Get Updates
Get notified of breaking news, exclusive insights, and must-see stories!

ସାପ୍ତାହିକ ରାଶିଫଳ, ଜାଣନ୍ତୁ କେମିତି ରହିବ ଆପଣଙ୍କ ଭାଗ୍ୟ

Weekly horoscope: ମେଷ: ଏହି ସପ୍ତାହରେ ଆପଣଙ୍କର ଅଟକି ରହିଥିବା କାର୍ଯ୍ୟ ସମାପ୍ତ ହେବ । ରାଜନୈତିକ କ୍ଷେତ୍ରରେ ସମ୍ମାନିତ ହେବେ । ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି ରହିବ । କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ଆର୍ଥିକ ସ୍ଥିତି ଭଲ ରହିବ । ଆଜି ଆପଣ ଏକ ନୂତନ ଆୟର ଉତ୍ସ ପାଇପାରନ୍ତି । ପିଲାଙ୍କ ପାଇଁ ଗର୍ବିତ ଅନୁଭବ କରିବେ ।

ବୃଷ: ଏହି ସପ୍ତାହରେ କାମରେ ମନ ଲାଗିବ ନାହିଁ । ସ୍ୱାସ୍ଥ୍ୟ ସମ୍ପୂର୍ଣ୍ଣ ଭଲ ରହିବ ନାହିଁ । ବାକି ଦେଇଥିବା ଅର୍ଥ ଫେରିପାଇବେ । ବ୍ୟବସାୟରେ ଲାଭ ପାଇବେ । ରାଜନୀତି କରୁଥିବା ବ୍ୟକ୍ତି ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୁ ବୃଦ୍ଧି ପାଇବେ । ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ତମ ଦିନଟିଏ । କୌଣସି କାରଣରୁ ମନ ଅଶାନ୍ତ ରହିବ ।

ମିଥୁନ: ଆର୍ଥିକ ଅବସ୍ଥା ସୁଧୁରିବ। ନିଜ ଲୋକଙ୍କ ସହିତ କୌଣସି ବିବାଦ କରନ୍ତୁ ନାହିଁ । ଏଥିନେଇ ମାନସିକ ଅଶାନ୍ତି ଦେଖାଦେଇ ପାରେ । କଳହ ଠାରୁ ନିଜକୁ ଦୂରେଇ ରଖନ୍ତୁ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବାରୁ ମନ ଭଲ ରହିବ ନାହିଁ । ବ୍ୟବସାୟୀ ମାନେ ଲାଭବାନ ହେବେ ।

କର୍କଟ: ଏହି ସପ୍ତାହରେ ବେରୋଜଗାର ଲୋକମାନଙ୍କ ପାଇଁ ଶୁଭ ଦିନଟିଏ । କାରଣ ଆଜି ସେମାନଙ୍କୁ ଚାକିରୀ ମିଳିପାରେ ଯାହାଦ୍ୱାରା ସେମାନଙ୍କର ଆର୍ଥିକ ଅବସ୍ଥା ସୁଧୁରିବ। ଛାତ୍ରଛାତ୍ରୀ ମାନେ ପାଠପଢାରେ ଉନ୍ନତି କରିବେ । ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

astrology

ସିଂହ: କୌଣସି ନୂତନ ଯୋଜନା ଉପରେ କାର୍ଯ୍ୟ କରିବା ପୂର୍ବରୁ ଭଲ ଭାବରେ ବିଚାର କରି ନିଅନ୍ତୁ । ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ସଫଳତା ପାଇବା ସହ ବନ୍ଧୁଙ୍କ ସହଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ହେବା ସହ ଆକସ୍ମିକ ଧନ ଲାଭ ହେବାର ସମ୍ଭାବନା ରହିଛି । ବିବାଦରେ ପାଦ ଦିଅନ୍ତୁ ନାହିଁ । ଅସୁବିଧାରେ ପଡିପାରନ୍ତି ।

କନ୍ୟା: ଚାକିରୀ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀ ଲାଭବାନ ହେବେ । କାର୍ଯ୍ୟ ଦୃଷ୍ଟିକୋଣରୁ ଆଜି ଆପଣଙ୍କ କୌଣସି ଶୁଭ ଖବର ମିଳିପାରେ । ବ୍ୟବସାୟୀ ଦୁଇଗୁଣ ଲାଭ ପାଇପାରିବେ । ଯଦି ଆପଣ ସରକାରୀ ଚାକିରୀ ପାଇଁ ଚେଷ୍ଟା କରୁଛନ୍ତି ତେବେ ଖୁବ ଶୀଘ୍ର ସଫଳତା ପାଇପାରନ୍ତି । ଆର୍ଥିକ ପରିସ୍ଥିତି ଭଲ ରହିବ ।

