ଭରତପୁର ଥାନା କାଣ୍ଡ: ଗ୍ରାଉଣ୍ଡ ଜିରୋରେ କ୍ରାଇମବ୍ରାଞ୍ଚ ଟିମ୍
ଭରତପୁର ଥାନା କାଣ୍ଡକୁ ନେଇ ବର୍ତ୍ତମାନର ବଡ଼ ଖବର । ଗ୍ରାଉଣ୍ଡ ଜିରୋରେ କ୍ରାଇମବ୍ରାଞ୍ଚ ଟିମ୍ । ଘଟଣାର ତଦନ୍ତ ପାଇଁ ଭରତପୁର ଥାନାରେ କ୍ରାଇମବ୍ରାଞ୍ଚ ଟିମ୍। ଏଥିପାଇଁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ପାଇଁ ଭରତପୁର ଓ ଚନ୍ଦକା ଥାନାକୁ ନିର୍ଦ୍ଦେଶ ଦିଆଯାଇଛି।

ଦୀନକୃଷ୍ଣ ବିରୋଧରେ ଆସିଥିବା ସଙ୍ଗୀନ ଅଭିଯୋଗ କେତେ ସତ କେତେ ମିଛ ପଲିଗ୍ରାଫ ଟେଷ୍ଟ ପରେ ସବୁ ପ୍ରମାଣିତ ହେବ ବୋଲି ଜଣାଯାଇଛି ।
ଦୀନକୃଷ୍ଣଙ୍କର ପଲିଗ୍ରାଫ ଟେଷ୍ଟ ପାଇଁ କୋର୍ଟରେ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ । ଦୀନକୃଷ୍ଣ ଟେଷ୍ଟ ପାଇଁ ସହମତି ପ୍ରକାଶ କରିବା ପରେ ଆଜି ତାଙ୍କୁ ଭୁବନେଶ୍ୱର SDJM କୋର୍ଟରେ ହାଜର କରାଯାଇଛି ।
ଗତ ୧୫ ତାରିଖ ରାତିରେ ଭାରତୀୟ ସେନାର ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ପୁଲିସ ମାଡ଼ ମାରିବା ସହ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ଆଇଆଇସି ସମେତ ୫ ଜଣଙ୍କୁ ନିଲମ୍ବିତ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମାମଲାରେ ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିବା ବେଳେ କ୍ରାଇମବ୍ରାଞ୍ଚ ଏହି ଘଟଣାର ତଦନ୍ତ କରୁଛି।












Click it and Unblock the Notifications