ଦିନକରେ ସୁନା ବଢ଼ିଲା... ରୁପା କେଜି ଦେଢ଼ ଲକ୍ଷ
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୫,୩୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୫,୭୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୧୫,୩୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୦୫,୭୫୦ ଟଙ୍କାକୁ ପହଞ୍ଚିଛି । ରୁପାର କିଲୋପିଛା ଦାମ୍ ୨୦୦୦ ଟଙ୍କା ବୃଦ୍ଧି ପାଇ ୧,୫୦,୦୦୦ ଟଙ୍କା ହୋଇଛି। ଗତ ପାଞ୍ଚ ଦିନରେ ରୁପା ଦାମ୍ ୯୦୦୦ ଟଙ୍କା ବଢ଼ିଛି।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୧୫,୩୭୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୦୫,୭୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୧୫,୫୨୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୦୫,୯୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୧୫,୬୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୦୬,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୧୫,୩୭୦ ଓ ୧,୦୫,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୪୦,୦୦୦ ଟଙ୍କା ହୋଇଛି ।












Click it and Unblock the Notifications