ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା: କ୍ରାଇମ ସିନର ରିକ୍ରିଏସନ ଦେଖାଇଲା ମୁଖ୍ୟ ଅଭିଯୁକ୍ତ ବିବନ
ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ଘଟଣା ସ୍ଥଳକୁ ନେଇ ଆଜି ସିନ୍ ରିକ୍ରିଏଟ୍ କରିଛି ସିବିଆଇ।
ଭୁବନେଶ୍ୱର: ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ଘଟଣା ସ୍ଥଳକୁ ନେଇ ଆଜି ସିନ୍ ରିକ୍ରିଏଟ୍ କରିଛି ସିବିଆଇ। ୧୯୯୯ ମସିହାରେ ଘଟିଥିବା ସେହି ସ୍ଥାନକୁ ନେଇ ତଦନ୍ତକାରୀ ସଂସ୍ଥା ତନାଘନା ଚଳାଇଛି।
କେମିତି ଘଟାଇଥିଲା ଏ ଜଘନ୍ୟକାଣ୍ଡ ସିବିଆଇ ତାହାର ଖୋଳତାଡ଼ କରୁଥିବା ବେଳେ ସେଦିନ କଣ ସବୁ ଘଟିଇଲା ତାହା ଗୋଟି ଗୋଟିଏ କରି ଦେଖାଉଛି ବିବନ। ଚନ୍ଦକା ଥାନା ଅଞ୍ଚଳରେ ଯେଉଁଠି ଘଟିଥିଲା ଏ ଘଟଣା, ବିବନକୁ ସେଠାକୁ ନେଇ ଛାନଭିନ୍ କରୁଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସିବିଆଇ।

ଆସନ୍ତାକାଲିଠୁ ବିବନକୁ ଦିନିକିଆ ରିମାଣ୍ଡରେ ନେଇଛି ସିବିଆଇ ଓ ପର ଦିନ ଅର୍ଥାତ ଗୁରୁବାର ପୁଣି କମିଶନରେଟ ପୋଲିସକୁ ହସ୍ତାନ୍ତର କରିବ । ତେବେ ବିବନକୁ 5 ଦିନିଆ ରିମାଣ୍ଡରେ ନେବାକୁ CBI ଆବେଦନ କରିଥିବା ବେଳେ କୋର୍ଟ କେବଳ ଗୋଟିଏ ନେବାକୁ ଅନୁମତି ଦେଇଛନ୍ତି ।
ସୂଚନାଥାଉକି, ଗତ ଫେବୃଆରୀ 22ରେ ଏହି ବହୁ ଚର୍ଚ୍ଚିତ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ଗିରଫ କରିଥିଲା କମିଶନରେଟ୍ ପୁଲିସ । ମୁମ୍ବାଇରେ ଛଦ୍ମନାମରେ ଲୁଚି ରହିଥିବା ବେଳେ କମିଶନରେଟ୍ ପୁଲିସ ତାକୁ ଗିରଫ କରିଥିଲା । ଏଥିପାଇଁ ଅପରେସନ୍ ବୋଡା ସାପ କରିଥିଲା କମିଶନରେଟ୍ ପୋଲିସ ।












Click it and Unblock the Notifications