ତୁଳା : ନିଜ ଅଭ୍ୟାସକୁ ପରିବର୍ତ୍ତନ କରନ୍ତୁ । ଆଜି ବ୍ୟବସାୟୀମାନେ ଲାଭରେ ରହିବେ । ନୂତନ ଘର, ସମ୍ପତ୍ତି ଇତ୍ୟାଦି କିଣିବାକୁ ଚିନ୍ତା କରିପାରନ୍ତି । ପାରିବାରିକ ସ୍ଥିତି ସ୍ୱାଭାବିକ ରହିବ । ସ୍ୱାସ୍ଥ୍ୟ ଭଲ ରହିବ । ଦେଇଥିବା ଟଙ୍କା ଫେରି ପାଇବେ । ପୁରୁଣା ବନ୍ଧୁଙ୍କ ସହିତ ମିଳନ ହୋଇପାରେ ।

ବିଛା : ସାମାଜିକ କାର୍ଯ୍ୟରେ ସମ୍ମାନିତ ହେବେ । ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ । ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କୁ ସମ୍ମାନ ମିଳିବ । ବୈବାହିକ ଜୀବନ ସୁଖଦ ରହିବ । ଆପଣଙ୍କର କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ବାଧା ଉପୁଜିପାରେ । ଆର୍ଥିକ ସ୍ଥିତି ସ୍ୱାଭାବିକ ରହିବ ।

ଧନୁ: ଏହି ସପ୍ତାହ ଆପଣଙ୍କୁ ସତର୍କ ରହିବା ପାଇଁ ପଡିବ । ଟଙ୍କା ବିନିଯୋଗରୁ ଦୂରେଇ ରୁହନ୍ତୁ । ବ୍ୟବସାୟୀମାନେ ଆଜି ଲାଭରେ ରହିବେ । ନିଜ ପ୍ରିୟ ଲୋକଙ୍କ ସହିତ ଭଲ ସମୟ ବିତାଇବ । ସ୍ୱାସ୍ଥ୍ୟ ଭଲ ରହିବ । ସ୍ୱାମୀ ସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଅପରାହ୍ନରେ କୌଣସି ଶୁଭ ଖବର ମିଳିପାରେ । ବିଦ୍ୟାର୍ଥୀମାନେ ପଠାପଢାରେ କୃତିତ୍ୱ ଅର୍ଜନ କରିବେ । ଆଜି କୌଣସି ନୂଆ କାର୍ଯ୍ୟର ଶୁଭାରମ୍ଭ କରିପାରନ୍ତି ।

ମକର: କାମକାର୍ଯ୍ୟରେ ଆପଣ ବହୁତ ଲାଭ ପାଇପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିସମାଜ ସେବାରେ ମନ ବଳାଇବେ । ବ୍ୟବସାୟରେ ଲାଭ ମିଳିବାର ସମୟ । ଦୂରଯାତ୍ରା କରିବାର ଯୋଜନା କରିପାରନ୍ତି ।

କୁମ୍ଭ : କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଯିବ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ । ଧନଲାଭର ସମ୍ଭାବନା ରହିଛି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ । ଆଜି କିଛି ଦାନ-ପୁଣ୍ୟ କରନ୍ତୁ ମାନସିକ ଶାନ୍ତି ମିଳିବ । ଆପଣ କମ୍ ପରିଶ୍ରମରେ ସଫଳତା ପାଇବେ ।

ମୀନ: ଘରକୁ ଅତିଥି ଆସି ପାରନ୍ତି । କର୍ମକ୍ଷେତ୍ରରେ ସମ୍ମାନ ମିଳିବ । ବ୍ୟବସାୟରେ ଲାଭ ମିଳିବ । ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି । ପୂଜାର୍ଚ୍ଚନାରେ ଅଧିକ ସମୟ ଅତିବାହିତ କରିବେ । ଦୂରଯାତ୍ରା କରିବାର ସୁଯୋଗ ରହିଛି । ଆର୍ଥିକ ସ୍ଥିତି ଭଲ ରହିବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+