ସୁନା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ ରହିଛି କେତେ ଦର?
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର । ଆଜି ୨୪ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୧,୨୩,୯୪୦ରେ ପହଞ୍ଚିଛି । ସେହିପରି ୨୨ କ୍ୟାରେଟ ହଳଦିଆ ଧାତୁର ଦର ୧,୧୩,୬୧୦କୁ ବୃଦ୍ଧି ପାଇଛି । ଅନ୍ୟପଟେ ରୂପା ଦର ୧୦୦ ଟଙ୍କା ବଢି ୧,୬୦,୧୦୦ ଟଙ୍କା ଛୁଇଁଛି ।
ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୪,୦୯୦ ଟଙ୍କା, ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୩ ,୯୪୦ ଟଙ୍କା ଏବଂ ୨୨ କ୍ୟାରେଟ ସୁନା ମୂଲ୍ୟ ୧,୧୩,୬୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୪,୨୧୦ ଟଙ୍କା ଏବଂ ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୩,୯୪୦ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୬୦,୧୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।












Click it and Unblock the Notifications