ଗହଣା କିଣିବା ପୂର୍ବରୁ ଜାଣି ରଖନ୍ତୁ ସୁନା ଏବଂ ରୁପା ଦର
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୨,୧୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୨,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୨,୧୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୦୨,୮୦୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୧୨,୧୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୦୨,୮୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୧୨,୩୦୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୦୨,୯୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୧୨,୨୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୦୨,୯୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୧୨,୧୫୦ ଓ ୧,୦୨,୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୩୫,୦୦୦ ଟଙ୍କା ହୋଇଛି ।












Click it and Unblock the Notifications