ହଷ୍ଟେଲ ଛାତରୁ ଖସି ପଡ଼ି ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ
ବଲାଙ୍ଗିର ମେଡିକାଲ କଲେଜ ହଷ୍ଟେଲ ଛାତରୁ ଖସି ଛାତ୍ରଙ୍କ ମୃତ୍ୟୁ । ତାଙ୍କ ପ୍ରଥମେ ଗୁରୁତର ଅବସ୍ଥାରେ ବଲାଙ୍ଗିର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମେଡିକାଲରେ ଛାତ୍ରଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର ।
ବଲାଙ୍ଗିର: ବଲାଙ୍ଗିର ମେଡିକାଲ କଲେଜ ହଷ୍ଟେଲ ଛାତରୁ ଖସି ଛାତ୍ରଙ୍କ ମୃତ୍ୟୁ । ତାଙ୍କ ପ୍ରଥମେ ଗୁରୁତର ଅବସ୍ଥାରେ ବଲାଙ୍ଗିର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମେଡିକାଲରେ ଛାତ୍ରଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ମୃତ ଛାତ୍ର ଜଣକ ହେଉଛନ୍ତି ହରିୟାଣାର ନିଶାନ୍ତ କୁମାର । ସେ ଏମ୍ବିବିଏସ୍ ପ୍ରଥମ ବର୍ଷର ଛାତ୍ର ଥିଲେ।

ନିଶାନ୍ତ କଲେଜର ନ୍ୟୁ ବୟଜ ହଷ୍ଟେଲରେ ରହୁଥିଲେ। ମିଳିଥିବା ସୂଚନା ଅନୁଯାୟୀ, ଆଜି ସେ ମଧ୍ୟାହ୍ଣ ଭୋଜନ କରିବା ପରେ ଛାତ ଉପରକୁ ଯାଇଥିଲେ। କିନ୍ତୁ ସେଠାରେ କ'ଣ ଘଟିଲା, ସେ କେମିତି ଛାତରୁ ପଡ଼ିଗଲେ, ତାହା କେହି ଜାଣି ନାହାନ୍ତି।
ନିଶାନ୍ତଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରି ଭୀମଭୋଇ ମେଡିକାଲ୍ କଲେଜ ଓ ହସ୍ପିଟାଲକୁ ନିଆଯାଇଥିଲା। ତେବେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ।












Click it and Unblock the Notifications