ପୁଣି ବଢ଼ିଲା ସୁନା ଦର, ଜାଣନ୍ତୁ ରାଜ୍ୟରେ କେତେ ରହିଛି ଦାମ
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୨, ୦୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୩,୫୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୦୨,୦୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୩, ୫୫୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୦୧,୫୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୩ ହଜାର ୦୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୦୨,୦୬୦ ଟଙ୍କା ଓ ୨୨ କ୍ୟାରେଟ୍ ୯୩, ୫୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୨,୦୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୩ ହଜାର ୫୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୦୨,୦୬୦ ଓ ୯୩ ହଜାର ୫୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୨୦,୦୦୦ ଟଙ୍କା ହୋଇଛି ।












Click it and Unblock the Notifications