ଆଜି କମିଲା ସୁନା ଦର, 22K ରେଟ୍ ଆଜି ଏତିକି ଟଙ୍କା ଅଛି
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୫,୦୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୩,୮୦୦ ଟଙ୍କା ଛୁଇଁଛି ।
ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୫,୦୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୩,୮୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୫,୦୬୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୩,୮୦୦ ଟଙ୍କା ରହିଛି ।

ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୫,୨୧୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୩,୯୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୬,୧୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୪,୪୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୫,୦୬୦ ଓ ୧,୨୩,୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୩୮,୦୦୦ ଟଙ୍କା ହୋଇଛି ।












Click it and Unblock the Notifications