ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା: ବିବନ ଘରେ ସିବିଆଇ ଚଢ଼ଉ
କଟକ ଜିଲ୍ଲା ବାରଙ୍ଗ ଥାନାର ନରଣପୁର ଗାଁରେ ଥିବା ବିବନ ବିଶ୍ୱାଳର ଘର ଉପରେ ଗତକାଲି ବାରଙ୍ଗ ପୋଲିସ ଓ ସିବିଆଇର ୩ ଜଣିଆ ଟିମ୍ ଚଢ଼ଉ କରିବା ସହ ପରିବାର ଲୋକଙ୍କୁ ପଚରାଉଚରା କରିଛି ।
ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳର ଘର ଉପରେ ସିବିଆଇ ଚଢ଼ଉ । କଟକ ଜିଲ୍ଲା ବାରଙ୍ଗ ଥାନାର ନରଣପୁର ଗାଁରେ ଥିବା ବିବନ ବିଶ୍ୱାଳର ଘର ଉପରେ ଗତକାଲି ବାରଙ୍ଗ ପୋଲିସ ଓ ସିବିଆଇର ୩ ଜଣିଆ ଟିମ୍ ଚଢ଼ଉ କରିବା ସହ ପରିବାର ଲୋକଙ୍କୁ ପଚରାଉଚରା କରିଛି । ଏହାସହ ବିବନ ଘରୁ ଅନେକ କାଗଜପତ୍ର ମଧ୍ୟ ଜବତ କରିଛି ।

ସେ ମୁମ୍ବାଇରେ ଲୁଚି ରହିବା ପଛରେ କାହାର ହାତ ଥିଲା, ସେନେଇ ଖୋଳତାଡ଼ କରୁଛି ସିବିଆଇ । ଏହା ବ୍ୟତୀତ ବ୍ୟାଙ୍କ ମାଧ୍ୟମରେ ପଠାଉଥିବା ଟଙ୍କା ସଂପର୍କରେ ଅଧିକ ଯାଞ୍ଚ କରୁଛି ସିବିଆଇ । ତେବେ ଗାଁର ଅନ୍ୟ କିଛି ଲୋକଙ୍କୁ ମଧ୍ୟ ଟିମ୍ ପଚରାଉଚରା କରିଥିଲା ।
ସେହପରି ଗତକାଲି ପିଡୀତା ଅଞ୍ଜନା ମିଶ୍ରଙ୍କ ଘରେ ପହଞ୍ଚିଥିଲା ସିବିଆଇ ଟିମ । ବିବନ ବିଶ୍ୱାଳ ଗିରଫ ପ୍ରସଙ୍ଗରେ ଅଞ୍ଜନାଙ୍କ ଘରେ ୨ ଜଣିଆ ସିବିଆଇ ଟିମ ପଚରାଉଚରା କରୁଥିଲା । ଘଟଣା ବିଷୟରେ ଅଞ୍ଜନାଙ୍କ ସହ ସିବିଆଇ ଟିମ ଆଲୋଚନା କରୁଥିବା ନେଇ ସୂଚନା ମିଳିଥିଲା। ଅଞ୍ଜନାଙ୍କ ସହ ସିବିଆଇ ଟିମ୍ ପ୍ରାୟ ୩୦ ମିନିଟ ଆଲୋଚନା କରିଥିଲା ।
-
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯୁଦ୍ଧ ଭିତରେ ବଡ ଦାବି କଲା ଇରାନ, କହିଲା ଯୁଦ୍ଧରେ ଆମେରିକାର ୨୦୦ ସହ ସୈନ୍ୟ ନିହତ ହେଲେଣି -
LPG ସିଲିଣ୍ଡରର ଅବୈଧ ଗଚ୍ଛିତ ଏବଂ କଳାବଜାରୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
IPL 2026 : ଇଶାନ ସନରାଇଜର୍ସର ନୂଆ କ୍ୟାପ୍ଟେନ୍ -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଇଦ ପାଇଁ ବନ୍ଦ ହେଲା ପାକିସ୍ତାନ ଓ ଆଫଗାନିସ୍ତାନ ଯୁଦ୍ଧ, ରହିଛି ଏହି ସର୍ତ୍ତ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ପ୍ରମିଳାଙ୍କୁ କଡ଼ା କାଉଣ୍ଟର କଲେ ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ, କହିଲେ ମିଛ ଡ୍ରାମା କରୁଛନ୍ତି ବିରୋଧୀ












Click it and Unblock the Notifications