ବରଗଡ଼ରେ ବୀଭତ୍ସ ହତ୍ୟା ! ବନ୍ଦ ଘରେ ରକ୍ତାକ୍ତ ଅବସ୍ଥାରେ ପଡି ରହିଛି ୩ ମୃତଦେହ
ବରଗଡ଼: ବରଗଡ଼ରେ ବୀଭତ୍ସ ହତ୍ୟାକାଣ୍ଡ । ବନ୍ଦ ଘରେ ରକ୍ତାକ୍ତ ଅବସ୍ଥାରେ ପଡି ରହିଛି ୩ ମୃତଦେହ । ବରଗଡ଼ ଭେଡେନ ଥାନା ଆଖିଫୁଟା ଗାଁରେ ଏଭଳି ଏକ ଲୋମଟାଙ୍କୁରା ଘଟଣା ଘଟିଛି ।
ଏକ ଘର ଭିତରେ ସ୍ୱାମୀ ଓ ତାଙ୍କର ୨ ସ୍ତ୍ରୀଙ୍କ କ୍ଷତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । ମୃତକଙ୍କ ମୁଣ୍ଡରେ ଗଭୀର କ୍ଷତ ଚିହ୍ନ ରହିଥିବା ସୂଚନା ରହିଛି । ପାରିପାର୍ଶ୍ୱିକ ସ୍ଥିତିକୁ ଦେଖିଲେ ହତ୍ୟା ସନ୍ଦେହ କରାଯାଉଛି । ତେବେ କିଏ ଏଭଳି କାଣ୍ଡ ଘଟାଇଛି ସେସମ୍ପର୍କରେ କୌଣସି ଖବର ନାହିଁ ।

ମୃତକ ହେଲେ ସେହି ଗାଁର ଟଙ୍କଧର ସାହୁ ଓ ତାଙ୍କର ଦୁଇ ସ୍ତ୍ରୀ ଦ୍ରୌପଦୀ ଓ ମାଧବୀ ସାହୁ । ଘଟଣା ସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ ଆରମ୍ଭ କରିଛି । ହେଲେ ମୃତ୍ୟୁର କାରଣ ଏବେ ବି ଅସ୍ପଷ୍ଟ ରହିଛି । ଯଦି ଏହା ହତ୍ୟା ତେବେ କିଏ କାହିଁକି ହତ୍ୟା କଲା ସେନେଇ ପୋଲିସ ଛାନବିନ ଆରମ୍ଭ କରିଛି ।
ମିଳିଥିବା ସୂଚନା ଅନୁସାରେ, ଟଙ୍କଧର ପ୍ରଥମ ବିବାହ କରିବା ପରେ କୌଣସି ସନ୍ତାନ ସନ୍ତତି ନହେବାରୁ ସେ ଦ୍ୱିତୀୟ ବିବାହ କରିଥିଲେ । ବିବାହ ପରେ ସ୍ୱାମୀ ଓ ଦୁଇ ସ୍ତ୍ରୀ ମିଳିମିଶି ଗୋଟିଏ ଛାତ ତଳେ ରହୁଥିଲେ । ତେଣୁ ପାରିବାରିକ କଳହ ଯୋଗୁଁ ଏପରି ହୋଇ ନଥିବା କୁହାଯାଉଛି । ପଡ଼ିଶା ଘର ଲୋକେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ତେବେ ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications