For Quick Alerts
Turn On Notification  
For Daily Alerts
Oneindia App Download

ବଜେଟ 2021ରୁ ଓଡିଶା ସିଂହଭାଗ ଲାଭ ପାଇବ: ଧର୍ମେନ୍ଦ୍ର

ଚଳିତ ବଜେଟର ବିଭିନ୍ନ କ୍ଷେତ୍ରରୁ ଓଡିଶା ସିଂହଭାଗ ଲାଭ ପାଇବ ସହ ରାଜ୍ୟର ସବୁ ବର୍ଗର ଲୋକମାନେ ବିଶେଷ ଭାବରେ ଉପକୃତ ହୋଇପାରିବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

|

ଭୁବନେଶ୍ୱର: ଆଜି ସଂସଦରେ ଉସ୍ଥାପିତ ହୋଇଛି କେନ୍ଦ୍ର ବଜେଟ 2021-22 । ପ୍ରଥମ ଥର ପାଇଁ ପେପର ଲେସ ବଜେଟ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ତେବେ ଆଜି ବଜେଟକୁ ଲୋକାଭିମୂଖି ବଜେଟ କହି ପ୍ରଶଂସା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥି ସହିତ ଚଳିତ ବଜେଟର ବିଭିନ୍ନ କ୍ଷେତ୍ରରୁ ଓଡିଶା ସିଂହଭାଗ ଲାଭ ପାଇବ ସହ ରାଜ୍ୟର ସବୁ ବର୍ଗର ଲୋକମାନେ ବିଶେଷ ଭାବରେ ଉପକୃତ ହୋଇପାରିବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

୨୦୨୧-୨୨ ଆର୍ଥିକ ବର୍ଷର ସାଧାରଣ ବଜେଟକୁ ଯୁଗାନ୍ତକାରୀ ବଜେଟ୍ କହିବା ସହ ବଜେଟରେ କ୍ରୟ ଏବଂ ଖର୍ଚ୍ଚର ପୁନଃଉଦ୍ଧାର ସହ ପୁଞ୍ଜିନିବେଶ, ନିର୍ମାଣକୁ ଗତିଦେବା, ଭିତିଭୂମିକୁ ସୁଦୃଢ କରିବା, ଏମଏସଏମଇକୁ ଆଗ୍ରାଧିକାର ଦେବା, ନୂଆ ସୁଯୋଗ ସୃଷ୍ଟି କରିବା ସହ ରୋଜଗାର ଓ ବିକାଶକୁ ଗୁରୁତ୍ୱ ଦେଇଥିବାରୁ କେନ୍ଦ୍ରମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ କୃତଜ୍ଞତା ଜଣାଇଛନ୍ତି । ସେହିପରି ଭାରତବର୍ଷରେ ସଫଳତାର ସହ ୮ କୋଟି ମହିଳାଙ୍କୁ ଉଜ୍ଜଳା ଯୋଜନାରେ ଗ୍ୟାସ ସିଲିଣ୍ଡର ଯୋଗାଇ ଦିଆଯିବା ପରେ ପୁଣି ଥରେ ଏହାକୁ ଅଧିକ ୧ କୋଟି ମହିଳାଙ୍କୁ ଯୋଗାଇ ଦେବା ପାଇଁ ବଜେଟରେ ବ୍ୟବସ୍ଥା ହେବା ନେଇ ଧର୍ମେନ୍ଦ୍ର ଖୁସିବ୍ୟକ୍ତ କରିଛନ୍ତି ।

