ପୁରୀ ସେବାୟତ ହତ୍ୟା ଘଟଣାରେ ୬ ଗିରଫ: ହତ୍ୟା ପାଇଁ ଦିଆଯାଇଥିଲା ୩୦ ଲକ୍ଷ ଟଙ୍କାର ସୁପାରୀ
ପୁରୀରେ ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା ଘଟଣାରେ ୬ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ୬ ଜଣଙ୍କ ମଧ୍ୟରେ ୨ ଜଣ ମୁଖ୍ୟ ଷଡ଼ଯନ୍ତ୍ରକାରୀ ଅଛନ୍ତି।
ପୁରୀ: ପୁରୀରେ ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା ଘଟଣାରେ ୬ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ୬ ଜଣଙ୍କ ମଧ୍ୟରେ ୨ ଜଣ ମୁଖ୍ୟ ଷଡ଼ଯନ୍ତ୍ରକାରୀ ଅଛନ୍ତି।

ମୁଖ୍ୟ ଷଡ଼ଯନ୍ତ୍ରକାରୀ ହେଲେ କାଳିଆ ସିଂହାରୀ ଓ ଦୋଳଗୋବିନ୍ଦ ସିଂହାରୀ। ଅନ୍ୟ ଗିରଫ ୪ ଜଣ ହେଲେ ମୁନା ପାତ୍ର, ସନ୍ଦୀପ ଜେନା, କାଳୁ ପାଣିଗ୍ରାହୀ ଓ ବାବା ମହାପାତ୍ର। କାଳୁ ପାଣିଗ୍ରାହୀଙ୍କୁ କୃଷ୍ଣଚନ୍ଦ୍ରଙ୍କ ହତ୍ୟା ପାଇଁ ଏମାନେ ଦେଇଥିଲେ ୩୦ ଲକ୍ଷ ଟଙ୍କାର ସୁପାରୀ । ସମ୍ପୂର୍ଣ୍ଣ ଯୋଜନାବଦ୍ଧ ଭାବେ ଏହି ହତ୍ୟାକାଣ୍ଡ ଘଟିଥିବା କହିଛନ୍ତି ଏସପି କନୱର ବିଶାଲ ସିଂ ।
ସୂଚନାଥାଉ କି, ମାର୍ଚ୍ଚ ୧୬ ତାରିଖରେ ସେବାୟତ କୃଷ୍ଣଚନ୍ଦ୍ରଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ଥିଲେ କୃଷ୍ଣଚନ୍ଦ୍ର । ଘରେ ବସିଥିବା ବେଳେ ଦୁବୃର୍ତ୍ତମାନେ ତାଙ୍କୁ ତିନି ରାଉଣ୍ଡ ଫାୟାରିଂ କରିଥିଲେ। ଅତି ନିକଟରୁ ତାଙ୍କୁ ଗୁଳିମାଡ଼ କରାଯାଇଥିଲା। ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।












Click it and Unblock the Notifications