ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ ସୁନା ମହଙ୍ଗା ହେଲା ନା ଶସ୍ତା?
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୧,୫୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୮,୧୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୧,୫୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୮,୧୦୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୬୧,୫୭୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ଦର ୧,୪୮,୧୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୬୧,୭୨୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୪୮,୨୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୬୨,୫୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୯,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୬୧,୫୭୦ ଓ ୧,୪୮,୧୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୮୫,୦୦୦ ଟଙ୍କା ହୋଇଛି ।












Click it and Unblock the Notifications