ମହଙ୍ଗା ହେଲା ସୁନା, ଏକାଥରେ ବଢିଗଲା ....
ସପ୍ତାହ ଆରମ୍ଭରୁ ସୁନା ଦରରେ ହେଲା ପରିବର୍ତ୍ତନ । ଆକାଶ ଛୁଆଁ ସୁନା ଦର । ତେବେ ଆସନ୍ତୁ ଜାଣିବା, ସୁନା ଦର କେଉଁଠି କେତେ ? ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮, ୬୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ହଜାର ୪୦୦ ଟଙ୍କା ଛୁଇଛି ।
ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୯, ୦୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୭୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୯,୦୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦ ,୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୯, ୧୫୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦, ୯୦୦ ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୯, ୦୦୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୦,୭୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୯, ୦୦୦ ଓ ୯୦,୭୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୧୧ ,୦୦୦ ଟଙ୍କା ହୋଇଛି ।












Click it and Unblock the Notifications