ପରିବାର ସହିତ ଅଧିକ ସମୟ ବିତାଇବେ । ଚାକିରି କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀ ଲାଭବାନ ହେବେ । କାର୍ଯ୍ୟ ଦୃଷ୍ଟିକୋଣରୁ ଏହି ସପ୍ତାହ ଆପଣଙ୍କ କୌଣସି ଶୁଭ ଖବର ମିଳିପାରେ । ବ୍ୟବସାୟୀ ଦୁଇଗୁଣ ଲାଭ ପାଇପାରିବେ । ଯଦି ଆପଣ ସରକାରୀ ଚାକିରି ପାଇଁ ଚେଷ୍ଟା କରୁଛନ୍ତି ତେବେ ଖୁବ ଶୀଘ୍ର ସଫଳତା ପାଇପାରନ୍ତି । ଆର୍ଥିକ ପରିସ୍ଥିତି ଭଲ ରହିବ ।
କୁମ୍ଭ : କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଯିବ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ । ଧନଲାଭର ସମ୍ଭାବନା ରହିଛି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ । କିଛି ଦାନ-ପୁଣ୍ୟ କରନ୍ତୁ ମାନସିକ ଶାନ୍ତି ମିଳିବ । ଆପଣ କମ୍ ପରିଶ୍ରମରେ ସଫଳତା ପାଇବେ ।
ମୀନ: ଏହି ସପ୍ତାହ ଆପଣଙ୍କୁ ସତର୍କ ରୁହିବା ପାଇଁ ପଡିବ । ଟଙ୍କା ବିନିଯୋଗରୁ ଦୂରେଇ ରୁହନ୍ତୁ । ବ୍ୟବସାୟୀମାନେ ଆଜି ଲାଭରେ ରହିବେ । ଘରର ପରିବେଶ ଆନନ୍ଦଦାୟକ ରହିବ । ନିଜ ପ୍ରିୟ ଲୋକଙ୍କ ସହିତ ଭଲ ସମୟ ବିତାଇବ । ସ୍ୱାସ୍ଥ୍ୟ ଭଲ ରହିବ ।ସ୍ୱାମୀ ସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଅପରାହ୍ନରେ କୌଣସି ଶୁଭ ଖବର ମିଳିପାରେ । ବିଦ୍ୟାର୍ଥୀମାନେ ପଠାପଢାରେ କୃତିତ୍ୱ ଅର୍ଜନ କରିବେ । ଆଜି କୌଣସି ନୂଆ କାର୍ଯ୍ୟର ଶୁଭାରମ୍ଭ କରିପାରନ୍ତି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ











Click it and Unblock the Notifications