ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସହ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ

ଭରତପୁର ଥାନାରେ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ । ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସହ ଅନ୍ୟ ୪ ପୁଲିସ କର୍ମଚାରୀଙ୍କ ନାଁରେ ଅପରାଧିକ ମାମଲା ରୁଜୁ କରିଛି କ୍ରାଇମବ୍ରାଞ୍ଚ । ମେଜରଙ୍କ ଲଖିତ ଅଭିଯୋଗ ପରେ କ୍ରାଇମବ୍ରାଞ୍ଚ ଏହି ମାମଲା ରୁଜୁ କରିଛି। କ୍ରାଇମବ୍ରାଞ୍ଚ କେସ୍ ନଂ ୧୧/୨୦୨୪ରେ ଅପରାଧିକ ମାମଲା ରୁଜୁ କରିଥିବା ଜଣାଯାଇଛି।

ତେବେ ଅଭିଯୁକ୍ତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସହ ଅନ୍ୟମାନଙ୍କୁ କ୍ରାଇମବ୍ରାଞ୍ଚ ଜେରା କରିଥିବା ସୂଚନା ମିଳିଛି । ଘଟଣା ଦିନ ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କ ସହ କଣ ଘଟିଥିଲା, ପୁଲିସର ବ୍ୟବହାର କିଭଳି ରହିଥିଲା ଏସବୁର ଖୋଳତାଡ କରୁଛି କ୍ରାଇମବ୍ରାଞ୍ଚ । ମେଜରଙ୍କ ଏତଲା ପରେ ଅପରାଧିକ ମାମଲା ରୁଜୁ କରି ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ।

ସୂଚନା ଅନୁସାରେ ମେଜରଙ୍କ ଅଭିଯୋଗ ଥିଲା ଯେ ୧୫ ତାରିଖ ପଥରଗାଡିଆ ରାସ୍ତାରେ ତାଙ୍କ ବାନ୍ଧବୀ ଓ ଭରତପୁର ଥାନାରେ ତାଙ୍କ ସହ କଣ ଘଟିଥିଲା । ପଥରଗାଡିଆ ନିକଟରେ ୧୦ରୁ ୧୨ଜଣ ଦୁର୍ବୃତ୍ତ ଆସି ଦୁର୍ବ୍ୟବହାର କରିଥିଲେ । ଗାଡି ଅଟକାଇବା ସହ ହାତାହାତି ହେବା ସହ ଆକ୍ରମଣ କରିଥିଲେ ଏବଂ ଧମକ ଦେଇଥିଲେ ।

A criminal case

ଅଭିଯୋଗରେ ଗୋଟିଏ କାରର ରେଜିଷ୍ଟ୍ରେସନ ନମ୍ବର ବି ଉଲ୍ଲେଖ କରିଛନ୍ତି । ଏହାପରେ ଭରତପୁର ଥାନାକୁ ଯାଇ ଅଭିଯୋଗ କରିବାକୁ କହିବା ପରେ ତାଙ୍କ ସହ କଣ ଘଟିଥିଲା ପୁରା ଘଟଣା ବଖାଣିଛନ୍ତି। ଘଟଣା ତଦନ୍ତ କରି ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଲିଖିତ ନିବେଦନ କରିଛନ୍ତି ଗୁରୁବଂଶ । ଅଭିଯୋଗକୁ ଗ୍ରହଣ କରି ମାମଲା ରୁଜୁ କରି କ୍ରାଇମବ୍ରାଞ୍ଚ ତଦନ୍ତ ଜୋରଦାର କରିଛି ।

ଘଟଣାକ୍ରମେ ୨୨ ଶିଖ ରେଜିମେଣ୍ଟର ସେନା ଅଧିକାରୀ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀ ଗତ ଶନିବାର ବିଳମ୍ବିତ ରାତିରେ ପଟିଆରୁ କାର୍‌ରେ ଯାଉଥିଲେ। କିନ୍ତୁ ମଝି ରାସ୍ତାରେ ୨ଟି କାର୍‌ରେ କିଛି ରୋଡ୍‌ ରୋମିଓ ଆସି ସେମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ଏ ସଂପର୍କରେ ଅଭିଯୋଗ କରିବା ପାଇଁ ସେମାନେ ଭରତପୁର ଥାନାକୁ ଯାଇଥିଲେ।

କିନ୍ତୁ ପୁଲିସ୍ ରୋଡ୍‌ ରୋମିଓଙ୍କୁ ଧରିବ କ'ଣ ପ୍ରଥମେ ଲିଖିତ ଏତଲା ଦାବି କରିଥିଲା। ଏହାକୁ ନେଇ ପୁଲିସ ଓ ସେନା ଅଧିକାରୀଙ୍କ ମଧ୍ୟରେ ଲାଗିଥିଲା ଯୁକ୍ତିତର୍କ। ତାହାରି ଭିତରେ ଗୁରୁବଂଶଙ୍କୁ ରାତିତମାମ୍‌ ଲକ୍‌ଅପ୍‌ରେ ରଖିଥିଲା ପୁଲିସ୍‌। ତାଙ୍କ ବାନ୍ଧବୀଙ୍କୁ ଉପସ୍ଥିତ ପୁଲିସ କର୍ମଚାରୀ ଦୁର୍ବ୍ୟବହାର କରିବା ସହ ମାଡ଼ ମାରି ଲହୁଲୁହାଣ କରିଥିବା ଗୁରୁବଂଶ ଅଭିଯୋଗ କରିଥିଲେ। କେବଳ ଏତିକି ନୁହେଁ, ଭରତପୁର ଥାନା ଆଇଆଇସି ଦୁଷ୍କର୍ମ ଧମକ ଦେଇଥିବା ମଧ୍ୟ ଅଭିଯୋଗ କରିଥିଲେ ସେନା ଅଧିକାରୀ ।

ପରବର୍ତ୍ତୀ ସମୟରେ ସେନା ଅଧିକାରୀଙ୍କ ବାନ୍ଧବୀଙ୍କୁ ଗିରଫ କରାଯାଇ ଝାରପଡ଼ା ଜେଲ୍‌କୁ ପଠାଇ ଦିଆଯାଇଥିଲା। ପୁଲିସ୍‌ର ଅତ୍ୟଧିକ ମାଡ଼ରେ ଲହୁଲୁହାଣ ହୋଇ ସେ ଏବେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହିତ ତାଙ୍କ ଜାମିନ ବି ମଞ୍ଜୁର ହୋଇ ଯାଇଛି।

ଏହି ଘଟଣା ଧୀରେ ଧୀରେ ଉଗ୍ର ରୂପ ଧାରଣ କରିବା ସହ ଅବସରପ୍ରାପ୍ତ ସେନା କର୍ମଚାରୀ ପୁଲିସ୍‌ର ଏପରି ବ୍ୟବହାରକୁ ତୀବ୍ର ବିରୋଧ କରିଥିଲେ। ଏହାପରେ ତତ୍‌କ୍ଷଣାତ ଆଇଆଇସିଙ୍କ ସମେତ ୫ ପୁଲିସ୍‌ କର୍ମଚାରୀଙ୍କୁ ପ୍ରଥମେ ବଦଳି ଓ ପରେ ନିଲମ୍ବିତ କରାଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+