ଓଡ଼ିଶାରେ କମିଲା ପେଟ୍ରୋଲ ଦର: ଜାଣନ୍ତୁ କେଉଁଠି କେତେ ଦର...
Petrol Diesel Prices: ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର । ତୈଳ କମ୍ପାନୀଗୁଡିକ ସୋମବାର ସକାଳେ ଜାରି କରିଥିବା ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ମଧ୍ୟ ଏକ ବଡ ପରିବର୍ତ୍ତନ ଦେଖିବାକୁ ମିଳୁଛି ।
ତେବେ ଆଜି ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଅଳ୍ପ କମି ୧୦୩ ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୯ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛି ପରିବର୍ତ୍ତନ ହୋଇ ହୋଇଛି ।

ଦିଲ୍ଲୀ-ମୁମ୍ବାଇ ଭଳି ବଡ ସହରରେ ତେଲର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୬ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।
ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୪ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।
କେତେବେଳେ ବଦଳେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ?
ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।












Click it and Unblock the Notifications