Dharmendra Pradhan

ଆତ୍ମନିର୍ଭର ଭାରତ ସ୍ୱାସ୍ଥ୍ୟ ଯୋଜନା ସହ ପିଇବା ପାଣି, ସହରାଞ୍ଚଳରେ ଘର ନିର୍ମାଣ ଓ ପୋଷଣ ଅଭିଯାନ ନାଗରିକଙ୍କ ସ୍ୱାସ୍ଥ୍ୟ ସହ ଜଡିତ । ବଜେଟ୍‌ରେ ଅର୍ଥମନ୍ତ୍ରୀ ଏହାକୁ ବିଶେଷ ମହତ୍ୱ ଦେଇଛନ୍ତି । ଓଡିଶାରେ ପୋଷଣ ଅଭିଯାନରେ ଆମ ରାଜ୍ୟର ୧୦ଟି ଆକାଂକ୍ଷୀ ଜିଲ୍ଲା ପ୍ରାଥମିକତା ପାଇବ । ଅପରପକ୍ଷରେ ବଜେଟରେ ଢାଂଚାଗତ କ୍ଷେତ୍ର ତଥା ସଡକପଥ, ରେଳପଥ, ଅର୍ଥନୈତିକ କୋରିଡର ତଥା ମାନବ ସମ୍ବଳର ବିକାଶ ପାଇଁ ପ୍ରଧାନ୍ୟ ଦିଆଯାଇଛି । ଚଳିତବର୍ଷର ବଜେଟ ଅପାର ସମ୍ଭାବନାର ରାଜ୍ୟ ଓଡିଶାର ଇସ୍ପାତ୍‌, ଖଣି କ୍ଷେତ୍ର ତଥା ମାନବପୁଞ୍ଜିର ଅନେକ ସମ୍ଭାବନା ଆଣିଛି । ଏହି ପରିପ୍ରେକ୍ଷୀରେ ଆଗାମୀ ୩ ବର୍ଷରେ ଦେଶରେ ହେବାକୁ ଥିବା ୭ଟି ଟେକ୍ସଟାଇଲ ପାର୍କରେ ଓଡିଶାକୁ ପ୍ରଧାନ୍ୟ ମିଳିବ ବୋଲି ଧର୍ମେନ୍ଦ୍ର କହିଛନ୍ତି ।

ସେହିପରି ଓଡିଶାର ଭଦ୍ରକରେ ଆଇଓସିଏଲ ଦ୍ୱାରା ସୂତାର କାରଖାନା ପ୍ରତିଷ୍ଠା କରାଯାଉଛି । ଏହି ଦୃଷ୍ଟିରୁ ଓଡିଶାରେ ଦେଶର ଓ ବିଶ୍ୱର ଆବଶ୍ୟକତାକୁ ଦେଖି ଟେକ୍ସଟାଇଲ କ୍ଲଷ୍ଟର ନିର୍ମାଣ ହୋଇପାରିବ । ଏହା ଦ୍ୱାରା ଏହି କ୍ଷେତ୍ରରେ କାମ କରୁଥିବା ଓଡିଆମାନେ ଲାଭ ପାଇବେ ଏବଂ ଓଡିଶା ପାଇଁ ଅନେକ ସମ୍ଭାବନା ତିଆରି ହେବ । ମତ୍ସ୍ୟ ବ୍ୟବସାୟରେ ଅଗ୍ରଣୀ ରାଜ୍ୟ ଓଡିଶାର ପାରାଦୀପ ଠାରେ ବୃହତ ସମନ୍ୱିତ ମତ୍ସ୍ୟ ବନ୍ଦର ପ୍ରତିଷ୍ଠାର ଯୋଜନା ରଖାଯାଇଛି । ଏହିସବୁ ଯୋଜନାର ଲାଭ ଓଡିଶା ରାଜ୍ୟ ପାଇବ ବୋଲି ମଧ୍ୟ ଧର୍ମେନ୍ଦ୍ର କହିଛନ୍ତି ।

ଶିକ୍ଷା କ୍ଷେତ୍ରରେ ଦେଖିବାକୁ ଗଲେ ଜନଜାତି ସଂପ୍ରଦାୟର ଛାତ୍ରଛାତ୍ରୀଙ୍କ ପାଇଁ ପ୍ରତିଷ୍ଠା ହୋଇଥିବା ଏକଲବ୍ୟ ବିଦ୍ୟାଳୟ ପାଇଁ ଚଳିତବର୍ଷ ୨୦ କୋଟିରୁ ବଢି ୩୮ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ଏଥିରୁ ଲାଭମଧ୍ୟ ଓଡିଶା ପାଇବ । ସେହିପରି ନୂଆ ଜାତୀୟ ଶିକ୍ଷା ନୀତି ଜରିଆରେ ପିଲାଙ୍କୁ ପାଠପଢା ସହ ରୋଜଗାରଭିତିକ ଧନ୍ଦାମୂଳକ ଶିକ୍ଷା ପାଇଁ ନୂଆ ମଡେଲ ଆରମ୍ଭ କରାଯାଉଛି । ଏଥିରେ ୧୫ ହଜାର ସ୍କୁଲକୁ ଅଗ୍ରାଧିକାର ଦିଆଯିବ । ଏନଜିଓ ସହଭାଗୀତାରେ ୧୦୦ ସୈନିକ ସ୍କୁଲ ନିର୍ମାଣ କରାଯିବ । ଏହି ସବୁ ଦ୍ୱାରା ଓଡିଶା ଭଳି ରାଜ୍ୟକୁ ସୁଯୋଗ ମିଳିବ ବୋଲି ସେ କହିଛନ୍ତି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Dharmendra Pradhan on Union Budget 2021
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X