22 ବର୍ଷ ପରେ ଆଜି ଅଭିଯୁକ୍ତ ବିବନକୁ ଚିହ୍ନିବେ ଅଞ୍ଜନା, ପରେ ଦିନିକିଆ ରିମାଣ୍ଡରେ ନେବ ସିବିଆଇ
ଆସନ୍ତାକାଲି ବିବନକୁ ଦିନିକିଆ ରିମାଣ୍ଡରେ ସିବିଆଇ ଓ ପର ଦିନ ଅର୍ଥାତ ଗୁରୁବାର ପୁଣି କମିଶନରେଟ ପୋଲିସକୁ ହସ୍ତାନ୍ତର କରିବ ।
ଭୁବନେଶ୍ୱର: ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ବିବନ ବିଶ୍ୱାଳର ଆଜି ହେବ ଟିଆଇ ପରେଡ। ଭୁବନେଶ୍ବର ଜେଏମଏଫସିଙ୍କ ଉପସ୍ଥିତରେ ଝାରପଡା ଜେଲ୍ ଭିତରେ ଟିଆଇ ପରେଡ ହେବ। ଏହି ସମୟରେ ପୀଡ଼ିତା ଉପସ୍ଥିତ ରହିବେ ।

ପରେ ବିବନକୁ ଦିନିକିଆ ରିମାଣ୍ଡରେ ନେବା ପାଇଁ ସିବିଆଇକୁ ଅନୁମତି ମିଳିଛି । ସ୍ୱତନ୍ତ୍ର ସିବିଆଇ CJM କୋର୍ଟ ଏହି ଅନୁମତି ଦେଇଛନ୍ତି । ଆସନ୍ତାକାଲି ବିବନକୁ ଦିନିକିଆ ରିମାଣ୍ଡରେ ସିବିଆଇ ଓ ପର ଦିନ ଅର୍ଥାତ ଗୁରୁବାର ପୁଣି କମିଶନରେଟ ପୋଲିସକୁ ହସ୍ତାନ୍ତର କରିବ । ତେବେ ବିବନକୁ 5 ଦିନିଆ ରିମାଣ୍ଡରେ ନେବାକୁ CBI ଆବେଦନ କରିଥିବା ବେଳେ କୋର୍ଟ କେବଳ ଦୁଇ ଦିନ ନେବାକୁ ଅନୁମତି ଦେଇଛନ୍ତି ।
ସୂଚନାଥାଉକି, ଗତ ଫେବୃଆରୀ 22ରେ ଏହି ବହୁ ଚର୍ଚ୍ଚିତ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ଗିରଫ କରିଥିଲା କମିଶନରେଟ୍ ପୁଲିସ । ମୁମ୍ବାଇରେ ଛଦ୍ମନାମରେ ଲୁଚି ରହିଥିବା ବେଳେ କମିଶନରେଟ୍ ପୁଲିସ ତାକୁ ଗିରଫ କରିଥିଲା । ଏଥିପାଇଁ ଅପରେସନ୍ ବୋଡା ସାପ କରିଥିଲା କମିଶନରେଟ୍ ପୋଲିସ ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications